ପ୍ରମୂଖ ଖବର
  • ପହଲଗାମ ଆକ୍ରମଣରେ ଟିଆରଏଫର ସଂପୃକ୍ତି ନେଇ ପ୍ରମାଣ ମାଗିଲା ପାକିସ୍ତାନ
  • ||
  • ଗୁଗୁଲ୍-ମେଟାକୁ ଇଡ଼ି ନୋଟିସ୍‌, ଅନ୍‌ଲାଇନ୍ ବେଟିଂ ଆପ୍‌ ମାମଲାରେ ସମନ୍‌
  • ||
  • ପୁରୀ: ବଳଙ୍ଗା ଥାନା ଅଞ୍ଚଳରେ ଅଭାବନୀୟ ଘଟଣା, ନାବାଳିକାଙ୍କୁ ନିଆଁ ଲଗାଇ ପୋଡ଼ି ଦେଲେ ୩ ଦୃର୍ବୃତ୍ତ
  • ||
  • ଢେଙ୍କାନାଳ ଗଉଡ଼କାଟେଣିରେ ଟ୍ରକ୍-‌ହାୱାଇ ମୁହାଁମୁହିଁ ଧକ୍କା, ହାୱାଇ ଡ୍ରାଇଭର ଗୁରୁତର
  • ||
  • ଶିକ୍ଷକ ଅଭାବରୁ ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ, ଧାରଣାରେ ଛାତ୍ରଛାତ୍ରୀ
  • ||
  • ମାଲକାନଗିରି: ଏନ୍‌କାଉଣ୍ଟରରେ ୬ ମାଓବାଦୀ ନିହତ, AK-47, SRL ରାଇଫଲ୍ ସମେତ ବିପୁଳ ବିସ୍ଫୋରକ ଜବତ
  • ||
  • କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଚେତାବନୀ, ଏନ୍‌ଆଇଏ ମାମଲା ପାଇଁ ସ୍ୱତନ୍ତ୍ର କୋର୍ଟ ବନାଅ...
  • ||
  • ଜଳେଶ୍ବର: ଟ୍ରକ୍‌କୁ ଧକ୍କା ଦେଲା ବସ୍‌; ୩୦ ଜଣ ଯାତ୍ରୀ ଆହତ
  • ||
  • ଶନିବାରଠୁ ଚାଷୀ ପଞ୍ଜୀକରଣ, ଅଗଷ୍ଟ ୨୦ ଯାଏ ଚାଲିବ ପ୍ରକ୍ରିୟା: ନଭେମ୍ବର ପ୍ରଥମ ସପ୍ତାହରୁ ଧାନକିଣା
  • ||
  • ୨୩ରେ ଲଘୁଚାପ, ୨୫ରେ ନେଇପାରେ ଅବପାତ ରୂପ: ଆଜିଠୁ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||

ଶିକ୍ଷକ ଅଭାବରୁ ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ, ଧାରଣାରେ ଛାତ୍ରଛାତ୍ରୀ

Published By : Swapna Ray | July 19, 2025 12:42 PM

ଫୁଲବାଣୀ, ୧୯/୦୭: ଶିକ୍ଷକ ନିଯୁକ୍ତି ଦାବିରେ ସ୍କୁଲରେ ତାଲା ପକାଇଛନ୍ତି ଅଭିଭାବକ ଓ ଗ୍ରାମବାସୀ I କନ୍ଧମାଳ ଜିଲ୍ଲା ଫୁଲବାଣୀ ବ୍ଲକ ଦଡ଼କି ପଞ୍ଚାୟତର ବେଣାକେରାଠାରେ ଏଭଳି ଘଟଣା ଦେଖିବାକୁ ମିଳିଛି I ସୂଚନା ଅନୁସାରେ, ଏହି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଞ୍ଚଳର ବହୁ ପୁରୁଣା ସ୍କୁଲ I ବର୍ତ୍ତମାନ ଏହି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ଥିବା ବେଳେ ପ୍ରାୟ ୫୦ ଜଣ ଛାତ୍ରଛାତ୍ରୀ ଏଠାରେ ପାଠ ପଢ଼ୁଛନ୍ତି I ଗତ ମେ ମାସରୁ ବିଦ୍ୟାଳୟରେ କାର୍ଯ୍ୟରତ ତିନିଜଣ ଶିକ୍ଷକଙ୍କ ମଧ୍ୟରୁ ଜଣେ ଅବସର ଗ୍ରହଣ କରିଛନ୍ତି । ଅନ୍ୟ ଦୁଇଜଣ ଶିକ୍ଷକଙ୍କୁ ଅନ୍ୟତ୍ର ବଦଳି କରାଯାଇଥିବାରୁ ଏବେ ବିଦ୍ୟାଳୟରେ ମାତ୍ର ଦୁଇଜଣ ଶିକ୍ଷୟିତ୍ରୀ ଶିକ୍ଷାଦାନ କରୁଛନ୍ତି I 

ଯାହାଫଳରେ ବିଦ୍ୟାଳୟରେ ପିଲାଙ୍କ ପାଠପଢ଼ା ବାଧାପ୍ରାପ୍ତ ହୋଇଛି । ବିଦ୍ୟାଳୟ ପରିଚାଳନାରେ ମଧ୍ୟ ଅଚଳାବସ୍ଥା ଦେଖାଦେଇଛି I ଶିକ୍ଷକ ନିଯୁକ୍ତି ପାଇଁ  ଗ୍ରାମବାସୀ ଓ ଅଭିଭାବକ  ତିନିମାସ ହେଲା ଦାବି କରିଆସୁଥିଲେ ମଧ୍ୟ ବିଭାଗୀୟ ଅଧିକାରୀ କର୍ଣ୍ଣପାତ କରୁନଥିଲେ । ତେଣୁ ବାଧ୍ୟ ହୋଇ ଶନିବାର ଅଭିଭାବକ ଓ ଗ୍ରାମବାସୀ ବିଦ୍ୟାଳୟରେ ତାଲା ପକାଇଛନ୍ତି । ଏଥିସହ ଫାଟକ ସମ୍ମୁଖରେ ଛାତ୍ର ଛାତ୍ରୀଙ୍କୁ ଧରି ଧାରଣାରେ ବସି ରହିଛନ୍ତି I ଶିକ୍ଷକ ନିଯୁକ୍ତି ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି କହିଛନ୍ତି ଗ୍ରାମବାସୀ I ଏ ଖବର ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ନିକଟରେ ପହଞ୍ଚିବା ପରେ ସେ ତୁରନ୍ତ ଏହାର ତଦନ୍ତ କରି ରିପୋର୍ଟ ପ୍ରଦାନ ପାଇଁ ଫୁଲବାଣୀ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।  

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.