ପ୍ରମୂଖ ଖବର
  • ରାଉରକେଲା : ପାରିବାରିକ କଳହର କରୁଣ ପରିଣତି , ୨ ଝିଅକୁ ବିଷ ଦେଇ ନିଜେ ବିଷ ପିଇଲା ମା’
  • ||
  • ରାଜ୍ୟରେ ଖୋଲିବ ୫ ନୂଆ ଏନସିସି ଛାତ୍ରୀ ବାଟାଲିୟନ
  • ||
  • ଆମେରିକାର ପୋଲ୍ ଖୋଲିଲା ଏହି ରିପୋର୍ଟ, ଇରାନର କେବଳ ଗୋଟିଏ ପରମାଣୁ ଠିକଣା ହୋଇଥିଲା ଧ୍ବଂସ
  • ||
  • ବିନିକା : ମହାନଦୀରୁ ମିଳିଲା ଏକ କୁଇଣ୍ଟାଲର ବୋଦା ମାଛ
  • ||
  • ପ୍ରତିବନ୍ଧକର ଧମକ ଦେଇଥିଲେ ନାଟୋ ମୁଖ୍ୟ, କଡ଼ା ଜବାବ ଦେଲା ଭାରତ
  • ||
  • ଏଫଏମ କଲେଜ ଘଟଣା ପରେ ଆକ୍ସନରେ ସରକାର; ଜିଏମ୍ ବିଶ୍ବବିଦ୍ୟାଳୟର ଆସିଷ୍ଟାଣ୍ଟ ପ୍ରଫେସର ଗିରଫ
  • ||
  • କଣ୍ଟାବଞ୍ଜି: ରାୟପୁର- ବିଶାଖପାଟଣା ପାସେଞ୍ଜର ଟ୍ରେନର ଏକ ବଗିର ଯାନ୍ତ୍ରିକ ତ୍ରୁଟି,ଦୀର୍ଘ ସମୟ ଧରି ଅଟକିଥିଲା ଟ୍ରେନ
  • ||
  • ନୂଆପଡ଼ା : ସାହାଜଟ ସେବାଶ୍ରମରେ ଅଘଟଣ, ଗଛରେ ଝୁଲି ପଡ଼ିଲେ ଅଷ୍ଟମ ଶ୍ରେଣୀ ଛାତ୍ର
  • ||
  • କେନ୍ଦ୍ରାପଡ଼ା : ଖରସ୍ରୋତାକୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଓଡ଼ିଶା ବନ୍ଦ; ସାଲେପୁର କଂଗ୍ରେସରେ ଫାଟ, ସମର୍ଥକଙ୍କ ମଧ୍ୟରେ ଛକାପଞ୍ଝା
  • ||
  • କୋଣାର୍କ : ଓଡ଼ିଶା ବନ୍ଦ ଡାକରାର ପ୍ରଭାବ; ପର୍ଯ୍ୟଟକଶୂନ୍ୟ କୋଣାର୍କ ଓ ଚନ୍ଦ୍ରଭାଗା
  • ||
  • କଳାହାଣ୍ଡି : କେସିଙ୍ଗାରେ ଓଡିଶା ବନ୍ଦ ପ୍ରଭାବ, ସହରର ସମସ୍ତ ଦୋକାନ ବଜାର ସହ ବିଭିନ୍ନ କାର୍ଯ୍ୟାଳୟ ବନ୍ଦ
  • ||
  • ଆଲାସ୍କା ଦ୍ୱୀପରେ ୭.୩ ତୀବ୍ରତାର ଭୂମିକମ୍ପ ଅନୁଭୂତ, ସୁନାମି ଚେତାବନୀ ଜାରି
  • ||
  • ସପିଂ ମଲରେ ଭୟଙ୍କର ଅଗ୍ନିକାଣ୍ଡ; ଜିଅନ୍ତା ଜଳି ୫୦ ମୃତ, ଅନେକ ଆହତ
  • ||
  • ଖଲ୍ଲିକୋଟ : ୧୬ ନଂ ଜାତୀୟ ରାଜପଥ ନାରାୟଣୀ ଛକରେ ଓଲଟିଲା କାର୍, ଜଣେ ମୃତ ୮ ଗୁରୁତର
  • ||
  • ଓଡ଼ିଶା ବନ୍ଦ, ଚକଅଖ ଜାମ୍, ସକାଳ ୬ରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛନ୍ତି କଂଗ୍ରେସ, ବାମପନ୍ଥୀ ଦଳ
  • ||
  • ଗୁରୁବାରଠୁ କମିବ ବର୍ଷାର ପରିମାଣ, ୨୩ ଜିଲ୍ଲାରେ ବଜ୍ରଘାତ ଆଶଙ୍କା; ୨୦ରୁ ଅନେକ ସ୍ଥାନରେ ବର୍ଷା ସମ୍ଭାବନା
  • ||

ରାସ୍ତା ଅବସ୍ଥା ଶୋଚନୀୟ ଯୋଗୁଁ ଗ୍ରାମବାସୀଙ୍କ ନିଆରା ପ୍ରତିବାଦ, ମାଛ ଯାଆଁଳ ଛାଡ଼ି ଜାଲ ପକାଇ ଧରିଲେ ଗ୍ରାମବାସୀ

Published By : Gurupada Nath | June 28, 2025 8:12 PM

ମାଲକାନଗିରି, ୨୮/୬ : ରାସ୍ତା ଶୋଚନୀୟ ଯୋଗୁଁ ମାଲକାନଗିରି ପୌରାଞ୍ଚଳର ଏମଭି-୪୩ ଗ୍ରାମବାସୀଙ୍କର ନିଆରା ପ୍ରତିବାଦ । ପଙ୍କ କାଦୁଅ ମୟ ରାସ୍ତାରେ ମାଛ ଯାଆଁଳ ଛାଡ଼ିଲେ ଓ ଜାଲ ପକାଇ ମାଛ ଧରିଲେ। ମାଲକାନଗିରି ପୌରାଞ୍ଚଳର ପ୍ରମୁଖ ରାସ୍ତାରେ ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି।  

ସୂଚନା ଅନୁସାରେ, ମାଲକାନଗିରି ଜିଲ୍ଲା ସଦରମହକୁମା ରିକଲାମେସନ କଲୋନୀ ତାମିଲ କ୍ୟାମ୍ପଠାରୁ ଏମଭି-୪୩ ଗ୍ରାମ ପାଖାପାଖି ୩ କିମି ରାସ୍ତାରେ ଆଣ୍ଠୁଏ ଆଣ୍ଠୁଏ ଗାତ ରହିଛି । ବାରମ୍ବାର କହିବା ପରେ ମଧ୍ୟ ପ୍ରଶାସନ ନ ଶୁଣିବାରୁ ଏଭଳି ଭିନ୍ନ ଢଙ୍ଗରେ ଆଜି ପ୍ରତିବାଦ କରିଛନ୍ତି ଗ୍ରାମବାସୀ। ଏହି ରାସ୍ତା ଦେଇ ୨୦ରୁ ଊର୍ଦ୍ଧ୍ବ ଗ୍ରାମର ଶହ ଶହ ଲୋକ ଓ ଯାନବାହାନ ଯାତାୟତ କରିଥାଏ । ପ୍ରତିଦିନ ଏହି ରାସ୍ତାରେ ମହାବିଦ୍ୟାଳୟ ଓ ବିଦ୍ୟାଳୟକୁ ଛାତ୍ରଛାତ୍ରୀମାନେ ଯାତାୟତ କରୁଥିବାବେଳେ ନାନା ସମସ୍ୟା ଭୋଗୁଛନ୍ତି। ଅନେକ ସମୟରେ ଦୁର୍ଘଟଣାର ଶିକାର ମଧ୍ୟ ହେଉଥିବା ଅଭିଯୋଗ କରିଛନ୍ତି ଲୋକେ। ଯଦି ପ୍ରଶାସନ ତୁରନ୍ତ ରାସ୍ତା ନିର୍ମାଣ ନକରେ ତେବେ ଆଗାମୀ ଦିନରେ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରିବାକୁ ଅଞ୍ଚଳବାସୀ ଚେତାବନୀ ଦେଇଛନ୍ତି।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.