PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ବିଜେବି କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର
  • ||
  • ୨୦୨୨-୨୩ ବଜେଟ୍‌ : ଶିକ୍ଷା ଓ ଦକ୍ଷତା ବିକାଶ କ୍ଷେତ୍ର ପାଇଁ ୨୭,୩୨୪କୋଟି ଟଙ୍କା ଆବଣ୍ଟନ
  • ||
  • ଉଦୟପୁର ହତ୍ୟାକାଣ୍ଡ ଘଟଣା : କୋର୍ଟ ୪ ଅଭିଯୁକ୍ତଙ୍କୁ ୧୦ଦିନର NIA ରିମାଣ୍ଡରେ ପଠାଇଲେ
  • ||
  • ଭୁବନେଶ୍ବର ପରେ କଟକରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ
  • ||
  • ପୁରୀ : ଗୁଣ୍ଡିଚା ମନ୍ଦିର ରୋଷଘର ଚୁଲି ଭାଙ୍ଗିଲେ ଦୁର୍ବୃତ୍ତ, ୨୦ରୁ ଅଧିକ ଚୁଲି ଭାଙ୍ଗି ଥିବା ସୂଚନା
  • ||
  • ଭୁବନେଶ୍ୱର: ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ: ପ୍ରଥମ ଦିନରେ ଶୋକ ପ୍ରସ୍ତାବ ପାରିତ, ଆସିବ ପୂର୍ଣ୍ଣାଙ୍ଗ ବଜେଟ୍
  • ||
  • ନୂଆଦିଲ୍ଲୀ; ଫୁଟ୍‌ ଉପରେ ବିମାନ କ୍ୟାବିନରେ ଦେଖିବାକୁ ମିଳିଲା ଧୁଆଁ; ଦିଲ୍ଲୀ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କଲା ସ୍ପାଇସଜେଟ୍‌
  • ||
  • ଭୁବନେଶ୍ୱର: ୪ରେ ଲଘୁଚାପ, ଆଜିଠୁ ବଢ଼ିବ ବର୍ଷା
  • ||
  • ଚୌଦ୍ୱାର : ଜଗା ଦର୍ଶନ ସାରି ଘରକୁ ଫେରୁଥିବା ବେଳେ ବୋଲେରୋକୁ ପିଟିଲା ଟ୍ରକ: ଜଣେ ମୃତ, ୯ ଗୁରୁତର
  • ||
  • ପୁରୀ: ଦାରୁବ୍ରହ୍ମଙ୍କ ପତିତପାବନ ଯାତ୍ରା: ଆଜି ଜନ୍ମବେଦିକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବାରିପଦା: ଆଜି ଗଡ଼ିବ ଦ୍ୱିତୀୟ ଶ୍ରୀକ୍ଷେତ୍ର ରଥ, ସୁଭଦ୍ରାଙ୍କ ରଥକୁ ଟାଣିବେ ମହିଳା ଶ୍ରଦ୍ଧାଳୁ
  • ||
  • କଟକ: ଆଜିଠୁ ମିଳିତ ପୁଲିସ୍‌ ସେବା ପରୀକ୍ଷା, ୩୪ କେନ୍ଦ୍ରରେ ପରୀକ୍ଷା ଦେବେ ୨୯ ହଜାର ୬୪୪ ପରୀକ୍ଷାର୍ଥୀ
  • ||

ଗାଡି ଧକ୍କାରେ ଯୁବକ ମୃତ, କ୍ଷତିପୂରଣ ଦାବିରେ  ଗ୍ରାମବାସୀଙ୍କ ଜାତୀୟ ରାଜପଥ ଅବରୋଧ

ବୌଦ୍ଧ, ୨୩।୬ ବୌଦ୍ଧ ସିଦ୍ଧପୁର ଛକ ନିକଟରେ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ପରିବାରକୁ କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକେ ୫୭ତମ ଜାତୀୟ ରାଜପଥ ଅବରୋଧ କରିଛନ୍ତି । ରାସ୍ତା ଉପରେ ମୃତଦେହ ରଖି ଗ୍ରାମବାସୀ ରାଜପଥ ଅବରୋଧ କରିଛନ୍ତି।

ସିଦ୍ଧପୁର ଛକ ନିକଟରେ ସୋରଜ କୁମାର ମେହେର ନାମକ ଏକ ଯୁବକ  ଙ୍କୁ ଅଜଣା ଗାଡ଼ି ଧକ୍କା ଦେଇ ଫେରାର ହୋଇଯାଇଥିଲା  । ଗୁରୁତର ଅବସ୍ଥାରେ ଯୁବକ ଜଣକ ରାସ୍ତା ରେ ପଡି ରହିଥିଲେ । ପରେ ସ୍ଥାନୀୟ ଲୋକେ ୧୦୮ ଆମ୍ବୁଲାନ୍ସ ଯୋଗେ ଯୁବକଙ୍କୁ ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ରେ ଭର୍ତ୍ତି କରିଥିଲେ ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତଦେହ ବ୍ୟବଚ୍ଛେଦ ହେବା ପରେ  ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ଉତ୍ତ୍ୟକ୍ତ ଗ୍ରାମବାସୀ ମୃତଦେହ ଆଣି ୫୭ ନଂ ଜାତୀୟ ରାଜପଥ ରେ ରଖି କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ କରିଛନ୍ତି । ଯେ ପର୍ଯ୍ୟନ୍ତ ମୃତକ ଙ୍କ ପରିବାର କୁ କ୍ଷତି ପୁରଣ ଦିଆ ନ ଯାଇଛି ସେ ପର୍ଯ୍ୟନ୍ତ ରାସ୍ତା ଅବରୋଧ ଜାରି ରହିବ ବୋଲି ଗ୍ରାମବାସୀ କହିଛନ୍ତି। ସେପଟେ ଘଟଣା ସ୍ଥଳରେ ବାଉସୁଣୀ ପୋଲିସ୍ ପହଞ୍ଚି ଲୋକଙ୍କୁ ବୁଝା ସୁଝା କରୁଥିବା ବେଳେ ସେଠାରେ ଏ ପର୍ଯ୍ୟନ୍ତ କୌଣସି ପ୍ରଶାସନିକ ଅଧିକାରୀ ପହଞ୍ଚି ନଥିବା ସୂଚନା ମିଳିଛି । ଅନ୍ୟପଟେ ରାସ୍ତା ଅବରୋଧ ଯୋଗୁଁ ଉଭୟ ପାର୍ଶ୍ଵରେ ଶହ ଶହ ଗାଡି ମୋଟର  ଅଟକି ରହିଥିବା ବେଳେ ଜନସାଧାରଣ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।