ପ୍ରମୂଖ ଖବର
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ପରିତ୍ୟକ୍ତ ଘରେ ଖେଳିବା ବେଳେ ମାଡ଼ି ବସିଲା କଂକ୍ରିଟ୍ କାନ୍ଥ : ଜଣେ ଶିଶୁ ମୃତ, ଅନ୍ୟ ଜଣେ ଗୁରୁତର

Published By : Rasmita Pradhan | December 4, 2024 3:12 PM

ଡାବୁଗାଁ, ୦୪/୧୨ : ପରିତ୍ୟକ୍ତ ଘରେ ଖେଳୁଥିଲେ। କଂକ୍ରିଟ୍ କାନ୍ଥ ଭୁସୁଡ଼ି ଜଣେ ଶିଶୁ ମୃତ, ଅନ୍ୟ ଜଣେ ଗୁରୁତର। ନବରଙ୍ଗପୁର ଜିଲ୍ଲା ଡାବୁଗାଁ ସଦର ହାଟପଦା ସାହିରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଗୁରୁତରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। 

ସୂଚନା ଅନୁଯାୟୀ, ବୁଧବାର ସକାଳ ୫ଟାରେ ଡାବୁଗାଁ ଥାନା ସଦର ହାଟପଦା ସାହିର ଦୁଇ ଶିଶୁ ମହେଶ ଗୌଡ଼ (୧୨ ବର୍ଷ) ଏବଂ ସାଥୀ ଉମା ଜାନି (୧୦ ବର୍ଷ) ଶୌଚ ପାଇଁ ଘରୁ ବାହାରିଥିଲେ। ଦୁହେଁ ଡାବୁଗାଁ କୃଷି କାର୍ଯ୍ୟାଳୟ ସମ୍ମୁଖରେ ଥିବା ଏକ ନିଛାଟିଆ ପରିତ୍ୟକ୍ତ ଗୃହ ମଧ୍ୟକୁ କୌଣସି କାରଣରୁ ଯାଇଥିଲେ। ହଠାତ୍ ପରିତ୍ୟକ୍ତ ଗୃହ ମଧ୍ୟରେ ଥିବା ଏକ କଂକ୍ରିଟ ଝରକା କାନ୍ଥ ଦୁଇ ଶିଶୁଙ୍କ ଉପରେ ପଡିଯାଇଥିଲା। ମହେଶ ଗୌଡ଼ ଓ ଉମା ଜାନି ଉଭୟ ଝରକାର କଂକ୍ରିଟ କାନ୍ଥ ତଳେ ଚାପି ହୋଇ ଯାଇଥିଲେ। ଫଳରେ ମହେଶ ଗୌଡ଼ର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଉମା ଜାନି ଗୁରୁତର ହୋଇଥିଲେ। ଉମା ଜାନି ଚିତ୍କାର କରିଥିଲେ ମଧ୍ୟ ନିଛାଟିଆ ସ୍ଥାନ ହୋଇଥିବାରୁ କେହି ଶୁଣିପାରି ନଥିଲେ। ସକାଳ ୭ଟା ବେଳେ କିଛି ଲୋକ ଶିଶୁଟିର ଚିତ୍କାର ଶୁଣି ପୋଲିସ ଓ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଏବଂ ପୋଲିସ ପହଞ୍ଚି ଦୁଇ ଶିଶୁଙ୍କୁ ଉଦ୍ଧାର କରି ଡାବୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ତେବେ ସେଠାରେ ଡାକ୍ତର ମହେଶ ଗୌଡ଼କୁ ମୃତ ଘୋଷଣା କରିଥିବା ବେଳେ ଉମା ଜାନିର ଚିକିତ୍ସା ଚାଲିଛି। ତାଙ୍କର ଡାହାଣ ଗୋଡରେ ପ୍ରବଳ ଆଘାତ ଲାଗିଛି। ପୋଲିସ ଘଟଣାର ତଦନ୍ତ କରୁଛି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.