ପ୍ରମୂଖ ଖବର
  • Mann ki Baat; ସାହସ ଓ ସଂକଳ୍ପର ପ୍ରତୀକ 'ଅପରେସନ୍ ସିନ୍ଦୂର, ଆତଙ୍କବାଦ ଶେଷ ଭାରତର ସଂକଳ୍ପ କହିଲେ ପ୍ରଧାନମନ୍ତ୍ରୀ
  • ||
  • ରଥଯାତ୍ରା ପ୍ରସ୍ତୁତି: ରଥଖଳାରେ ପହଞ୍ଚିଲା ୩୨ଟି ୪୦ ଫୁଟିଆ କାଠ
  • ||
  • ଭଦ୍ରକ : ନିଆଁ ଲାଗି ଜଳିଗଲା ୬ ବଖରା ଘର, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ନଷ୍ଟ
  • ||
  • ବିଶ୍ୱର ୪ର୍ଥ ସର୍ବବୃହତ ଅର୍ଥନୈତିକ ଦେଶ ଭାରତ, ଜାପାନକୁ ଟପିଲା
  • ||
  • IPL 2025: ଆଜି ଚେନ୍ନାଇ- ଗୁଜରାଟ ମଧ୍ୟରେ ଶେଷ ଲିଗ୍‌ ମ୍ୟାଚ୍‌, ଟାଇଟନ୍ସ ପାଇଁ ଗୁରୁତ୍ୱପୂର୍ଣ୍ଣ
  • ||
  • ନନ୍ଦନକାନନ ପ୍ରାଣୀ ଉଦ୍ୟାନ ପାଇଁ ଖୁସି ଖବର, ଅଣ୍ଡାରୁ ଫୁଟି ବାହାରିଲେ ୧୪ ଘଡ଼ିଆଲ ଛୁଆ
  • ||
  • ଭାରତ ପ୍ରହାରରେ ଥରହର ପାକିସ୍ତାନ; ପ୍ରତିରକ୍ଷା ବଜେଟ୍ ବଢାଇବାକୁ ପ୍ଲାନ୍‌, କହିଲା ଆମ ପଡ଼ୋଶୀ...
  • ||
  • ସମ୍ବଲପୁର ବୁର୍ଲା ଥାନା ଲଡୁଖାଇ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକକୁ ପିଟିଲା କାର୍‌, ୨ ମୃତ, ୨ ଗୁରୁତର
  • ||
  • ରବିବାର ଏନ୍‌ଡିଏ ମୁଖ୍ୟମନ୍ତ୍ରୀଙ୍କ ସମ୍ମିଳନୀ,ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ, ଫୋକସରେ ଭାରତ- ପାକ୍ ତିକ୍ତତା
  • ||
  • ମଞ୍ଚେଶ୍ୱର ଶିଳ୍ପାଞ୍ଚଳରେ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ଜଳିଗଲା ଗଦି ତିଆରି କାରଖାନା, ୧୦କୋଟି ଟଙ୍କାର ସମ୍ପତ୍ତି ନଷ୍ଟ
  • ||
  • ୫ ଦିନରେ ଓଡ଼ିଶାରେ ମୌସୁମୀ: ଏବେ ଝିପିଝିପି, ୨୭ରୁ ୩୦ ଯାଏଁ ଅଧିକ ବର୍ଷା ସମ୍ଭାବନା, ଜୁନ୍ ପୁଣି ଗରମ
  • ||

ମୁଖ୍ୟମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନାର ଦିଗ ପରିବର୍ତ୍ତନକୁ ନେଇ ବିଜେପି-ବିଜେଡ଼ି ମୁଁହାମୁହିଁ ,ଆନ୍ଦୋଳନର ଚେତାବନୀ ଦେଲେ ଗ୍ରାମବାସୀ

Published By : Anindita Rath | May 25, 2025 9:07 AM

ଚାନ୍ଦବାଲି,୨୫/୦୫: ମୁଖ୍ୟମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନାର ଦିଗ ପରିବର୍ତ୍ତନକୁ ନେଇ  ବିଜେପି-ବିଜେଡ଼ି ମୁଁହାମୁହିଁ । ମୁଖ୍ୟମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ଅନ୍ତର୍ଭୁକ୍ତ କରିଥିଲେ ନବୀନ ସରକାର ଏବେ ଛଡେଇ ନେବାକୁ ବସିଛନ୍ତି ମୋହନ ସରକାର । ତେବେ ଏଭଳି କିଛି ଅଭିଯୋଗ କରିଛନ୍ତି ଭଦ୍ରକ ଜିଲ୍ଲା ,ଚାନ୍ଦବାଲି ବ୍ଲକର ତେନ୍ତୁଳିଡିହ ପଞ୍ଚାୟତ ଅନ୍ତର୍ଗତ କମ୍ବଳପୁର ଗ୍ରାମବାସୀ ।  

ସୂଚନା ମୁତାବକ ଉକ୍ତ ଗ୍ରାମରେ ପ୍ରାୟ ଏକ ହଜାରରୁ ଉର୍ଦ୍ଧ୍ବ ଲୋକ ବସବାସ କରୁଥିବା ବେଳେ ଗାଁକୁ ସବୁଦିନିଆ ରାସ୍ତା ନ ଥିଲା । ବିଛିନ୍ନାଚଳ ଭବେ ପରିଚିତ ଉକ୍ତ ଗ୍ରାମକୁ ସବୁଦିନିଆ ରାସ୍ତା ନିର୍ମାଣ ପାଇଁ ବାରମ୍ବାର ଦାବି କରିଥିଲେ ଗ୍ରାମବାସୀ । ଗ୍ରାମବାସୀଙ୍କ ଦାବିକୁ ରକ୍ଷା କରି ପୂର୍ବ ସରକାରଙ୍କ ସମୟରେ ଉକ୍ତ ଗ୍ରାମ ସହ ନିକଟସ୍ଥ କିଛି ଗ୍ରାମକୁ  ମୁଖ୍ୟମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଥିଲା । ପାଞ୍ଚ କିଲୋମିଟର ରାସ୍ତା ନିର୍ମାଣ ପାଇଁ ପ୍ରାୟ ୯ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଥିଲା। ଯାହାକୁ ୨୦୨୪ ମସିହା ମାର୍ଚ୍ଚ ୭ତାରିଖ ଦିନ ଚାନ୍ଦବାଲି ବିଧାୟକ ଡ଼. ବ୍ୟୋମକେଶ ରାୟ ଶିଳାନ୍ୟାସ କରିଥିଲେ । ଏବେ ଏହି ରାସ୍ତାର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି । ମାତ୍ର ପୂର୍ବ ନିର୍ଦ୍ଧାରିତ ସ୍ଥାନରେ ରାସ୍ତା ନିର୍ମାଣ ନ କରି ରାଜନୈତିକ ଉଦେଶ୍ୟରେ ରାସ୍ତା ନିର୍ମାଣ କରିବା ପାଇଁ ମସୁଧା ଚଳାଇଛନ୍ତି ଶାସକ ଦଳର ଜଣେ ଠିକାଦାର । ଯଦି ରାସ୍ତାରେ ଦିଗ ପରିବର୍ତ୍ତନ ହୁଏ ତେବେ କମ୍ବଳପୁର ଗ୍ରାମବାସୀ ରାସ୍ତାରୁ ବଞ୍ଚିତ ହେବା ଏକ ପ୍ରକାର ସ୍ପଷ୍ଟ ହୋଇ ଯାଇଛି । ଯାହାକୁ ବିରୋଧ କରିଛନ୍ତି ଗ୍ରାମବାସୀଙ୍କ ସମେତ ସ୍ଥାନୀୟ ବିଜେଡ଼ି ନେତା । 

କମ୍ବଳପୁର ଗ୍ରାମକୁ ବାହ୍ୟ ଜଗତରୁ ବିଚ୍ଛିନ୍ନ କରି ରଖିବା ପାଇଁ  ବିଜେପି ହୀନ ଚକ୍ରାନ୍ତ କରୁଛି ବୋଲି ଅଭିଯୋଗ କରିଛି ବିଜେଡ଼ି । ଯଦି ପୂର୍ବ ନିର୍ଦ୍ଧାରିତ ସ୍ଥାନ ଅନୁସାରେ ରାସ୍ତା ନିର୍ମାଣ କରାନଯାଏ ତେବେ ଆନ୍ଦୋଳନର ଚେତାବନୀ ଦେଇଛନ୍ତି ଗ୍ରାମବାସୀ । ଏ ବିଷୟରେ ବିଭାଗୀୟ ଅଧିକାରୀଙ୍କୁ ପଚାରିବାରୁ ରାସ୍ତା ପୂର୍ବ ନିର୍ଦ୍ଧାରିତ ସ୍ଥାନ ଅନୁସାରେ ହେବ ବୋଲି ନିଜ ପ୍ରତିକ୍ରିୟାରେ କହିଛନ୍ତି ।











Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.