ପ୍ରମୂଖ ଖବର
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ବିପଦ ସଂକେତ ଟପିବନି ସୁବର୍ଣ୍ଣରେଖା; ଚାନ୍ଦୋଲି ଡ୍ୟାମ୍ ଯୋଗୁଁ ଓଡ଼ିଶା ଆସୁଛି ପାଣି

Published By : Harapriya Sethi | July 9, 2025 1:37 PM

ଭୁବନେଶ୍ୱର,୦୯/୦୭: କୌଣସି ସ୍ଥାନରେ ବନ୍ୟା ପରିସ୍ଥିତି ନାହିଁ । ମୁଣ୍ଡଳୀ ୪.୪୭ ଲକ୍ଷ କ୍ୟୁସେକ୍ ଜଳ ପ୍ରବାହିତ ହେଉଛି, ତାହା କମିବ । ଏହା ପ୍ରଭାବରେ ଶାଖା ନଦୀ କୁଆଖାଇ, ଦେବୀରେ ଜଳସ୍ତର ବଢିଛି ବୋଲି ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢ଼ୀ କହିଛନ୍ତି । ସେ କହିଛନ୍ତି, ସମୟ ଲାଗେ ପାଣି ସମୁଦ୍ରକୁ ଯିବା ପାଇଁ । ବର୍ଷା ପରିମାଣ କମିବାରୁ ହୀରାକୁଦର ୪ଟି ଗେଟ୍ ବନ୍ଦ କରାଯାଇଛି । ୧୬ଟି ଗେଟ୍‌ ଦେଇ ଜଳ ନିଷ୍କାସନ ହେଉଛି । ଉପରମୁଣ୍ଡରେ ବର୍ଷା ହେଉଛି । କେତେ ପରିମାଣ ବର୍ଷା ହେଉଛି, ତାକୁ ଦେଖି ଗେଟ୍ ଖୋଲିବ କି ବନ୍ଦ ହେବ ସେ ନିଷ୍ପତ୍ତି ନିଆଯିବ ।

ସମ୍ବଲପୁରର ତଳିଆ ଅଞ୍ଚଳରେ ପାଣି ପଶିଛି । ତାହା ନିଷ୍କାସିତ ହୋଇଯିବ । ସୁବର୍ଣ୍ଣରେଖାରେ ଜଳସ୍ତର ବଢି ସତର୍କ ସଂକେତ ଉପରେ ପ୍ରବାହିତ ହେଉଛି । ହେଲେ ବିପଦ ସଂକେତ ଟପିବ ନାହିଁ । ଝାଡ଼ଖଣ୍ଡର ଅର୍ଦ୍ଧନିର୍ମିତ ଚାନ୍ଦୋଲି ଡ୍ୟାମ୍ ଯୋଗୁଁ ପାଣି ଓଡ଼ିଶା ଆସୁଛି । ବ୍ରହ୍ମଣୀରେ ଦୁଇଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି । ବୈତରଣୀ ଆଖୁଆପଦାରେ ସତର୍କ ସଂକେତରେ ଅଛି । ହେଲେ ବନ୍ୟା ନାହିଁ । ରେଙ୍ଗାଲିର ଦୁଇଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି ବୋଲି ସର୍ବୋଚ୍ଚ ଯନ୍ତ୍ରୀ କହିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.