ପ୍ରମୂଖ ଖବର
  • ରୁଷକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍, ୫୦ ଦିନ ମଧ୍ୟରେ ଯୁଦ୍ଧ ବନ୍ଦ ନକଲେ ଲଗାଇବେ ଶତ ପ୍ରତିଶତ ଶୁଳ୍କ
  • ||
  • ଛୋଟ ଛୋଟ କଥାରେ ବିବାଦ ଯୋଗୁଁ ବିପଦରେ ପଡ଼ୁଛି ହିନ୍ଦୁ ବିବାହ, ଚିନ୍ତା ପ୍ରକାଶ କଲେ ବମ୍ବେ ହାଇକୋର୍ଟ
  • ||
  • ବାରଙ୍ଗ ବ୍ଲକ ଛକରେ ଆମ ବସ୍ ଧକ୍କାରେ ଯୁବକ ମୃତ, ଘଟଣାସ୍ଥଳରେ ଉତ୍ତେଜନା, ରାସ୍ତାରୋକ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା, ଏମ୍ସରେ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି
  • ||
  • ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଏଫଏମ କଲେଜ ଅଧ୍ୟକ୍ଷ ଗିରଫ
  • ||
  • ମାଲକାନଗିରି: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୩ ଗୁରୁତର, -ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଫୁଟିଲା ଲ୍ୟାଣ୍ଡମାଇନ୍‌
  • ||
  • କେନ୍ଦୁଝର : ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ତେଲକୋଇ, ପିଟାନାଳି ପୋଲ ଉପରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ
  • ||
  • ଭୁବନେଶ୍ୱର : ମୃତ୍ୟୁ ସହ ସଂଘର୍ଷ କରୁଛି ଝିଅ, ସୁସ୍ଥ ହେବା ପାଇଁ ପ୍ରାର୍ଥନା କରନ୍ତୁ କହିଲେ ଏଫଏମ୍ କଲେଜ ପୀଡ଼ିତାଙ୍କ ବାପା
  • ||
  • ଗଞ୍ଜାମ : ମନ୍ଦିର ଗେଟ୍‌ରେ ପିଟିହେଲା ବାଇକ୍‌, ୨ ମୃତ
  • ||
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ଆଇସିସି ଦିନିକିଆ ମାନ୍ୟତା: ବ୍ୟାଟିଂରେ ପଞ୍ଚମକୁ ଉଠିଲେ କୋହଲି, ବୋଲିଂରେ ଶ୍ରେଷ୍ଠ ୧୦ ମଧ୍ୟରେ କୁଲଦୀପ

Published By : Prameya | February 27, 2025 9:42 AM

ଦୁବାଇ,୨୭/୦୨: ସଦ୍ୟ ପ୍ରକାଶିତ ଆଇସିସି ଦିନିକିଆ ବ୍ୟାଟିଂ ମାନ୍ୟତା ତାଲିକାରେ ଟିମ୍‌ ଇଣ୍ଡିଆ ଭେଟେରାନ ବିରାଟ  କୋହଲିଙ୍କ ଉନ୍ନତି ହୋଇଛି । ସେ ପଞ୍ଚମ ସ୍ଥାନ ଦଖଲ  କରିଛନ୍ତି । 

ଚଳିତ ଆଇସିସି ଚାମ୍ପିଅନ୍ସ ଟ୍ରଫିରେ ରବିବାର ଅନୁଷ୍ଠିତ ପାକିସ୍ତାନ ବିପକ୍ଷ ମୁକାବିଲାରେ କୋହଲି ଶତକ  ଅର୍ଜନ କରିଥିଲେ । ଏହି ପ୍ରଦର୍ଶନ ବଳରେ ତାଙ୍କ ମାନ୍ୟତାରେ  ଗୋଟିଏ ସ୍ଥାନ ଉନ୍ନତି ହୋଇଛି । ଗତ ସପ୍ତାହରେ ସେ ଷଷ୍ଠ ସ୍ଥାନରେ ରହିଥିଲେ । ଶୁଭମନ ଗିଲ୍‌ ପୂର୍ବବତ୍‌ ଶୀର୍ଷ ସ୍ଥାନ  ବଜାୟ ରଖିଛନ୍ତି ଓ ରୋହିତ ଶର୍ମା ତୃତୀୟରେ ରହିଛନ୍ତି । 

ପାକିସ୍ତାନ ବିପକ୍ଷରେ ଗିଲ୍‌ ୪୧ ରନ୍‌ କରିଥିଲେ । ସେ  ବର୍ତ୍ତମାନ ୮୧୭ ରେଟିଂ ପଏଣ୍ଟ ଅର୍ଜନ କରିସାରିଛନ୍ତି । ଦ୍ୱିତୀୟରେ ରହିଥିବା ପାକିସ୍ତାନର ବାବର ଆଜମଙ୍କ ପଏଣ୍ଟ  ୭୭୦ ରହିଛି । ଉଭୟଙ୍କ ମଧ୍ୟରେ ୪୭ ପଏଣ୍ଟର ବ୍ୟବଧାନ  ରହିଛି । ରୋହିତ ୭୫୭ ପଏଣ୍ଟ ହାସଲ କରିଛନ୍ତି । ଅନ୍ୟ  ଭାରତୀୟଙ୍କ ମଧ୍ୟରେ ଶ୍ରେୟାସ ଆୟର ମାନ୍ୟତା ତାଲିକାର  ନବମ ସ୍ଥାନ ଦଖଲ କରିଛନ୍ତି । ସେ ମଧ୍ୟ ପାକିସ୍ତାନ ବିପକ୍ଷରେ ଅର୍ଦ୍ଧଶତକ ଅର୍ଜନ କରିଥିଲେ । 

ଦିନିକିଆ ବୋଲିଂ ମାନ୍ୟତାରେ  ଏକମାତ୍ର ଭାରତୀୟ ଭାବେ କୁଲଦୀପ ଯାଦବ ଶ୍ରେଷ୍ଠ ୧୦ଜଣଙ୍କ  ମଧ୍ୟରେ ରହିଛନ୍ତି । ସେ ତୃତୀୟ ସ୍ଥାନ ବଜାୟ ରଖିଛନ୍ତି ।  ଅନ୍ୟ ଭାରତୀୟଙ୍କ ମଧ୍ୟରେ ମହମ୍ମଦ ସିରାଜ ୧୨, ରବିନ୍ଦ୍ର ଜାଡେଜା ୧୩ ଓ ମହମ୍ମଦ ସାମି ୧୪ ତମ ସ୍ଥାନରେ ରହିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.