ଭିଜିଲାନ୍ସ ଜାଲରେ ପଡିଲେ ପ୍ରାଣୀ ଚିକିତ୍ସାଳୟର ବରିଷ୍ଠ କିରାଣୀ, ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଟିମ୍, ଚଢ଼ାଉ ଜାରି

ଭୁବନେଶ୍ୱର ୨୭/୦୧: ଭିଜିଲାନ୍ସ ଜାଲରେ ପଡିଲେ ବରିଷ୍ଠ କିରାଣୀ। ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଲା ଭିଜିଲାନ୍ସ ଟିମ୍। କେନ୍ଦୁଝର ଜିଲ୍ଲା ଚମ୍ପୁଆ ଉପଖଣ୍ଡ ପ୍ରାଣୀ ଚିକିତ୍ସାଳୟର ବରିଷ୍ଠ କିରାଣୀ ମହେନ୍ଦ୍ର କୁମାର ସେଠୀ ଛୁଟି ଦରମା କରାଇଦେବା ପାଇଁ ଜଣେ ପଶୁ ଡାକ୍ତରଙ୍କ ଠାରୁ ୧୦ ହଜାର ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି। ତାଙ୍କଠାରୁ ଲାଞ୍ଚ ଟଙ୍କା ଜବତ କରାଯାଇଛି। ଶ୍ରୀ ସେଠୀଙ୍କ କାର୍ଯ୍ୟାଳୟ ସମେତ ଅନ୍ୟ ଦୁଇଟି ସ୍ଥାନରେ ଏକକାଳୀନ ଚଢ଼ଉ ଜାରି ରହିଛି।
ସୂଚନା ମୁତାବକ, ଶୁକ୍ରବାର ସକାଳେ ଚମ୍ପୁଆ ଉପଖଣ୍ଡ ପ୍ରାଣୀ ଚିକିତ୍ସାଳୟର ବରିଷ୍ଠ କିରାଣୀ ଶ୍ରୀସେଠୀଙ୍କ କାର୍ଯ୍ୟାଳୟରେ ଡ଼ ଶୁଭାଶିଷଙ୍କ ଠାରୁ ୧୦ ହଜାର ଟଙ୍କା ନେଉଥିବା ବେଳେ ପୂର୍ବରୁ ଛକି ରହିଥିବା ଭିଜିଲାନ୍ସ ମାଡି ବସିଥିଲା। ଭିଜିଲାନ୍ସର ଟିମ ତାଙ୍କର ସରକାରୀ କାର୍ଯ୍ୟାଳୟ , ବାସ ଭବନ ସମେତ ଯାଜପୁର ଜିଲ୍ଲାର ନିଜ ଘରେ ମଧ୍ୟ ଏକ କାଳୀନ ଚଢ଼ାଉ କରାଯାଉଛି।