ପ୍ରମୂଖ ଖବର
  • ବ୍ରହ୍ମପୁର, : ଲାଞ୍ଜିପଲ୍ଲୀ ଜେଲ ଗେଟ୍ ନିକଟରୁ ୩ ବୋମା ଜବତ
  • ||
  • କୋଏଲ ନଦୀରେ ବୁଡି ଛାତ୍ର ମୃତ
  • ||
  • ଭିଜିଲାନ୍ସ ଜାଲରେ ପୁଣି ଜଣେ ଯନ୍ତ୍ରୀ, ୧୦ ହଜାର ଲାଞ୍ଚ ନେବା ବେଳେ କନିଷ୍ଠ ଯନ୍ତ୍ରୀ ଅଶୋକ ଦାସଙ୍କୁ ଧରିଲା ଭିଜିଲାନ୍ସ ଟିମ୍
  • ||
  • ଆସନ୍ତା ୧୯ରୁ ହାଇକୋର୍ଟଙ୍କ ଗ୍ରୀଷ୍ମ ଅବକାଶ, ୮ ଦିନ ବସିବ ଅବକାଶକାଳୀନ ଅଦାଲତ
  • ||
  • ଆସନ୍ତା ୩୧ରେ ଆଇଟିଆଇ ନାମଲେଖା ଆବେଦନ ଶେଷ, ଜୁନ୍‌ ୬ରେ ପ୍ରଥମ ମେଧା ତାଲିକା
  • ||
  • ନିଶ୍ଚିନ୍ତକୋଇଲି ବ୍ଲକ୍‌ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ୍‌ ରାଜନୀତି, ୩୦ରେ ଆସ୍ଥା ପ୍ରମାଣିତ କରିବେ ରୋଜି
  • ||
  • ଯାଜପୁରରେ ଟାଟା କରିବ ୬୩ ହଜାର କୋଟିର ପ୍ରକଳ୍ପ, ୩୪ ହଜାର ଲୋକଙ୍କୁ ମିଳିବ ନିଯୁକ୍ତି
  • ||
  • କନ୍ଧମାଳ : ଗାଧେଇବା ବେଳେ ଅଘଟଣ, ପୋଖରୀରେ ବୁଡି ଶିଶୁ ମୃତ
  • ||
  • କେନ୍ଦୁଝର : ନଦୀରେ ବୁଡି ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ପାଇଁ ସ୍ଥାନୀୟଲୋକଙ୍କ ଦାବି
  • ||
  • Operation Sindoor; ଖୋଲିବ ପାକିସ୍ତାନ ପୋଲ୍, ୭ ସାଂସଦଙ୍କୁ ନେଇ ସର୍ବଦଳୀୟ ଟିମ୍‌ ଗଠନ
  • ||
  • ନୂଆପଡ଼ା: ଜୁଆ ଆଡ୍ଡା ଉପରେ ଚଢ଼ାଉ ବେ​‌ଳେ​‌ ୧୫ ଗିରଫ, ୨୭ ହଜାରୁ ଉର୍ଦ୍ଧ୍ୱ ଟଙ୍କା ଜବତ
  • ||
  • ବରଗଡ଼: ଅନୁପ ଶତପଥି ହେଲେ ବରଗଡ ଜିଲ୍ଲା ଅଦାଲତର ଭାରପ୍ରାପ୍ତ ପିପି
  • ||
  • ଗଞ୍ଜାମ : ସିନ୍ଦୂରାପଲ୍ଲୀରେ ବୁଲିଲା ଖଣ୍ଡା ଏବଂ ଠେଙ୍ଗା, ୨୦ରୁ ଉର୍ଦ୍ଧ୍ୱ ଆହତ
  • ||
  • କଟକ: ବିସ୍କୁଟ୍ କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ, କୋଟିଏ ଟଙ୍କାର କ୍ଷୟକ୍ଷତି, ବହୁ ଅତ୍ୟାଧୁନିକ ମେସିନ୍ ପୋଡ଼ି ପାଉଁଶ
  • ||
  • ଉପକୂଳରେ କଲବଲ କରୁଛି ଅସମ୍ଭାଳ ଗୁଳୁଗୁଳି, ୫ ଦିନ ଯାଏଁ ନିସ୍ତାର ନାହିଁ
  • ||
  • ଅନୁପ ଶତପଥି ହେଲେ ବରଗଡ ଜିଲ୍ଲା ଅଦାଲତର ଭାରପ୍ରାପ୍ତ ପିପି
  • ||
  • କଟକ : ଧାନ ବିଲକୁ ଯାଇଥିଲେ ବୃଦ୍ଧ, ବିଦ୍ୟୁତ ଆଘାତରେ ଚାଲିଗଲା ଜୀବନ
  • ||
  • କେନ୍ଦୁଝର : ହାଇୱାକୁ ପଛରୁ ପିଟିଲା ମିନି ଟ୍ରକ୍‌, ଦୁଇ ଗୁରୁତର
  • ||
  • ସମ୍ବଲପୁର: ତପସ୍ବନୀ ଏକ୍ସପ୍ରେସ୍‌କୁ ପଥର ମାଡ଼, ଭାଙ୍ଗିଲା ଟ୍ରେନ୍ କାଚ୍
  • ||
  • ରାତି ୨ଟା ୩୦ରେ ମୁନିର ଫୋନ୍ କରିଥିଲେ; କହିଲେ ଭାରତ ହମଲା କରିଦେଲା...ନୂର ଏୟାରବେସ୍‌ରେ ମିସାଇଲ ମାଡ଼କୁ ମାନିଲେ ଶେହବାଜ
  • ||
  • ରବିବାର ଇସ୍ରୋର ୧୦୧ତମ ଉତ୍‌କ୍ଷେପଣ, ଶ୍ରୀହରିକୋଟାରୁ ଲଞ୍ଚ୍‌ ହେବ ଇସ୍ରୋର ଇଓଏସ୍‌-୯ ମିଶନ
  • ||
  • IPL 2025: ୧୦ ଦିନ ପରେ ଫେରିଲା ଫଟାଫଟ୍ କ୍ରିକେଟ୍, ଆଜି ରୟାଲ ଚ୍ୟାଲେଞ୍ଜର୍ସକୁ ଭେଟିବ ନାଇଟ୍‌ ରାଇଡର୍ସ
  • ||
  • ଭୁବନେଶ୍ୱର : ବାଇକ୍‌ରେ ଆସି କାର୍‌ କାଚ ଭାଙ୍ଗିଲେ ଦୁର୍ବୃତ୍ତ, ଅଭିଯୁକ୍ତ ଫେରାର
  • ||
  • ବାସୁଦେବପୁର : ଭୋଜି ଖାଇ ଫେରିବା ବେଳେ ଓଲଟିଲା ଚାରି ଚକିଆ ଗାଡି, ୧୦ରୁ ଉର୍ଦ୍ଧ୍ଵ ଗୁରୁତର
  • ||
  • ମେ' ୨୦ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ଫଳ, ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ପ୍ରକ୍ରିୟା
  • ||

ଅଘୋଷିତ ବିଜୁଳି କାଟ ପ୍ରତିବାଦରେ ପଞ୍ଚାୟତ ଘେରିଲେ ଗ୍ରାମବାସୀ

Published By : Bijay Swain | May 17, 2025 9:15 PM

ଟିକାବାଲି,୧୭/୫: ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ପ୍ରବଳ ଗୁଳୁଗୁଳି ହେଉଥିବା ବେଳେ ଟିକାବାଲି ବ୍ଲକ ପାବୁରିଆ ଅଞ୍ଚଳରେ ଆଘାଷିତ ବିଜୁଳି କାଟ ଲୋକଙ୍କୁ ଅତିଷ୍ଟ କରିଛି। କଳାବୈଶାଖୀ ବର୍ଷା ପରେ ଦୀର୍ଘ ସମୟ ପର୍ଯ୍ୟନ୍ତ ବିଜୁଳି ରହୁନାହିଁ। ଦିନ ଦିନ ଧରି ଆସିବାର ନାଁ ଧରୁନାହିଁ। ପ୍ରତ୍ୟେକ ସନ୍ଧ୍ୟାରେ ବିଜୁଳି ଗାଏବ ହୋଇଯାଉଛି। ଅଭିଯୋଗ ଶୁଣିବା ପାଇଁ କେହି ନାହିଁ। 

ସେହିଭଳି ମରାମତି ଓ ରକ୍ଷଣାବେକ୍ଷଣ ଆଳରେ ଘଣ୍ଟା ଘଣ୍ଟା ବିଜୁଳି କାଟ୍ ହେଉଛି। ଫଳରେ ରୋଷେଇଵାସ, ପିଲାଙ୍କ ପାଠପଢା, ବିଭିନ୍ନ ଅନଲାଇନ କାମ ବାଧାପ୍ରାପ୍ତ ହେଉଥିବା ମଧ୍ୟ ଅଭିଯୋଗ ହେଉଛି। ଅନ୍ୟ ପକ୍ଷରେ, ଦେଶ ୫'ଜି ଭଳି   ଆଧୁନିକ ଇଣ୍ଟରନେଟ ସେବା ଆଡକୁ ମୁହାଁଉଥିବା ବେଳେ ପାବୁରିଆ ପଞ୍ଚାୟତରେ ଡିଜିଟାଲ ସେବା ପାଇବା କଷ୍ଟ ସାଧ୍ୟ୍ୟ ହୋଇ ପଡିଛି। ଏଠାରେ କେବଳ ବିଏସଏନଏଲର ନେଟୱାର୍କ ଥିବାବେଳେ ତାହା ମଧ୍ୟ କେବେ ରହୁଛି ତ କେବେ ଦିନଦିନ ଧରି କଟି ଯାଉଛି। ତେଣୁ ଫୋନ ଯୋଗେ ମଧ୍ୟ ଯୋଗାଯୋଗ କରିବା ସମ୍ଭବପର ହୋଇପାରୁନାହିଁ। ଜରୁରୀ କାର୍ଯ୍ୟରେ ବାଧା ସହିତ ବ୍ୟାଙ୍କରେ ଲିଙ୍କ ଫେଲ, ଜନସେବା କେନ୍ଦ୍ର ଗୁଡିକରେ ବିଭିନ୍ନ ଅନଲାଇନ କାମ ହେଇ ପାରୁନାହିଁ। ଏହାର ପ୍ରତିବାଦରେ ଆଜି ପାବୁରିଆ ପଞ୍ଚାୟତର ଶତାଧିକ ପୁରୁଷ ଏବଂ ମହିଳା ପଞ୍ଚାୟତ କାର୍ଯ୍ୟାଳୟ ଘେରିଥିଲେ। ସରପଞ୍ଚ ସଞ୍ଜୟ ନାୟକଙ୍କୁ ଅଭିଯୋଗ କରି ତୁରନ୍ତ ପଦକ୍ଷେପ ପାଇଁ ଦାବୀ କରିଛନ୍ତି ଅଞ୍ଚଳବାସୀ।

ଯଦି ଏହି ସମସ୍ୟାର  ଶୀଘ୍ର ସମାଧାନ ନହୁଏ ତେବେ ଆଗାମୀ ଦିନରେ ପଞ୍ଚାୟତବାସୀ ରାଜରାସ୍ତାକୁ ଓଲ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି। ଅନ୍ୟପକ୍ଷରେ ସରପଞ୍ଚ ଶ୍ରୀ ନାୟକଙ୍କୁ ପଚାରିବାରୁ, ସେ ବିଭାଗୀୟ ଅଧିକାରୀ ମାନଙ୍କ ସହିତ ଆଲୋଚନା କରିବା ସହ ତୁରନ୍ତ ସମସ୍ୟାର ସମାଧାନ କରିବେ ବୋଲି ଆଶ୍ୱାସନା ଦେଇଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.