ପ୍ରମୂଖ ଖବର
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜି ଶରଧାବାଲିରେ ରଥ ଦକ୍ଷିଣ ମୋଡ଼, ତାଳଧ୍ୱଜରେ ପ୍ଲେଟ୍‌ ଓ ନନ୍ଦିଘୋଷରେ କ୍ଲାମ୍ପ ଲାଗିଲା
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ, ଏକକାଳୀନ ୯ଟି ସ୍ଥାନରେ ଚଢାଉ

Published By : Harapriya Sethi | April 16, 2025 10:12 AM

ଭୁବନେଶ୍ୱର, ୧୬/୦୪: ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଠମଲ୍ଲିକ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ। ସହକାରୀ ନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥୀଙ୍କ ଘରେ ଚଢାଉ କରୁଛି ଭିଜିଲାନ୍ସ । ଏକକାଳୀନ ୯ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚାଲିଛି ଚଢାଉ । 

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଆଠମଲ୍ଲିକ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥୀଙ୍କ ଘରେ ଚଢାଉ ହୋଇଛି । ଚଢାଉ ହେଉଥିବା ୯ଟି ସ୍ଥାନ ମଧ୍ୟରେ ଢେଙ୍କାନାଳ ସହର ଗାୟତ୍ରୀ ନଗର ସ୍ଥିତ ବାସଭବନ ସମେତ  ଆଠମଲ୍ଲିକ ବ୍ଲକ କାର୍ଯ୍ୟାଳୟ, ସରକାରୀ ବାସଭବନ, ଢେଙ୍କାନାଳ ସହର ଗାୟତ୍ରୀ ନଗର ସ୍ଥିତ ବାସଭବନ, ଢେଙ୍କାନାଳ ସଦର ବ୍ଲକ ବଣସିଂହ ସ୍ଥିତ ପୈତୃକ ଘର ଓ ଗଂଦିଆରେ ଚାଲିଛି ରେଡ୍। ଏହାସହିତ ଭବାନୀପାଟଣାର ଧର୍ମଗଡ ଓ ଜୁନାଗଡ଼ରେ ଥିବା ଦୁଇ ଝିଅଙ୍କ ଘରେ ବି ଚାଲିଛି ରେଡ୍। ଅଧିକ ତଦନ୍ତ ପାଇଁ ଆଠମଲ୍ଲିକ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ରାମ ଚନ୍ଦ୍ର ଶତପଥୀଙ୍କୁ ଢେଙ୍କାନାଳରୁ ଆଠମଲ୍ଲିକ ନେଇଛି ଭିଜିଲାନ୍ସ ଟିମ୍‌ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.