ସମ୍ବଲପୁର ୧୪/୦୮: ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ବବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ପାଇଁ ଜାରି ହେଲେ ନୂଆ ଡ୍ରେସ କୋଡ୍। ୨୦୨୫-୨୬ ବର୍ଷ ପାଇଁ ଆଡମିଶନ୍ ନେଇଥିବା ସମସ୍ତ ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏହା ଲାଗୁ ହେବ। ଛାତ୍ରମାନେ ଫର୍ମାଲ ପ୍ୟାଣ୍ଟ ଓ ସାର୍ଟ ଏବଂ ଛାତ୍ରୀମାନେ ସାଲଓ୍ବାର କମିଜ୍ ସହ ଓ୍ବେଷ୍ଟକୋଟ୍ ପିନ୍ଧିବେ। ଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ଦୁପଟ୍ଟା ବା ଓଢ଼ଣୀକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି। ପ୍ୟାଣ୍ଟ, ସାଲଓ୍ବାର ଓ ଓ୍ବେଷ୍ଟକୋଟର ରଙ୍ଗ ନେଭି ବ୍ଲୁ ଓ ସାର୍ଟର ରଙ୍ଗ ବ୍ଲୁ ରହିବ ବୋଲି କୁହାଯାଇଛି। ଏଥିରେ ପିଜି ଓ ପିଏଚଡି ଛାତ୍ରଛାତ୍ରୀଙ୍କୁ ବାଦ୍ ଦିଆଯାଇଛି।

କିଏ ହେବ ଏନ୍ଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ? ମଙ୍ଗଳବ...