ପ୍ରମୂଖ ଖବର
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ଇଡ୍‌କୋ ଜୁନିୟର ମ୍ୟାନେଜରଙ୍କ ଘରେ ରେଡ୍‌, ଏକକାଳୀନ ୬ଟି ସ୍ଥାନରେ ଚଢାଉ

Published By : Harapriya Sethi | November 6, 2024 9:38 AM

ଭୁବନେଶ୍ୱର, ୦୬/୧୧: ଇଡ୍‌କୋ ଜୁନିୟର ମ୍ୟାନେଜରଙ୍କ ଘରେ ଭିଜିଲାନ୍ସ ଚଢାଉ । ମ୍ୟାନେଜର ବିଜୟ କୁମାର ଉଦୟସିଂଙ୍କ ଭୁବନେଶ୍ୱର, ଖୋର୍ଦ୍ଧା ଓ ପୁରୀର ୬ ଟି ସ୍ଥାନରେ ଏକକାଳୀନ ରେଡ୍‌ କରାଯାଉଛି । ଏହି ଚଢାଉରେ ୮ ଜଣ ଡିଏସପି, ୮ ଜଣ ଇନ୍ସପେକ୍ଟର ଓ ଅନ୍ୟାନ୍ୟ ଭିଜିଲାନ୍ସ କର୍ମଚାରୀ ସାମିଲ ଅଛନ୍ତି ।  

ବର୍ତ୍ତମାନ ଖୋର୍ଦ୍ଧା ଓ ପୁରୀର ୬ ଟି ସ୍ଥାନରେ ଏକକାଳୀନ ରେଡ୍‌ ଜାରି ରହିଛି । ଆର୍ଯ୍ୟବିହାର ୫୦୪ ପ୍ଳଟ୍‌ରେ ଥିବା ଘର, ପୁରୀ ବାଲୁଖଣ୍ଡ ୪୩୦ ବି ବ୍ଲକ୍‌ର ଚତୁର୍ଥ ମହଲାରେ ଥିବା ଫ୍ଲାଟ୍‌, ଜଙ୍କିଆ ମୁଣ୍ଡମ୍ବାରେ ଥିବା ପୈତୃକ ଘରେ ଏକକାଳୀନ ରେଡ୍‌ କରୁଛି ଭିଜିଲାନ୍ସ ଟିମ୍‌ । ଏହା ସହ ଭୁବନେଶ୍ଵରର ଇଡ୍‌କୋ କାର୍ଯ୍ୟାଳୟ, ଜଙ୍କିଆ ଠାରେ ଥିବା କ୍ରସର ଏବଂ ଭୁବନେଶ୍ବର ସାମନ୍ତରାପୁର ଠାରେ ଥିବା ସମ୍ପର୍କୀୟଙ୍କ ଘରେ ମଧ୍ୟ ଚଢାଉ ଜାରି ରହିଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.