ପ୍ରମୂଖ ଖବର
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଇଣ୍ଡୋନେସିଆରେ ମଝି ସମୁଦ୍ରରେ ହୁତୁ ହତୁ ହୋଇ ଜଳିଗଲା ଜାହାଜ, ଜୀବନ ବିକଳରେ ପାଣିକୁ ଡେଇଁପଡ଼ିଲେ ଯାତ୍ରୀ
  • ||
  • ବ୍ରିଟେନ ଓ ମାଳଦ୍ୱୀପ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି,ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ଦକ୍ଷିଣ ଓଡ଼ିଶାରେ ବର୍ଷିବ
  • ||
  • ଭବାନୀପାଟଣା, ସ୍ୱାମୀର ପରକୀୟା ପ୍ରୀତି ଯୋଗୁଁ ସ୍ତ୍ରୀଙ୍କ ଆତ୍ମହତ୍ୟା, ସୁଇସାଇଡ୍‌ ନୋଟ୍‌ ଦୁଇ ଜଣଙ୍କ ନାମ
  • ||
  • ଏଫ୍ଏମ୍‌ ଛାତ୍ରୀ ଆତ୍ମାହୁତି ଘଟଣାର ତଦନ୍ତ ପାଇଁ ପହଞ୍ଚଲେ କ୍ରାଇମବ୍ରାଞ୍ଚ ଡିଜି, ଭାରପ୍ରାପ୍ତ ଅଧ୍ୟକ୍ଷଙ୍କୁ ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ପଚାରି ବୁଝିଥିଲେ
  • ||
  • ଏୟାର ଲିଫ୍ଟ ହେଲେ ବଳଙ୍ଗା ପୀଡିତା, ଉନ୍ନତ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର
  • ||
  • ବଳଙ୍ଗା ନାବାଳିକା ପୋଡ଼ି ଘଟଣା : ପୀଡିତାଙ୍କ ପିଉସୀଙ୍କୁ ଉଠାଇନେଲା ପୋଲିସ
  • ||
  • ପଦ୍ମନାଭପୁର ଟୋଲଗେଟରେ ଭାରସାମ୍ୟ ହରାଇ ବୁଥ ଉପରକୁ ମାଡିଗଲା ଦ୍ରୁତଗାମୀ କାର, ଚାଳକ ଗୁରୁତର
  • ||
  • AIIMSରେ ଚିକିତ୍ସାଧୀନ ବଳଙ୍ଗା ପୀଡ଼ିତାଙ୍କ ହେବ ଏୟାରଲିଫ୍ଟ, ସୂଚନା ଦେଲେ ପୀଡ଼ିତାଙ୍କ ସମ୍ପର୍କୀୟ ଭାଇ
  • ||
  • ଭୂମିକମ୍ପ ଝଟ୍‌କାରେ ଥରିଲା ଇରାନ୍, ତାଜିକିସ୍ତାନ, ରିକ୍ଟର ସ୍କେଲ୍‌ରେ ତୀବ୍ରତା ୫.୬ ରେକର୍ଡ, ଆସାମର ନାଗାୱରେ ବି ଭୂକମ୍ପ ଅନୁଭୂତ
  • ||
  • ଶରଣକୂଳ ଥାନା ଦରପଦା ନିକଟରେ ବୋଲବମ୍ ଅଟୋକୁ ଧକ୍କା ଦେଲେ ପିକ୍ଅପ୍ ଭ୍ୟାନ୍, ଯବତୀ ମୃତ, ୭ ଗୁରୁତର
  • ||
  • ସୋମବାରଠୁ ସଂସଦର ମୌସୁମୀ ଅଧିବେଶନ,ଆଜି ନୂଆଦିଲ୍ଲୀରେ ବସିବ ସର୍ବଦଳୀୟ ବୈଠକ, ଆସିପାରେ ୮ଟି ବିଲ୍
  • ||
  • ସୋସିଆଲ ମଡିଆରେ ହାତଲେଖା ପ୍ରଶ୍ନପତ୍ର ଭାଇରାଲ, ଆଜି ହେବାକୁ ସ୍ପେସାଲ୍‌ ଓଟିଇଟି-୨୦୨୫ ବାତିଲ
  • ||

ପାଣିରେ ବୁଡ଼ି ଜୀବନ ହାରିଥିଲେ ଭିସୁଟ୍‌ ଛାତ୍ରୀ: ୧୦୦ ଜଣଙ୍କ ଉପରେ ସର୍ବକାଳୀନ ଛାତ୍ର କାର୍ଯ୍ୟାନୁଷ୍ଠାନ

Published By : Harapriya Sethi | April 28, 2025 11:39 AM

ଭୁବନେଶ୍ୱର, ୨୮/୦୪: ଭିସୁଟ୍‌ରେ ସର୍ବକାଳୀନ ଛାତ୍ର କାର୍ଯ୍ୟାନୁଷ୍ଠାନ । ଏପ୍ରିଲ ୧୦ ତାରିଖରେ ଜଣେ ଛାତ୍ରୀ ଫିସରି ଅଞ୍ଚଳରେ ବୁଡି ମୃତ୍ୟୁ ବରଣ କରିବା ପରେ ଏଭଳି କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ୧୦୦ ଜଣ ଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେଲେ ଭିସୁଟ୍‌ କର୍ତ୍ତୃପକ୍ଷ । କେବଳ ସେତିକି ନୁହେଁ, ୫ଜଣ ଛାତ୍ରୀଙ୍କୁ ହଷ୍ଟେଲ ଛାଡିବାକୁ ମଧ୍ୟ ନିର୍ଦ୍ଦେଶ ହୋଇଛି । କିଛି ଛାତ୍ରଙ୍କ ଗ୍ରେଡ କମାଇ "ଏଫ" କରିବାକୁ ନିଷ୍ପତ୍ତି ହେବା ସହ ୫୦୦୦ ଟଙ୍କା ଫାଇନ୍‌ ହୋଇଛି । ସେହିପରି DSW ତତ୍ତ୍ୱାବଧାନରେ ସାମାଜିକ କାମ କରିବାକୁ ନିର୍ଦ୍ଦେଶ ହୋଇଛି । କାରଣ ଭିସୁଟ୍‌ ଛାତ୍ରଛାତ୍ରୀଙ୍କୁ ସମ୍ବେଦନଶୀଳ ଅଞ୍ଚଳକୁ ଯିବା ନେଇ କଟକଣା ଲାଗିଥିଲା । ଏହାକୁ ମାନି ନଥିବାରୁ ଏହି କାର୍ଯ୍ୟାନୁଷ୍ଠାନ ହୋଇଛି ।

କହିରଖୁ କି, ଏପ୍ରିଲ ୧୦ ତାରିଖରେ ୭ ଜଣ ସାଙ୍ଗ ଏକାଠି ହୋଇ ହୀରାକୁଦ ଜଳଭଣ୍ଡାରର ଫିସରି ଅଞ୍ଚଳକୁ ଭୋଜି କରିବାକୁ ଯାଇଥିଲେ। ଗାଧୋଉଥିବା ସମୟରେ ଅସବାଧାନତା ବଶତଃ ଇଲେକ୍ଟ୍ରିକାଲ ଇଂଜିନିୟରିଂ ବିଭାଗର ଶେଷ ବର୍ଷର ଛାତ୍ରୀ ଶାଶ୍ୱତୀ ଭୋଇ ପାଣିରେ ବୁଡି ଯାଇଥିଲେ । ସାଙ୍ଗମାନେ ଉଦ୍ଧାର କରି ବୁର୍ଲା ମେଡିକାଲକୁ ଆଣିବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏହି ଘଟଣା ପରେ ୧୦୦ ଜଣ ଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ଭିସୁଟ୍‌ କର୍ତ୍ତୃପକ୍ଷ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.