ପ୍ରମୂଖ ଖବର
  • ଟ୍ରମ୍ପଙ୍କ ବଡ଼ ଘୋଷଣା; ଚୀନ୍‌ ଷ୍ଟିଲ ଉପରେ ଡବଲ୍ ଟାରିଫ୍‌, ଜୁନ୍‌ ୪ରୁ ଲାଗୁ
  • ||
  • ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ସହ ମା' ପାର୍ବତୀଙ୍କ ବିବାହ ସମ୍ପନ୍ନ, ଆଜି ରାତି ୧୦ଟାରେ ଶୀତଳ ଷଷ୍ଠୀ ଶୋଭାଯାତ୍ର
  • ||
  • କେନ୍ଦୁଝର: ପାରିବାରିକ କଳହର କରୁଣ ପରିଣତି, ବେକରେ ଫାଶୀ ଲଗାଇ ଝୁଲିପଡ଼ିଲେ ଦମ୍ପତି
  • ||
  • ଦୁର୍ବଳ ହେଉଛି ଅବପାତ: ଆଜି କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ସପ୍ତାହେ ଯାଏ ବିଶେଷ ବର୍ଷା ନାହିଁ
  • ||

ଭିଜିଲାନ୍ସ ପଞ୍ଝାରେ RD ବିଭାଗର ମୁଖ୍ୟଯନ୍ତ୍ରୀ, ଏକକାଳୀନ ୪ଟି ସ୍ଥାନରେ ଚଢାଉ

Published By : Harapriya Sethi | May 30, 2025 7:43 AM

ଅନୁଗୁଳ, ୩୦/୦୫: ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଉନ୍ନୟନ ବିଭାଗର ମୁଖ୍ୟଯନ୍ତ୍ରୀ ବୈକୁଣ୍ଠ ନାଥ ଷଡ଼ଙ୍ଗୀ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସର ୮ ଜଣିଆ ଟିମ୍ ଅନୁଗୁଳ ସ୍ଥିତ ବାସଭବନରେ ଚଢ଼ାଉ କରିଛି । ଅନୁଗୁଳ ଜିଲ୍ଲାର ୪ଟି ସ୍ଥାନରେ ଏକକାଳୀନ ରେଡ୍ ଚାଲିଥିବା ସୂଚନା ରହିଛି ।

ଅନୁଗୁଳ କାରଡ଼ାଗାଡ଼ିଆସ୍ଥିତ ବାସଭବନରେ ଢେଙ୍କାନାଳ ଭିଜିଲାନ୍ସ ବିଭାଗର ଡିଏସପି ଅନୁଷ୍କା ସେନାପତିଙ୍କ ନେତୃତ୍ୱରେ ଅନୁଗୁଳ, ଢେଙ୍କାନାଳ, କଟକ ଟିମ୍‌ର ୮ଜଣିଅ ସଦସ୍ୟ ଏହି ଚଢ଼ାଉରେ ସାମିଲ ହୋଇଛନ୍ତି । ଅନୁଗୁଳ ଜିଲ୍ଲାର କରଡ଼ାଗାଡ଼ିଆ, ଲୋକେଇପଶି, ମାଟିଆସାହି ଏବଂ ଶିକ୍ଷକପଡ଼ାରେ ଚଢ଼ାଉ ଜାରି ରହିଛି । ଘରୁ ପୁଳା ପୁଳା ଟଙ୍କା ମିଳିଥିବା ସୂଚନା ମିଳିଛି । ବର୍ତ୍ତମାନ ସୁଦ୍ଧା କରଡ଼ାଗାଡ଼ିଆରୁ ୧ କୋଟି ୪୦ ଲକ୍ଷ ଟଙ୍କା ଜବତ ହୋଇଛି । ତେବେ ଆଉ କିଛି ଦିନ ପରେ ତାଙ୍କର ଚାକିରି କାର୍ଯ୍ୟକାଳ ସରିଥାନ୍ତା । ହେଲେ ଅବସର ପୂର୍ବରୁ ଚଢ଼ାଉ କରିଛି ଭିଜିଲାନ୍ସ ଟିମ୍‌ ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.