ପ୍ରମୂଖ ଖବର
  • ଖଲ୍ଲିକୋଟ : ଛେଳି ପଲ ଉପରେ ମାଡିଗଲା ଟ୍ରକ, ୭୦ ଛେଳି ମୃତ
  • ||
  • ଯୁଦ୍ଧଗ୍ରସ୍ତ ଇରାନ୍‌ରୁ ଆର୍ମେନିଆରେ ପହଞ୍ଚିଲେ ୧୧୦ ଭାରତୀୟ, ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଆଡ୍‌ଭାଇଜରୀ ଜାରି
  • ||
  • ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ଅଭିଯୋଗ, ସମସ୍ତ ୧୦ ଅଭିଯୁକ୍ତକୁ ଗିରଫ କଲା ପୁଲିସ
  • ||
  • କୋକସରା: ଦେପୁର ନିକଟରେ ଗଛରେ ପିଟି ହେଲା ବାଇକ, ଦୁଇ ମୃତ ଜଣେ ଗୁରୁତର
  • ||
  • ପ୍ରତିକୂଳ ପାଗ ପାଇଁ ୧୭ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା, ଡାକବାଜି ଯନ୍ତ୍ରରେ କରାଗଲା ସତର୍କ
  • ||
  • ବଲାଙ୍ଗିର: ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶରେ ସାମିଲ୍ ହେଲେ ମୁଖ୍ୟମନ୍ତ୍ରୀ, ସଫଳ ଚାଷୀଙ୍କୁ ସମ୍ବର୍ଦ୍ଧିତ କରାଯିବ
  • ||
  • ବଲାଙ୍ଗୀର ସହର ଭିତରେ ଦୁର୍ଘଟଣା, ଭାରସାମ୍ୟ ହରାଇ ରାସ୍ତାକଡ଼ ଦୋକାନକୁ ପଶିଗଲା କଣ୍ଟେନର
  • ||
  • ବସୁମତୀ ସ୍ନାନ ସହ ଶେଷ ହେଲା ରଜ, ୩ ଦିନର ବିଶ୍ରାମ ପରେ ଶୁଦ୍ଧ ସ୍ନାନ କଲେ ବସୁମାତା
  • ||
  • ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି; କୋଲକାତାରେ ଜରୁରୀ ଅବତରଣ
  • ||
  • ପରମାଣୁ ଅସ୍ତ୍ର ନେଇ ଇରାନ୍‌କୁ ଟ୍ରମ୍ପଙ୍କ କଡ଼ା ଚେତାବନୀ, କହିଲେ ତୁରନ୍ତ ତେହେରାନ୍ ଛାଡ଼, ଡ଼ାକିଲେ ବଡ଼ ବୈଠକ
  • ||
  • କାନାଡ଼ାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଆଜି ଓ କାଲି ଦୁଇ ଦିନ ଧରି G7 ସମିଟ୍‌ରେ ସାମିଲ ହେବେ
  • ||
  • ଅନବସରରେ ମହାପ୍ରଭୁ: ଫୁଲୁରି ତେଲ ଘଷା ହେବାରେ ଉପଶମ ହେଉଛନ୍ତି ଦାରୁବ୍ରହ୍ମ, ଆଜି ଓଷ ଲାଗି ନୀତି
  • ||
  • ଏବେ ବଡ଼ ବର୍ଷା ନାହିଁ: ଆଜି କିଛି ସ୍ଥାନରେ ବର୍ଷିବ, ୨୩ରୁ ପୁଣି ବଢ଼ିପାରେ, ତାପମାତ୍ରା ୨ରୁ ୪ ଡିଗ୍ରୀ କମିବା ସମ୍ଭାବନା
  • ||

ରେଙ୍ଗାଳପାଲି ପଞ୍ଚାୟତରେ ପହଞ୍ଚିଲା ବିକାଶ ବାହନ ରଥ, ଲୋକଙ୍କ ନିକଟରେ ପହଞ୍ଚାଇବ ସରକାରଙ୍କ ଲୋକାଭିମୁଖୀ ଯୋଜନାର ବାର୍ତ୍ତା

Published By : Rasmita Pradhan | June 17, 2025 1:53 PM

କୋକସରା,୧୭/୦୬ : କେନ୍ଦ୍ରରେ ବିଜେପି ସରକାରଙ୍କ ୧୧ ବର୍ଷ ଓ ରାଜ୍ୟ ସରକାରଙ୍କ ୧ ବର୍ଷ ପୂର୍ତ୍ତି ଅବସରରେ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନାକୁ ପ୍ରତି ବ୍ଲକ ଓ ଗ୍ରାମ ପଞ୍ଚାୟତସ୍ତରରେ ପହଞ୍ଚାଇବାକୁ ବିକାଶ ବାହନ ରଥର ଶୁଭାରମ୍ଭ ହୋଇଛି। କୋକସରା ବ୍ଲକ ରେଙ୍ଗାଳପାଲି ପଞ୍ଚାୟତରେ ଏହି ରଥ ଆଜି ପହଞ୍ଚିଛି। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ସ୍ଥାନୀୟ ସରପଞ୍ଚ ପଦ୍ମିନୀ ପାତ୍ରଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପାଟ୍ଟଯୋଶୀ ଯୋଗଦେଇ ରାଜ୍ୟ ସରକାରଙ୍କ ୧ ବର୍ଷର ଉପଲବ୍ଧି ଓ ଆଗକୁ ବିକାଶର ଯୋଜନା ଉପରେ ନିଜର ଅଭିଭାଷଣ ରଖିଛନ୍ତି। 

ସମ୍ମାନିତ ଅତିଥି ଭାବେ କୋକସରା ବିଡିଓ ଡ. ହିମାଞ୍ଚଳ ମାଝୀ, ତହସିଲଦାର କ୍ଷୀରୋଦ ବିହାରୀ ଭାରତ ନାଗ, ସମିତି ସଭ୍ୟ ମୁକ୍ତେଶ୍ଵର ନାଏକ, କୋକସରା ସିଏଚସି ଅଧିକାରୀ ଡ. ତତ୍ୱଦର୍ଶୀ ଦାସ, ବିଜେପି ନେତା ତ୍ରିନାଥ ଶବର, ଅପ୍ରେସ ସ୍ୱାଇଁ, ସ୍ଥାନୀୟ ବୁଦ୍ଧିଜୀବୀ ଜୟଲାଲ ନାଏକ, ନାରାୟଣ ପଟ୍ଟନାୟକ, ବାହାଦୂର ମାଝୀ ପ୍ରମୁଖ ଉପସ୍ଥିତ ରହି ରାଜ୍ୟ ସରକାରଙ୍କ ଲୋକାଭିମୁଖୀ ଯୋଜନା ଉପରେ ମତ ପ୍ରକାଶ କରିଛନ୍ତି। ଏହି ଅବସରରେ ଯୋଗ୍ୟ ହିତାଧିକାରୀଙ୍କୁ ଅନ୍ତୋଦୟ ଗୃହ ଯୋଜନାରେ ଆବାସ ଘର କାର୍ଯ୍ୟାଦେଶ, ନୂତନ ରାସନ କାର୍ଡ, ବୟୋ ବନ୍ଦନା କାର୍ଡ, ନିର୍ମାଣ ଶ୍ରମିକ ଶ୍ରମ କାର୍ଡ, ଭତ୍ତା କାର୍ଡ, ଦିବ୍ୟାଙ୍ଗଙ୍କୁ ଟ୍ରାଇ ସାଇକେଲ ଉପସ୍ଥିତ ଅତିଥିମାନେ ବଣ୍ଟନ କରିଥିଲେ। କାର୍ଯ୍ୟକ୍ରମରେ ମଞ୍ଚ ସଂଯୋଜନା ଲକ୍ଷ୍ମୀକାନ୍ତ ପଟ୍ଟନାୟକ କରିଥିବା ବେଳେ ବ୍ଲକ ବିଏସଏସଓ ଦୀପକ କୁମାର ବେହେରା, ଜିପିଡିଓ ରାଜେନ୍ଦ୍ର ପାତ୍ର, ଯୋଗାଣ ଅଧିକାରୀ ଜଗାରାମ ମୂର୍ମୁ, ପଞ୍ଚାୟତ ନିର୍ବାହୀ ଅଧିକାରୀ ଯୁଗେଶ୍ୱର ବେମାଲ ସମେତ ପଞ୍ଚାୟତ କର୍ମଚାରୀ ଓ ମିଶନ ଶକ୍ତି ଅଧିନସ୍ଥ ମହିଳା କର୍ମଚାରୀ ଓ ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନେ ଉପସ୍ଥିତ ରହି ସହଯୋଗ କରିଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.