ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ପଶ୍ଚିମବଙ୍ଗ ଅଶାନ୍ତ, ଇଣ୍ଟରନେଟ ସେବା ବନ୍ଦ, ୧୫ ଗିରଫ

Published By : Ankita S | November 18, 2024 10:49 AM

କୋଲକାତା,୧୮/୧୧: ଅଶାନ୍ତ ମଣିପୁର ଚିନ୍ତାଜନକ ସ୍ଥିତିରେ ଥିବା ବେଳେ ପଶ୍ଚିମବଙ୍ଗ ଅଶାନ୍ତ ହୋଇଛି। ମୁର୍ଶିଦାବାଦ ଜିଲ୍ଲା ବେଲଡାଙ୍ଗାରେ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ବିବାଦ ହେବାରୁ ଜଳୁଛି ପଶ୍ଚିମବଙ୍ଗ। ଫଳରେ ଉକ୍ତ ଅଞ୍ଚଳରେ କର୍ଫ୍ୟୁ ଲାଗିଛି । ଇଣ୍ଟରନେଟ ସେବା ବନ୍ଦ ରହିଛି । ଘଟଣାରେ ୧୫ ଜଣ ଗିରଫ ହୋଇଛନ୍ତି । ଡିଜିଟାଲ ଡିସପ୍ଲେ ବୋର୍ଡରେ ଆପତ୍ତିଜନକ ବାର୍ତ୍ତାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି ।

ବେଲଡାଙ୍ଗାରେ କାର୍ତ୍ତିକ ପୂଜା ପେଣ୍ଡାଲରେ ଡିଜିଟାଲ ଡିସପ୍ଲେ ବୋର୍ଡରେ ଆପତ୍ତିଜନକ ବାର୍ତ୍ତାକୁ ଗୋଷ୍ଠୀ ସଂଘର୍ଷ ହୋଇଥିଲା । ଦୁଇ ଗୋଷ୍ଠୀ ପରସ୍ପରକୁ ପଥର ଫିଙ୍ଗିବା ସହ ଲାଠି ମାଡ କରିଥିଲେ । ଦୋକାନ ଏବଂ ଘର ଭଙ୍ଗାରୁଜା କରାଯାଇଥିଲା ।  ଏଥିରେ କିଛି ଲୋକ ସାମାନ୍ୟ ଆହତ ହୋଇଛନ୍ତି । ପୋଲିସ ଗାଡି ଉପରକୁ ମଧ୍ୟ ଆକ୍ରମଣ ହୋଇଥିଲା । ବାଧ୍ୟ ହୋଇ ପୋଲିସ ଲାଠିମାଡ କରିଥିଲା । ପରିସ୍ଥିତି ନିୟନ୍ତ୍ରଣକୁ ଆସିଲେ ବି ଅଞ୍ଚଳରେ ଉତ୍ତେଜନା ଲାଗି ରହିଛି । ପ୍ରଭାବିତ ଅଞ୍ଚଳରେ ଇଣ୍ଟରନେଟ ସେବା ବନ୍ଦ ରହିଛି । ଏହି ସଂଘର୍ଷରେ ସମ୍ପୃକ୍ତ ଥିବା ୧୫ ଜଣଙ୍କୁ ଗିରଫ ହୋଇଛନ୍ତି ।

ଘଟଣାକୁ ନେଇ ବିଜେପି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟାର୍ଗେଟ କରିଛି । ଦଙ୍ଗାକାରୀ ଏକ ନିର୍ଦ୍ଧିଷ୍ଟ ଦଳର ବୋଲି କହିଛି ବିଜେପି । ତୃଣମୂଳ କଂଗ୍ରେସର ଜଣେ ନେତା କହିଛନ୍ତି ବର୍ତ୍ତମାନ ପରିସ୍ଥିତି ନିୟନ୍ତ୍ରଣରେ ରହିଛି । ଅଭିଯୁକ୍ତଙ୍କ ବିରୋଧରେ ପ୍ରଶାସନ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.