ପ୍ରମୂଖ ଖବର
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ଭିଜିଲାନ୍ସ ଜାଲରେ ଖାଦ୍ୟ ଯୋଗାଣ ଅଧିକାରୀ, ୧୧ଟି ସ୍ଥାନରେ ରେଡ୍‌

Published By : Swapna Ray | November 20, 2024 10:07 AM

ସୋନପୁର, ୨୦।୧୧: ଖାଦ୍ୟ ଯୋଗାଣ ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବହର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁବର୍ଣ୍ଣପୁର ଜିଲ୍ଲା ଯୋଗାଣ ଓ ଖାଉଟି କଲ୍ୟାଣ ଅଧିକାରୀ ସୁରେଶ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି । ସୋନପୁରସ୍ଥିତ ସୁରେଶଙ୍କ ପଟିଆସ୍ଥିତ ଭଡ଼ା ଘରେ ଓ ଅଫିସ୍ କାର୍ଯ୍ୟାଳୟ, ପୈତୃକ ଘର ସମେତ ୧୧ଟି ସ୍ଥାନରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି । ଭୁବନେଶ୍ୱର, ସମ୍ବଲପୁର, ବଲାଙ୍ଗିର, ସୋନପୁର ଓ ବରଗଡ଼ର ମୋଟ୍ ୧୧ଟି ସ୍ଥାନରେ ଏହି ରେଡ୍‌ କରାଯାଇଛି । 

ଚଢ଼ାଉରେ ୨ ଅତିରିକ୍ତ ଏସ୍‌ପି, ୩ ଜଣ ଡିଏସ୍‌ପି ସାମିଲ ଥିବାବେଳେ ୭ ଇନ୍ସପେକ୍ଟରଙ୍କ ସହ ଅନ୍ୟ ପୋଲିସ ଅଧିକାରୀ ସାମିଲ ଥିଲେ । ବର୍ତ୍ତମାନ ଯାଏଁ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି । ସେନେଇ ସଠିକ୍‌ ସୂଚନା ମିଳିନାହିଁ । ଚଢାଉ ଶେଷ ହେବା ପରେ ଭିଜିଲାନ୍ସ ପକ୍ଷରୁ ସବିଶେଷ ତଥ୍ୟ ଦିଆଯିବ ବୋଲି ସୂଚନା ମିଳିଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.