ପ୍ରମୂଖ ଖବର
  • ୨୧ରେ ଛତିଶା ନିଯୋଗ ବୈଠକ, ରାଜେନ୍ଦ୍ରାଭିଷେକଠାରୁ ନୀଳାଦ୍ରିବିଜେ ନୀତିକାନ୍ତିରେ ଲାଗିବ ମୋହର
  • ||
  • ଟିମ ଇଣ୍ଡିଆର ଇଂଲଣ୍ଡ ଗସ୍ତ: ଆସନ୍ତା୨୩ରେ ହୋଇପାରେ ଦଳ ଘୋଷଣା
  • ||
  • ଧର୍ମଶାଳା ABDOଙ୍କ ଘରେ ଭିଜିଲାନ୍ସ ରେଡ୍‌, ଏକକାଳୀନ ୭ ସ୍ଥାନରେ ଚଢାଉ
  • ||
  • ଲକ୍ଷ୍ନୌ: ଚଳନ୍ତା ସ୍ଲିପର୍‌ ବସ୍ ଭୟଙ୍କର ଅଗ୍ନିକାଣ୍ଡ, ୫ ଯାତ୍ରୀଙ୍କ ଚାଲିଗଲା ଜୀବନ,ଏକାଧିକ ଗୁରୁତର, ଦିଲ୍ଳୀରୁ ବିହାରକୁ ୬୦ ଯାତ୍ରୀଙ୍କୁ ନେଇ ଯାଉଥିଲା
  • ||
  • ଘଟଗାଁରେ ବନ ବିଭାଗର ଚଢ଼ାଉ ଜାରି, ଉତ୍ତେଜନାକୁ ଦୃଷ୍ଟିରେ ରଖି ଗାଁରେ ପୋଲିସ ଫୋର୍ସ ମୁତୟନ
  • ||
  • ପ୍ରକାଶ ପାଇଲା ପ୍ରାଥମିକ, ମାଧ୍ୟମିକ ଶିକ୍ଷକ ବଦଳି କ୍ୟାଲେଣ୍ଡର: ଆଜିଠୁ ଆବେଦନ, ଜୁନ୍‌ରେ ବଦଳି ନିର୍ଦ୍ଦେଶ
  • ||
  • ଜଳେଶ୍ୱର : ଚଢାଉ ବେଳେ ପୋଲିସ ଗାଡ଼ିକୁ ପିଟିଲା ବାଲି ବୋଝେଇ ଟ୍ରାକ୍ଟର, ଅଳ୍ପକେ ବର୍ତ୍ତିଲେ ୩ ପୋଲିସ କର୍ମଚାରୀ
  • ||
  • କାଶ୍ମୀର ପୁଲୱାମାରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ସହ ଗୁଳି ବିନିମୟରେ ଜଣେ ଆତଙ୍କବାଦୀ ନିପାତ
  • ||
  • ଭାରତ-ମିଆଁମାର ସୀମାରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା,୧୦ ଉଗ୍ରବାଦୀ ନିପାତ
  • ||
  • ଓୟୋରେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ: ରାସ୍ତାରୁ ରକ୍ତାକ୍ତ ମୃତଦେହ ଉଦ୍ଧାର, ପୁରୁଷ ବନ୍ଧୁଙ୍କୁ ଅଟକ ରଖିଛି ପୁଲିସ
  • ||
  • ଆଜିଠୁ ବଢ଼ିବ କାଳବୈଶାଖୀ, ୭ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ଆଲର୍ଟ: ୨୧ରୁ କମିପାରେ ତାତି
  • ||

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା

Published By : Prameya | May 15, 2025 6:45 PM

ହରଭଙ୍ଗା,୧୫/୫ :  ବୌଦ୍ଧ ନିର୍ବାଚନ ମଣ୍ଡଳୀ ପୁରୁଣାକଟକଠାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଲେ ଶତାଧିକ ବିଜେପି କର୍ମୀ l ଗୁରୁବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଜାତୀୟ ରାଜପଥ ୫୭ଦେଇ ପୁରୁଣାକଟକଠାରୁ ସଡ଼କ ପଥ ଦେଇ ଅନୁଗୁଳ ଜିଲ୍ଲା ପାଇଁ କେନ୍ଦ୍ରୀୟ ବିଦ୍ୟାଳୟର ଭୂମିପୂଜନ ଲାଗି ଆଠମଲ୍ଲିକ ଯାଉଥିଲେ । 

ଏହି ସମୟରେ ତାଙ୍କୁ ବୌଦ୍ଧ ଜିଲ୍ଲା ପୁରୁଣାକଟକ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ସମ୍ମୁଖରେ ସୁଉଚ୍ଚ ତୋରଣ କରି ବିଜେପି ନେତା ସୁଶାନ୍ତ ପ୍ରଧାନଙ୍କ ନେତୃତ୍ୱରେ ବୌଦ୍ଧ ବିଧାୟକ ତଥା ଓଡିଶା ସରକାରଙ୍କ ମୁଖ୍ୟ ସଚେତକ ସରୋଜ ପ୍ରଧାନଙ୍କ ସହ ଶତାଧିକ ବିଜେପି କର୍ମୀ, ମହିଳା ମୋର୍ଚ୍ଚା, ବିଜେପି ନେତା ଉପସ୍ଥିତ ରହି ପୁଷ୍ପ ଗୁଚ୍ଛ ଉପଢୌକନ ଦେଇ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ l 

ଅନ୍ୟପଟେ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା, ଉପଜିଲ୍ଲାପାଳ ପ୍ରବୀଣ ବନୁଆ, ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ, ଏସଡିପିଓ ପହଂଚି ବୌଦ୍ଧ ପ୍ରଶାସନ ପକ୍ଷରୁ ମଧ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ l

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.