ପ୍ରମୂଖ ଖବର
  • ରୁଷକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍, ୫୦ ଦିନ ମଧ୍ୟରେ ଯୁଦ୍ଧ ବନ୍ଦ ନକଲେ ଲଗାଇବେ ଶତ ପ୍ରତିଶତ ଶୁଳ୍କ
  • ||
  • ଛୋଟ ଛୋଟ କଥାରେ ବିବାଦ ଯୋଗୁଁ ବିପଦରେ ପଡ଼ୁଛି ହିନ୍ଦୁ ବିବାହ, ଚିନ୍ତା ପ୍ରକାଶ କଲେ ବମ୍ବେ ହାଇକୋର୍ଟ
  • ||
  • ବାରଙ୍ଗ ବ୍ଲକ ଛକରେ ଆମ ବସ୍ ଧକ୍କାରେ ଯୁବକ ମୃତ, ଘଟଣାସ୍ଥଳରେ ଉତ୍ତେଜନା, ରାସ୍ତାରୋକ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା, ଏମ୍ସରେ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି
  • ||
  • ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଏଫଏମ କଲେଜ ଅଧ୍ୟକ୍ଷ ଗିରଫ
  • ||
  • ମାଲକାନଗିରି: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୩ ଗୁରୁତର, -ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଫୁଟିଲା ଲ୍ୟାଣ୍ଡମାଇନ୍‌
  • ||
  • କେନ୍ଦୁଝର : ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ତେଲକୋଇ, ପିଟାନାଳି ପୋଲ ଉପରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ
  • ||
  • ଭୁବନେଶ୍ୱର : ମୃତ୍ୟୁ ସହ ସଂଘର୍ଷ କରୁଛି ଝିଅ, ସୁସ୍ଥ ହେବା ପାଇଁ ପ୍ରାର୍ଥନା କରନ୍ତୁ କହିଲେ ଏଫଏମ୍ କଲେଜ ପୀଡ଼ିତାଙ୍କ ବାପା
  • ||
  • ଗଞ୍ଜାମ : ମନ୍ଦିର ଗେଟ୍‌ରେ ପିଟିହେଲା ବାଇକ୍‌, ୨ ମୃତ
  • ||
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ଭିଜନ ଡକୁମେଣ୍ଟ ଓ୍ୱେବ୍ ପୋର୍ଟାଲ ଉ​‌ନ୍ମୋଚିତ, ବିକଶିତ ଓଡିଶାର ରୂପରେଖ ଓଡିଶାର ଲୋକମାନେ ହିଁ ପ୍ରସ୍ତୁତ କରିବେ : ମୁଖ୍ୟମନ୍ତ୍ରୀ

Published By : Suraj Kumar | October 30, 2024 11:01 PM

 ଭୁବନେଶ୍ୱର,୩୦।୧୦ :  ୨୦୩୬ରେ ଗଠିତ ହେବ ସମୃଦ୍ଧ ଓଡିଶା। ୨୦୪୭ର ବିକଶିତ ଭାରତ ପାଇଁ ଓଡିଶାର ରହିବ ମହତ୍ତ୍ୱପୂର୍ଣ୍ଣ ଅବଦାନ। ଏହି ଲକ୍ଷ୍ୟ ହାସଲ ପାଇଁ ଏକ ଭିଜନ ଡକୁମେଣ୍ଟ ପ୍ରସ୍ତୁତ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଏହି ଭିଜନ୍‌ ଡକୁମେଣ୍ଟ ପାଇଁ ଏକ ୱେବ ପୋର୍ଟାଲ ଉନ୍ମୋଚନ କରି ଜନସାଧାରଣଙ୍କୁ ଏଥିପାଇଁ ସୁଚିନ୍ତିତ ମତାମତ ଦେବା ପାଇଁ ଆହ୍ୱାନ ଦେଇଛନ୍ତି।ଏହି ଓ୍ୱେବ୍ ପୋର୍ଟାଲ ହେଉଛି- https://vision.odisha.gov.in/ । ରାଜ୍ୟ ଯୋଜନା ଓ ସଂଯୋଜନ ବିଭାଗ ଓ  ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ବିଭାଗର ମିଳିତ ପ୍ରଚେଷ୍ଟାରେ ଏହି  ଓ୍ୱେବ୍ ପୋର୍ଟାଲ ପ୍ରସ୍ତୁତ କରାଯାଇଛି। ଜନସାଧାରଣ ଏହି ୱେବ ପୋର୍ଟାଲ ସହିତ  ହ୍ୱାଟସ୍ ଆପ୍ ଚାଟ୍ ନଂ -  ୯୧ ୬୩୭୦୯୫୧୯୨୦ ଏବଂ ଇ-ମେଲ [email protected]  ଜରିଆରେ  ରାଜ୍ୟ ସରକାରଙ୍କୁ ଆଜି ଠାରୁ  ତିନି ସପ୍ତାହ ମଧ୍ୟରେ ପ୍ରସ୍ତାବ ପଠାଇପାରିବେ ।  

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିକଶିତ ଓଡିଶା ଗଠନ ପାଇଁ ଆମେ ଯେଉଁ ଭିଜନ୍‌ ଡକୁମେଣ୍ଟ ପ୍ରସ୍ତୁତ କରିବାକୁ ଯାଉଛୁ, ତାହା ଲୋକଙ୍କ ମତାମତ ଆଧାରରେ ହିଁ ପ୍ରସ୍ତୁତ ହେବ। ବିକଶିତ ଓଡିଶାର ରୂପରେଖ ଓଡିଶାର ଲୋକମାନେ ହିଁ ପ୍ରସ୍ତୁତ କରିବେ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହା କେବଳ ଏକ ସରକାରୀ ଦସ୍ତାବିଜ ହେବ ନାହିଁ, ବରଂ ଏହା ଓଡିଶାର ଜନସାଧାରଣଙ୍କ ଦ୍ୱାରା, ଜନସାଧାରଣଙ୍କ ପାଇଁ ପ୍ରସ୍ତୁତ ଏପରି ଏକ ଦସ୍ତାବିଜ ହେବ ଯାହା ଜନସାଧାରଣଙ୍କ ଆକାଂକ୍ଷାର ପ୍ରକୃତ ପ୍ରତିଫଳନ ହେବ। 

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସେ ନିଜେ, ତାଙ୍କର ସହଯୋଗୀ ଦୁଇ ଉପ-ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀଗଣ ମଧ୍ୟ ସମାଜର ସବୁ ବର୍ଗର ଜନସାଧାରଣଙ୍କ ସହ ଆଲୋଚନା ମଧ୍ୟ କରି ସମୃଦ୍ଧ ଓଡିଶା ଗଠନ ପାଇଁ ଲୋକଙ୍କ ବିଚାର ଓ  ପ୍ରସ୍ତାବ ଉପରେ ଅନୁଶୀଳନ କରି ଗ୍ରହଣ କରିବେ। ସେ କହିଥିଲେ ଯେ ଆମେ ସମସ୍ତେ ମିଳିମିଶି ଏପରି ଏକ ଓଡିଶା ଗଠନ କରିବୁ, ଯାହା ଅର୍ଥନୈତିକ ଭାବେ ସମୃଦ୍ଧ ହେବ ଏବଂ ସାମାଜିକ ନ୍ୟାୟକୁ ସୁନିଶ୍ଚିତ କରିବ।  ମାନବ ବିକାଶ ସୂଚକାଙ୍କରେ ଏକ ଅଗ୍ରଣୀ ରାଜ୍ୟ ଭାବେ ପ୍ରତିଷ୍ଠା ଅର୍ଜନ କରିବ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆମ ସରକାରଙ୍କ ପ୍ରତ୍ୟେକ କାର୍ଯ୍ୟକ୍ରମରେ ଲୋକଙ୍କ ଇଚ୍ଛା ପ୍ରତିଫଳିତ ହେଉଛି ଏବଂ ହୋଇଚାଲିବ। ୨୦୩୬ ଓ ୨୦୪୭ ର ଓଡିଶା, ଲୋକମାନଙ୍କ ଇଚ୍ଛା ଓ ସ୍ୱପ୍ନର ଏକ ପ୍ରତିଫଳନ ହେବ ବୋଲି ସେ କହିଛନ୍ତି।

ଏହି ଭିଜନ ଡକୁମେଣ୍ଟ ପ୍ରସ୍ତୁତି ପାଇଁ ସମାଜର  ବିଶିଷ୍ଟ ନାଗରିକ, ବିଭିନ୍ନ ନାଗରିକ ସଂଗଠନ, ବୁଦ୍ଧିଜୀବୀ, ଶିକ୍ଷାବିତ୍, ନୀତି  ନିର୍ଦ୍ଧାରକ, ପ୍ରବାସୀ ଓଡ଼ିଆ,  ଶିଳ୍ପ କ୍ଷେତ୍ରରେ ପ୍ରତିଷ୍ଠିତ  ନେତୃବୃନ୍ଦଙ୍କ  ସମେତ ସାଧାରଣ ଜନତା ମତାମତ ଦେଇ ପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥି ପାଇଁ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ  ପରିଚାଳନା କମିଟି ଏବଂ ୬ଟି  ସଚିବସ୍ତରୀୟ କମିଟି ଗଠନ କରାଯାଇଛି।

 ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୨୦୪୭  ମସିହାରେ ଭାରତ ବର୍ଷ ସ୍ୱାଧୀନତାର ଶହେ ବର୍ଷ ପୂର୍ତ୍ତି ପାଳନ କରିବ।  ଏହା ପୂର୍ବରୁ ୨୦୩୬ ମସିହାରେ ଓଡ଼ିଶା ସ୍ୱତନ୍ତ୍ର ପ୍ରଦେଶ ଗଠନର ଶହେ ବର୍ଷ ପୂର୍ତ୍ତି ପାଳନ କରିବ । ତେଣୁ ୨୦୩୬  ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନ ସଙ୍ଗେ ସଙ୍ଗେ  ୨୦୪୭  ମସିହାରେ ବିକଶିତ ଭାରତ  ଗଠନ ପାଇଁ ଓଡିଶା ଗୁରୁତ୍ୱପୂର୍ଣ୍ଣ ଯୋଗଦାନ  କରିବ ।

ପ୍ରଧାନମନ୍ତ୍ରୀଙ୍କ ଦୃଢ ନେତୃତ୍ୱରେ ଭାରତ ବର୍ଷ ବିକଶିତ ଭାରତ ହେବା ଲକ୍ଷ୍ୟରେ ଅଗ୍ରସର ହେଉଛି ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ପ୍ରଧାନମନ୍ତ୍ରୀଙ୍କ ଦୃଢ ପଦକ୍ଷେପ ସ୍ୱରୂପ ଦେଶ ଆଜି ବିଶ୍ୱର ପଞ୍ଚମ ବୃହତ ଅର୍ଥନୀତି ହୋଇପାରିଛି। ଖୁବ୍‌ ଶୀଘ୍ର, ଏହା ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତିର ମାନ୍ୟତା ହାସଲ କରିବ। ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଭାରତ, ବିଶ୍ୱଗୁରୁ ହେବାର ରାସ୍ତାରେ ଦ୍ରୁତ ଗତିରେ ଅଗ୍ରଗତି କରୁଛି ବୋଲି ସେ କହିଥିଲେ।

ସେ କହିଥିଲେ ଯେ, ୨୦୩୬ ସୁଦ୍ଧା ଓଡିଶା ଏକ ୫୦୦ ବିଲିଅନ୍ ଡଲାର ଅର୍ଥନୀତିରେ ପରିଣତ ହେବାର ଲକ୍ଷ୍ୟ ରଖାଯାଇଛି। ଏହା ସହିତ ୨୦୪୭ ସୁଦ୍ଧା ଆମେ ୧.୫ ଟ୍ରିଲିଅନ୍ ଅର୍ଥନୀତି ହେବାର ଲକ୍ଷ୍ୟ ମଧ୍ୟ ରଖିଛୁ।

ପ୍ରଧାନମନ୍ତ୍ରୀଙ୍କର ହୃଦୟରେ ଓଡିଶା ପ୍ରତି ଏକ ସ୍ୱତନ୍ତ୍ର ସ୍ଥାନ ରହିଛି ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ,ପ୍ରଧାନମନ୍ତ୍ରୀ ଅନେକ ଥର କହିଛନ୍ତି ଯେ, ବିକଶିତ ଭାରତରେ ଓଡିଶା ଏକ Growth Engine ହେବ । ପ୍ରଧାନମନ୍ତ୍ରୀଙ୍କ ପୂର୍ବୋଦୟର ପରିକଳ୍ପନାରେ ଓଡିଶାକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ତେଣୁ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଓଡିଶାରେ ବିକାଶର ଗତି ତ୍ୱରାନ୍ୱିତ ହେବ ଏବଂ ଓଡିଶା ସବୁ କ୍ଷେତ୍ରରେ ଅଗ୍ରଗତି କରି ଦେଶର ଏକ ପ୍ରମୁଖ ରାଜ୍ୟ ହେବ, ଏଥିରେ ସନ୍ଦେହ ନାହିଁ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ,  ଆମ ସରକାର ଖୁବ୍‌ ଅଳ୍ପ ଦିନ ମଧ୍ୟରେ ଲୋକଙ୍କ ସରକାର ଭାବେ ସୁନାମ ଅର୍ଜନ କରିଛି। ସାଧାରଣ ଲୋକଙ୍କୁ ଭେଟି, ସେମାନଙ୍କ ସୁଖ ଦୁଃଖ ଶୁଣିବା, ସମାଧାନର ଭରସା ଦେବା, ଆମ ସରକାରଙ୍କ ଆଭିମୁଖ୍ୟର ମୂଳମନ୍ତ୍ର। ଏକ ଗଣତାନ୍ତ୍ରିକ ବ୍ୟବସ୍ଥାରେ ଲୋକମାନେ ହିଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ଆମର ଶାସନ ଓ ପ୍ରଶାସନରେ ଏହି ଗଣତାନ୍ତ୍ରିକ ପରମ୍ପରାକୁ ସର୍ବାଧିକ ଗୁରୁତ୍ୱ ଆରୋପ କରାଯାଉଛି।

 ଏହି ଅବସରରେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଥିଲେ ଯେ, ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଚାଲୁଥିବା ଆମ ସରକାର ଲୋକଙ୍କ ସରକାର ଭାବରେ ପରିଚୟ ହାସଲ କରିଛି। ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ବିକଶିତ ଭାରତର ରୂପରେଖକୁ ଆମେ ପ୍ରତିଦିନ ଅନୁଭବ କରୁଛୁ। ସେ କହିଥିଲେ ଯେ, ଲୋକଙ୍କ ସରକାର ସମୃଦ୍ଧ ଓଡିଶା ଗଠନ ପାଇଁ ଲୋକଙ୍କୁ ଅଂଶୀଦାର କରି ଆଗକୁ ବଢିବ। ତେଣୁ ସମୃଦ୍ଧ ଓଡିଶା ଗଠନ ପାଇଁ ଯେଉଁ ଭିଜନ ଡକୁମେଣ୍ଟ ପ୍ରସ୍ତୁତ ହେବ ସେଥିରେ ସବୁ ବର୍ଗର ଲୋକଙ୍କ ମତାମତ ପ୍ରତିଫଳିତ ହେବ।

  ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କହିଥିଲେ ଯେ, ନୀତି ଆୟୋଗର ସହଯୋଗରେ ଓଡିଶା ସରକାର ଭିଜନ ଡକୁମେଣ୍ଟ ପ୍ରସ୍ତୁତ କରୁଛନ୍ତି। ଏଥିପାଇଁ ସାଧାରଣ ଲୋକଙ୍କ ଠାରୁ ମତାମତ ସଂଗ୍ରହ କରାଯିବ। ମତାମତକୁ ଅନୁଶୀଳନ କରିବା ପାଇଁ ବିଭିନ୍ନ କମିଟି ଗଠନ କରାଯାଇଛି। ଉତ୍କୃଷ୍ଟ ମତାମତ ଆଧାରରେ ଏହି ଡକୁମେଣ୍ଟ ପ୍ରସ୍ତୁତ କରାଯିବ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ଆଇନ, ଅବକାରୀ ଏବଂ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ, ଡକ୍ଟର ମୁକେଶ ମହାଲିଙ୍ଗ, ମତ୍ସ୍ୟ ଏବଂ ପଶୁ ସମ୍ପଦ ବିକାଶ, ମାଇକ୍ରୋ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଗୃହ ବିଭାଗ ଏବଂ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ସତ୍ୟବ୍ରତ ସାହୁ ଏବଂ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଓ ଶାସନ ସଚିବମାନେ ଉପସ୍ଥିତ ଥିଲେ।

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.