ପ୍ରମୂଖ ଖବର
  • ସମ୍ୱଲପୁର : ଜମିବାଡ଼ି ବିବାଦରୁ ରକ୍ତପାତ, ଛୁରାମାଡ଼ରେ ଜଣେ ଗୁରୁତର
  • ||
  • ଇଂଲଣ୍ଡ ଟୁର୍‌ ପାଇଁ ଭାରତୀୟ ଦଳ ଘୋଷଣା; ଶୁବମନ୍ କ୍ୟାପ୍ଟେନ୍‌, ପନ୍ତ ଉପ-ଅଧିନାୟକ, ସାମି ଆଉଟ୍
  • ||
  • ରାଜା ଚକ୍ର ଓ ଦୁଇ ସହଯୋଗୀ କେନ୍ଦୁଝର କୋର୍ଟରେ ହାଜର, ବୋଲ୍ ନେଇ ହେବ ଶୁଣାଣି
  • ||
  • ପୁରୀ: ବଢ଼ିବ ଜଗତଗୁରୁ ଶଙ୍କାରାଚାର୍ଯ୍ୟଙ୍କ ସୁରକ୍ଷା ବ୍ୟବସ୍ଥା, ପୁରୀ ଏସ୍‌ପି ବିନୀତ୍ ଅଗ୍ରୱାଲଙ୍କ ସୂଚନା
  • ||
  • ବାଲେଶ୍ୱର : ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ତଦନ୍ତ କରୁଛି ପୁଲିସ
  • ||
  • କଟକ : ତିଗିରିଆରେ ବଢି ଚାଲିଛି ଖଣି ମାଫିଆଙ୍କ ରାଜ୍‌, ଏକକାଳୀନ ୧୬ଟି ସ୍ଥାନରେ ଚଢାଉ
  • ||
  • ସମ୍ବଲପୁରରୁ ହାତୀ ଶାବକର ମୃତଦେହ ଉଦ୍ଧାର, କିଛି ଦିନ ତଳେ ମୃତ୍ୟୁ ହୋଇଥିବା ଅନୁମାନ
  • ||
  • ବଲିଉଡ଼ରୁ ଆସିଲା ଦୁଃଖଦ ଖବର; ଆଉ ନାହାନ୍ତି ସଲମାନ ଖାନ୍‌ଙ୍କ କୋ-ଷ୍ଟାର ମୁକୁଲ ଦେବ
  • ||
  • କଳାହାଣ୍ଡି : ଟ୍ରକ୍‌ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଡ୍ରାଇଭର ଅଟକ
  • ||
  • କେରଳ ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ଆକଳନର ୮ ଦିନ ପୂର୍ବରୁ ବର୍ଷିଲା
  • ||
  • ମୟୂରଭଞ୍ଜ : ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌, ଯୁବକ ମୃ
  • ||
  • 'ତୁମକୁ ସୁରକ୍ଷା ଉପରେ କହିବାର ଅଧିକାର ନାହିଁ ଭାଷଣ ବନ୍ଦ କର'; UNSCରେ ପାକ୍‌ ଉପରେ ବର୍ଷିଲା ଭାରତ
  • ||
  • ଛତିଶଗଡ଼ ବିଜାପୁର ପୁଲିସକୁ ବଡ଼ ସଫଳତା, ଏସ୍‌ପିଙ୍କ ନିକଟରେ ଅସ୍ତ୍ର ଛାଡ଼ି ଆତ୍ମସମର୍ପଣ କଲେ ୨୪ ମାଓବାଦୀ
  • ||
  • ଆରବସାରଗରେ ଅବପାତରେ ପରିଣତ ହେଲା ଲଘୁଚାପ, ଆଗାମୀ କିଛି ଘଣ୍ଟା ମଧ୍ୟରେ ସ୍ଥଳଭାଗ ଛୁଇଁବ ସମ୍ଭାବନା
  • ||
  • ଯାଜପୁର: ଜାରକା-କୁଆଖିଆ ରାସ୍ତାରେ ଆମ୍ବୁଲାନ୍ସ ଦୁର୍ଘଟଣା, ଜଣେ ମୃତ, ୨ ଆହତ
  • ||
  • ନେଲଗୁଣ୍ଡା -ଇନ୍ଦ୍ରାବତୀ ଜଙ୍ଗଲରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୪ ମାଓବାଦୀ
  • ||
  • ଆପଲ୍‌କୁ ଟ୍ରମ୍ପଙ୍କ ନାଲିଆଖି; ଆଇଫୋନ୍ ସମେତ ବିଦେଶୀ ସ୍ମାର୍ଟଫୋନ୍ ଉପରେ ୨୫% ଟାରିଫ୍‌
  • ||
  • ୱାନ୍‌ ବିଗ୍‌ ବିଉଟିଫୁଲ ବିଲ୍‌ ପାସ୍‌: ଆମେରିକାରୁ ଭାରତ ଟଙ୍କା ପଠାଇଲେ ୩.୫% ଟିକସ,୨୦୨୬ ଜାନୁଆରୀରୁ ଲାଗୁ
  • ||
  • IPL 2025: ଆଜି କିଙ୍ଗ୍‌ସ- କ୍ୟାପିଟାଲ୍ସ ମଧ୍ୟରେ ଲଢ଼େଇ, ପଏଣ୍ଟ ତାଲିକାର ଶୀର୍ଷକୁ ଉଠିବାକୁ ଚେଷ୍ଟା କରିବ ପଞ୍ଜାବ
  • ||
  • ବାଲିପାଟଣା : ଅଟୋ-ବାଇକ୍ ମୁହାଁମୁହିଁ ଧକ୍କା, ଜଣେ ମୃତ ୩ ଗୁରୁତର
  • ||
  • ଖୋର୍ଦ୍ଧା : ୧୦ ହଜାର ଲାଞ୍ଚ ନେଇ ଧରାପଡିଲେ ୨ ପୋଲିସ ବାବୁ, ବାଙ୍କୋଇ ସ୍ଥିତ ବାସଭବନରେ ଚଢାଉ
  • ||
  • ଆଜିଠୁ ଯୁକ୍ତ ଦୁଇ ନାମଲେଖା ଆବେଦନ, ଜୁନ୍‌ ୩୦ ଯାଏ ଚାଲିବ, ଜୁଲାଇ ୭ରେ ପ୍ରଥମ ମେଧା ତାଲିକ
  • ||
  • ଆଜି ନୀତି ଆୟୋଗ ବୈଠକରେ ଯୋଗଦେବେ, କାଲି ଏନ୍‌ଡିଏ ମୁଖ୍ୟମନ୍ତ୍ରୀଙ୍କ ବୈଠକରେ ସାମିଲ ଦେବେ
  • ||
  • ଆସନ୍ତା ୨୯ ଯାଏ କାଳବୈଶାଖୀ ବର୍ଷା ସମ୍ଭାବନା, ୩୦ରୁ ୪୦କିମି ବେଗରେ ପବନ ବହିବ, ବଜ୍ରପାତର ଆଶଙ୍କା
  • ||
  • ଅନୁଗୁଳ: ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡ ମୃତ, ୪ ଶିକାରୀ ଅଟକ
  • ||

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି; ହେମଗିରି ଓ କୋଇଡ଼ା ଖଣି ଲୁଟ୍‌ର ପର୍ଦ୍ଦାଫାସ କରିବ ଭିଜିଲାନ୍ସ

Published By : Manash Sahoo | May 24, 2025 12:19 PM

ଭୁବନେଶ୍ବର ୨୪/୦୫:  ସୁନ୍ଦରଗଡ଼ ଜିଲ୍ଲା ହେମଗିରି ଓ କୋଇଡ଼ା ବ୍ଲକ୍‌ରେ ହୋଇଥିବା ଖଣି ଲୁଟ୍‌ର ହେବ ଭିଜିଲାନ୍ସ ତଦନ୍ତ । ଦୁଇ ତହସିଲ ଅଞ୍ଚଳରେ ବ୍ୟାପକ ବେଆଇନ ଖଣି ଉତ୍ତୋଳନ ନେଇ ଅଭିଯୋଗ ଆସିବା ପରେ ଭିଜିଲାନ୍ସକୁ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ଭିଜିଲାନ୍ସ ଟିମ୍ ପକ୍ଷରୁ ଏକ ଏସ୍ଆଇଟି ଗଠନ କରାଯାଇଛି । ବ୍ରହ୍ମପୁର ସର୍କିଟ୍ ହାଉସରେ ସାମ୍ବାଦିକ ସମ୍ମିଳନୀ କରି ଏହି ସୂଚନା ଦେଇଛନ୍ତି ଖଣି ମନ୍ତ୍ରୀ ବିଭୁତି ଭୂଷଣ ଜେନା ।  

ସୂଚନା ଅନୁଯାୟୀ, ସୁନ୍ଦରଗଡ଼ ଜିଲ୍ଲାର ହେମଗିରି ଓ କୋଇଡ଼ା ତହସିଲ ଅଞ୍ଚଳରେ ଦୀର୍ଘ ଧରି ବେଆଇନ ଖଣି ଉତ୍ତୋଳନ ଚାଲିଛି । ଏନେଇ ବାରମ୍ବାର ଅଭିଯୋଗ ଆସିବା ପରେ ଖଣି ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୁତି ଭୂଷଣ ଜେନା ଓ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ଖୁଣ୍ଟିଆ ବିଭାଗୀୟ ଅଧିକାରୀଙ୍କ ସହିତ ଉକ୍ତ ସ୍ଥାନରେ ପହଞ୍ଚି ବେଆଇନ ଖଣି ଖନନ ଓ ଚାଲାଣ ସମ୍ବନ୍ଧିତ ରିପୋର୍ଟ ସଂଗ୍ରହ କରିଥିଲେ । ପରେ ଏହାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହିତ ଆଲୋଚନା କରିଥିଲେ । ତେବେ ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଅବଲମ୍ବନ କରି ମୁଖ୍ୟମନ୍ତ୍ରୀ ସୁନ୍ଦରଗଡ଼ ଜିଲ୍ଲାର ଏହି ଦୁଇଟି ତହସିଲରେ ହୋଇଥିବା ବ୍ୟାପକ ଖଣି ଦୁର୍ନୀତି ପର୍ଦ୍ଦାଫାସ୍ ପାଇଁ ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । 


ଏହାଛଡ଼ା ସାମ୍ବାଦିକ ସମ୍ମିଳନୀରେ ଖଣି ମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, ଏହି ଘଟଣାକୁ ମୁଖ୍ୟମନ୍ତ୍ରୀ ଗୁରୁତର ସହ ନେଇଛନ୍ତି । ଏଥିରେ ଦୋଷୀ ଯେକେହି ବି ହୁଅନ୍ତୁ ସମସ୍ତ ଖୋଜି ବାହାର କରାଯିବ ଏବଂ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।  ଉଲ୍ଲେଖ ଯୋଗ୍ୟ,  ସୁନ୍ଦରଗଡ଼ ଜିଲ୍ଲା ହେମଗିରି ତହସିଲରେ ୨୨ଟି ଖଣିରୁ ବେଆଇନ ଭାବେ ୯,୮୪୩ ମେଟ୍ରିକ୍ ଟନ୍‌ରୁ ଅଧିକ ପରିମାଣର କୋଇଲା ଉତ୍ତୋଳନ କରାଯାଇଛି । ଯାହାର ଆନୁମାନିକ ମୂଲ୍ୟ ୨ କୋଟି ଟଙ୍କାରୁ ଅଧିକ ହେବ । ଏହି ମୋଟ୍ କୋଲ୍ ମାଇନ୍ସ ମଧ୍ୟରୁ ୧୪ଟି ଗୋପାଳପୁର ଗାଁରେ, ୩ଟି ରନ୍‌ସୋରା ଗାଁରେ ଓ ୫ଟି ଭୋଗରାକଚର ଗାଁରେ ଅବସ୍ଥିତ । ଏଗୁଡ଼ିକ ମୁଖ୍ୟତଃ ଜଙ୍ଗଲ କିସମର ଜମି । ଏଥିସହିତ ହେମଗିରିର ଜାମଖାନି ସଂରକ୍ଷିତ ଜଙ୍ଗଲ ଓ ଭୋଗରାକଚର ଗାଁରେ ମଧ୍ୟ ବେଆଇନ ଭାବେ କୋଇଲା ଗଚ୍ଛିତ କରାଯାଇଥିବା ସୂଚନା ରହିଛି ।

ସେହିପରି କୋଇଡ଼ା ତହସିଲ ଅନ୍ତର୍ଗତ ମାଲଦା, ପଟାବେଡ଼ା, ସାନପୁଟୁଳି, କୋଲମଙ୍ଗ ଓ ରୁସିବେଣୁଆଠାରେ ୪୭ଟି ମାଙ୍ଗାନିଜ୍‌ ଓ ୩ଟି ଲୌହ ଖଣିରୁ ବେଆଇନ ଭାବେ ମାଙ୍ଗାନିଜ୍ ଓ ଲୁହା ପଥର ଉତ୍ତୋଳନ କରାଯାଉଥିବାର ନଜର ଆସିଛି । ଏହି ମୋଟ୍ ୫୦ଟି ଖଣି ମଧ୍ୟରୁ ୧୬ଟି ପଟାବେଡ଼ା ଗାଁରେ ରହିଛି । ୧୦ଟି ମାଲଦା ଗାଁରେ, ୨୦ଟି କୋଲମଙ୍ଗ ଗାଁରେ ଏବଂ ଅବଶିଷ୍ଟ ୪ଟି ସାନପୁଟୁଳି ଓ ରୁସିବେଣୁଆ ଗାଁରେ ଅବସ୍ଥିତ । ଏସବୁ ଖଣିରୁ ୨୦ ହଜାର ମେଟ୍ରିକ୍ ଟନ୍‌ରୁ ଅଧ‌ିକ ମାଙ୍ଗାନିଜ ଓର୍ ଓ ୧,୨୦୦ ମେଟ୍ରିକ୍‌ ଟନ୍‌ରୁ ଉର୍ଦ୍ଧ୍ବ ପରିମାଣର ଲୁହାପଥର ବେଆଇନ ଭାବେ ଉତ୍ତୋଳନ କରାଯାଇଛି I ଯାହାର ଆନୁମାନିକ ମୂଲ୍ୟ ୩୭ କୋଟି ଟଙ୍କାରୁ ଅଧିକ ହେବ ବୋଲି ଜଣାପଡ଼ିଛି । ଯେଉଁ ଖଣି ମାଫିଆ ମାନେ ମାଇନ୍ସ ମିନେରାଲ୍ ଡେଭଲ୍‌ପମେଣ୍ଟ ରେଗୁଲେସନକୁ ଖିଲାପ କରୁଛନ୍ତି ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିମନ୍ତେ ତଦନ୍ତ ପ୍ରକ୍ରିୟାକୁ ଅଧିକ କ୍ରିୟାଶୀଳ କରାଯିବ ବୋଲି ଖଣି ମନ୍ତ୍ରୀ ସୂଚନା ଦେଇଛନ୍ତି । ତେବେ ବ୍ରହ୍ମପୁର ସର୍କିଟ୍ ହାଉସରେ ହୋଇଥିବା ସାମ୍ବାଦିକ ସମ୍ମିଳନୀରେ ବ୍ରହ୍ମପୁର ବିଧାୟକ କେ. ଅନିଲ୍ କୁମାର ମଧ୍ୟ ଉପସ୍ଥିତ ଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.