ପ୍ରମୂଖ ଖବର
  • ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କର କୁଚେଇ ଶାଖାରୁ ବନ୍ଧୁକ ଦେଖାଇ ଲକ୍ଷାଧିକ ଟଙ୍କା ଲୁଟ୍
  • ||
  • ବାରିପଦା : ପୂର୍ବ ଶତ୍ରୁତା ଓ ଛେଳି ଚୋରିକୁ ନେଇ ପୁଅକୁ ଗୁଳି, ମାଆକୁ ଛୁରାମାଡ
  • ||
  • ଯାତ୍ରା କଳିରେ ପଡିଲା ଯବନିକା, ୫ ବର୍ଷ ରହିବି ବର୍ଷେ ପରେ ମଞ୍ଚରେ ଚଢିବି କହିଲେ ପୀୟୂଷ
  • ||
  • ମହାକାଶକୁ ଉଡ଼ାଣ ଭରିବେ ଶୁଭାଂଶୁ ଶୁକ୍ଳା; ୬ ଥର ଘୁଞ୍ଚିଲା ପରେ ଆସନ୍ତାକାଲି ଲଞ୍ଚ ହେବ ଆକ୍ସିଓମ୍‌-୪ ମିଶନ୍
  • ||
  • ଗଞ୍ଜାମ: ୨ ଦଳିତଙ୍କୁ ଲଣ୍ଡା କରି ଆଣ୍ଠେଇ ଚଲାଇବା ମାମଲା, ଘଟଣାସ୍ଥଳକୁ ଯାଇ ଅନୁଧ୍ୟାନ କରିବ କଂଗ୍ରେସର ଫ୍ୟାକ୍ଟ ଫାଇଣ୍ଡିଂ ଟି
  • ||
  • ବୁଧବାର BMC କର୍ପୋରେସନ ବୈଠକ: ଏକାଧିକ ପ୍ରସ୍ତାବରେ ବାଜିବ ମୋହର, ଉଠିବ ଜଳବନ୍ଦୀ ଓ ଡେଙ୍ଗୁ ପ୍ରସଙ୍ଗ
  • ||
  • ପାଟନାରେ ପୂର୍ବାଞ୍ଚଳ ଶକ୍ତି ମନ୍ତ୍ରୀ ସମ୍ମିଳନୀ, ଆଜି ଯୋଗ ଦେବେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ
  • ||
  • ମହାପ୍ରଭୁଙ୍କୁ ଲାଗି ହେବା ପୂର୍ବରୁ ଦଶମୂଳ ମୋଦକ ଚୋରି, ମାରା ମହୌଷଧି ଶ୍ରୀଜିଉଙ୍କୁ ଲାଗି ହେଲା କିପରି ?
  • ||
  • ଗୋପାଳପୁର ଗଣଦୁଷ୍କର୍ମ ମାମଲା, ୬ ଅଭିଯୁକ୍ତଙ୍କୁ ଦିନିକିଆ ରିମାଣ୍ଡରେ ନେବ କ୍ରାଇମ୍‌ବ୍ରାଞ୍ଚ
  • ||
  • କେନ୍ଦୁଝର: ଟ୍ରକ୍ ପଛରେ ପିଟିହେଲା କନ୍ୟାଯାତ୍ରୀ ବସ୍, ଜଣେ ମୃତ ୧୩ ଗୁରୁତର
  • ||
  • ଇରାନ୍-ଇସ୍ରାଏଲ୍ ଯୁଦ୍ଧ ନେଇ ଟ୍ରମ୍ପ୍‌ଙ୍କ ବଡ଼ ଘୋଷଣା, ୧୨ ଦିନ ପରେ ସମ୍ପୂର୍ଣ୍ଣ ଅସ୍ତ୍ରବିରତି ଘୋଷଣା
  • ||
  • ଘୂର୍ଣ୍ଣିବଳୟ ପ୍ରଭାବରେ ଲଗାଣ ବର୍ଷା: ସପ୍ତାହେ ଯାଏ ପ୍ରବଳ ଛେଚିବ,୨୫ରେ ୩ଟି,୨୬ରେ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ମାଙ୍ଗାନିଜ୍ ଚୋରା ଚାଲାଣ ଘଟଣା, ଖଣି ମଣ୍ଡଳରେ ଭିଜିଲାନ୍ସ ଟିମ୍

Published By : Rasmita Pradhan | June 24, 2025 12:07 PM

କୋଇଡ଼ା, ୨୪/୦୬ : ବହୁ ଚର୍ଚ୍ଚିତ ମାଙ୍ଗାନିଜ୍ ଚୋରାଚାଲାଣ ଘଟଣା। କୋଇଡ଼ା ଖଣି ମଣ୍ଡଳର ମାଲଦା, ରୁଶିବେଣୁଆ, ଗିଡେଇ, ମୁଟୁକୁଦର, ପାଟମୁଣ୍ଡା, କଳମଙ୍ଗ, ଗଣୁଆଁ ଅଞ୍ଚଳରେ ପହଞ୍ଚି ଭିଜିଲାନ୍ସ ଟିମ୍ ସରଜମିନ ତଦନ୍ତ କରୁଛି। ଏହି ଟିମ୍‌ରେ ଭିଜିଲାନ୍ସ ଆରକ୍ଷୀ ଅଧିକ୍ଷକ, ୧୦ ଜଣ ଭିଜିଲାନ୍ସ ଅଧିକାରୀ, ORSACର ୪ ଜଣ ସଦସ୍ୟଙ୍କ ସହ ଭିଜିଲାନ୍ସ ଏସ୍‌ପି, ତହସିଲଦାର ଓ ରେଞ୍ଜର ସାମିଲ୍ ଅଛନ୍ତି।  

ଉଲ୍ଲେଖ ଯୋଗ୍ୟ, ସୁନ୍ଦରଗଡ଼ ଜିଲ୍ଲା କୋଇଡ଼ା ତହସିଲ ଅନ୍ତର୍ଗତ ମାଲଦା, ପଟାବେଡ଼ା, ସାନପୁଟୁଳି, କୋଲମଙ୍ଗ ଓ ରୁସିବେଣୁଆଠାରେ ୪୭ଟି ମାଙ୍ଗାନିଜ୍‌ ଓ ୩ଟି ଲୌହ ଖଣିରୁ ବେଆଇନ ଭାବେ ମାଙ୍ଗାନିଜ୍ ଓ ଲୁହା ପଥର ଉତ୍ତୋଳନ କରାଯାଉଥିବାର ଅଭିଯୋଗ ଆସିଛି। ଏହି ମୋଟ୍ ୫୦ଟି ଖଣି ମଧ୍ୟରୁ ୧୬ଟି ପଟାବେଡ଼ା ଗାଁରେ ରହିଛି । ୧୦ଟି ମାଲଦା ଗାଁରେ, ୨୦ଟି କୋଲମଙ୍ଗ ଗାଁରେ ଏବଂ ଅବଶିଷ୍ଟ ୪ଟି ସାନପୁଟୁଳି ଓ ରୁସିବେଣୁଆ ଗାଁରେ ଅବସ୍ଥିତ । ଏସବୁ ଖଣିରୁ ୨୦ ହଜାର ମେଟ୍ରିକ୍ ଟନ୍‌ରୁ ଅଧ‌ିକ ମାଙ୍ଗାନିଜ ଓର୍ ଓ ୧,୨୦୦ ମେଟ୍ରିକ୍‌ ଟନ୍‌ରୁ ଉର୍ଦ୍ଧ୍ବ ପରିମାଣର ଲୁହାପଥର ବେଆଇନ ଭାବେ ଉତ୍ତୋଳନ କରାଯାଇଛି। ଯାହାର ଆନୁମାନିକ ମୂଲ୍ୟ ୩୭ କୋଟି ଟଙ୍କାରୁ ଅଧିକ ହେବ ବୋଲି ଜଣାପଡ଼ିଛି ।



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.