କେନ୍ଦୁଝର, ୧୭।୧୧ : କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଏକ ଗ୍ରାମର ୮ ବର୍ଷର ଦିବ୍ୟାଙ୍ଗ ଜନଜାତି ନାବାଳିକାକୁ ଶନିବାର ଦୁଷ୍କର୍ମ କରାଯାଇଥିଲା। ବର୍ତ୍ତମାନ ପୀଡିତା କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି। ଏହି ଘଟଣାରେ ପୁଲିସ ଅଭିଯୁକ୍ତକୁ ଗିରଫ କରିଛି।
ତେବେ କେନ୍ଦୁଝରରେ ବଢୁଥିବା ଅନୁପ୍ରବେଶକାରୀଙ୍କ ଅସାମାଜିକ କାର୍ଯ୍ୟକଳାପ ଦିନକୁ ଦିନ ବୃଦ୍ଧିପାଇବାରେ ଲାଗିଛି । ଏ ବିଷୟରେ କେନ୍ଦୁଝର ଜିଲା ପ୍ରଶାସନ ଓ ପୋଲିସକୁ ପୂର୍ବରୁ ଜଣାଇଥିଲେ ମଧ୍ୟ ସେମାନଙ୍କୁ ଚିହ୍ନଟ କରି କେନ୍ଦୁଝରରୁ ବିଦା କରିବା ପାଇଁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ। ଏଥିପାଇଁ ବିଶ୍ବହିନ୍ଦୁ ପରିଷଦ କେନ୍ଦୁଝର ଜିଲା ପକ୍ଷରୁ ସୋମବାର କେନ୍ଦୁଝର ଜିଲାପାଳଙ୍କୁ ଏକ ଅଭିଯୋଗ ପତ୍ର ପ୍ରଦାନ କରାଯାଇଛି। ଏଥି ସହିତ ମଙ୍ଗଳବାର ସକାଳ ୬ ଟା ରୁ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଜିଲା ବନ୍ଦ ଡାକରା ଦିଆଯାଇଛି ।