ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ବଡ଼ମ୍ୱା-ନରସିଂହପୁରର ବିକାଶ ହେବ, ପାଣି ସମସ୍ୟା ଦୂର ହେବ : ଭି.କେ ପାଣ୍ଡିଆନ

ବଡ଼ମ୍ୱା, ୧୪/୦୫ : ବଡ଼ମ୍ୱାରେ ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନଙ୍କ ପ୍ରଚାର। ବିଜେଡି ପାଇଁ ପ୍ରଚାର କରି ବିଜୁ ଜନତା ଦଳର ପ୍ରାର୍ଥୀଙ୍କ ପାଇଁ ମାଗିଲେ ଭୋଟ୍। ଏହି ସମୟରେ ବିରୋଧୀ ଦଳକୁ ଟାର୍ଗେଟ୍ କଲେ ପାଣ୍ଡିଆନ୍. ସେ କହିଛନ୍ତି ଯେ, ଯିଏ ଆପଣଙ୍କ ସାଙ୍ଗରେ ଦିନରାତି ଛିଡ଼ା ହେବେ, ସୁଖଦୁଃଖରେ ରହିବେ ସେମାନଙ୍କୁ ଆଶୀର୍ବାଦ କରନ୍ତୁ। ଟୁରିଷ୍ଟଙ୍କୁ ନୁହେଁ। ଜୁନ ୯ ତାରିଖରେ ସାଢେ ୧୧ଟାରୁ ଅପରାହ୍ନ ୧ ଘଣ୍ଟା ମଧ୍ୟରେ ନବୀନ ପଟ୍ଟନାୟକ ପୁଣିଥରେ ମୁଖ୍ୟମନ୍ତ୍ରୀ ହୋଇ ଆପଣଙ୍କ ସେବା କରିବା ପାଇଁ ଦାୟିତ୍ୱ ନେବେ। ପ୍ରଥମ ଦସ୍ତଖତରେ ବିଜୁଳି ବିଲ୍‍ ଛାଡ଼ କରି ୯୦ ପ୍ରତିଶତ ପରିବାରଙ୍କୁ ଉପକୃତ କରିବେ। ଆପଣମାନେ ଖୁସି ତ ?

ପାଣ୍ଡିଆନ୍ ପୁଣି କହିଛନ୍ତି ଯେ, ଭୋଟ ଦିନ ବିପୁଳ ସଂଖ୍ୟାରେ ଆସି ଭୋଟ ଦିଅନ୍ତୁ, ଆପଣ ବିଜୁଳି ପାଇବେ, ବିରୋଧୀ କରେଣ୍ଟ ପାଇବ। ବିଜେପି କହୁଛି ମାଗଣା ବିଜୁଳି ଦେବ, ୪୦/୫୦ ହଜାର ଟଙ୍କା ଖର୍ଚ୍ଚ କରି ଆପଣ ସୋଲାର ପ୍ୟାନେଲ ଲଗାଇବେ, ସୂର୍ଯ୍ୟ କିରଣରୁ ବିଜୁଳି ମିଳିବ। ଦିନରେ ଲଣ୍ଠନ ଦେଖାଉଛନ୍ତି ବିଜେପି ଦଳ। ବିରୋଧୀ ଆସିଲେ ପଚାରିବେ, କହିଥିଲେ ଦର ଦାମ୍‍ କମିବ, ଏଲ୍‍.ପି.ଜି. ପେଟ୍ରୋଲ, ଡିଜେଲ ଦର କମିଲା କି ? ରୋଜଗାର ଦେଲେ କି ? ଦେବୀ ବାବୁଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେଇ ଶକ୍ତି ଦିଅନ୍ତୁ, କାମ କରିବାକୁ ସୁଯୋଗ ଦିଅନ୍ତୁ, ସଂତୃପ୍ତ ବାବୁ ବଡ଼ ଚାକିରି ଛାଡ଼ି ଆସିଛନ୍ତି ଆପଣଙ୍କ ସେବା ପାଇଁ। ସାଂସଦ ପ୍ରାର୍ଥୀ ସଂତୃପ୍ତ ମିଶ୍ରଙ୍କ ଶିଳ୍ପ କ୍ଷେତ୍ରରେ ବହୁ ଅଭିଜ୍ଞତା ରହିଛି। ଦେବୀ ବାବୁ ଆପଣଙ୍କ ଅଞ୍ଚଳର ଜଣେ ଜନପ୍ରିୟ ପରିଶ୍ରମୀ ନେତା, ଦୁଇଜଣଙ୍କ ଜରିଆରେ ନବୀନ ବାବୁ ଥିବା ପର୍ଯ୍ୟନ୍ତ କାହା ସହିତ ଅନ୍ୟାୟ ହେବାକୁ ଦେବେ ନାହିଁ ଘଟିବ। ବଡ଼ମ୍ୱା ନିର୍ବାଚନ ମଣ୍ଡଳୀରେ ମନ୍ଦିର ବିକାଶ ପାଇଁ ସବୁଠୁଁ ଅଧିକ ଟଙ୍କା ଦିଆଯାଇଛି। ମାଁ ଭଟ୍ଟାରିକା ମନ୍ଦିର ବିକାଶ ପାଇଁ ୮.୫୦ କୋଟି ଟଙ୍କା, ମାଁ ପ୍ରଗଳା ପୀଠର ବିକାଶ ପାଇଁ ୫.୩୦ କୋଟି ଟଙ୍କା, ସିଂହନାଥ ପୀଠର ବିକାଶ ପାଇଁ ୫.୩୦ କୋଟି ଟଙ୍କା ଯୋଗାଇ ଦିଆଯାଇଛି। ୧୪୦ କୋଟି ଟଙ୍କାରେ ଗୋପୀନାଥପୁର-ବୈଦେଶ୍ୱର ଟି-ବ୍ରିଜ୍‍ ନିର୍ମାଣ ହୋଇଛି। ବଡ଼ମ୍ୱାରେ ପିଇବା ପାଣି ସମସ୍ୟା ଦୂର ହେବ। ନବୀନ ବାବୁ ଥିବା ପର୍ଯ୍ୟନ୍ତ କାହା ସହିତ ଅନ୍ୟାୟ ହେବାକୁ ଦେବେ ନାହିଁ। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.