ପ୍ରମୂଖ ଖବର
  • ସିବିଏସ୍‌ଇର ନୂଆ ନିୟମ, ବହି ଦେଖି ପରୀକ୍ଷା ଦେବେ ଶିକ୍ଷାର୍ଥୀ, ୨୦୨୬-୨୭ ଶିକ୍ଷାବର୍ଷରୁ ହେବ କାର୍ଯ୍ୟକାରୀ
  • ||
  • ମୋହନା ଥାନା କୁଙ୍କୁଣୀ ଗାଁରେ ଚାଞ୍ଚଲ୍ୟ, ସ୍ତ୍ରୀକୁ କାତିରେ ହାଣି ମାରିଲା ସ୍ୱାମୀ, ଅଭିଯୁକ୍ତ ଥାନାରେ ଅଟକ
  • ||
  • ଆମେରିକା ଉପରେ ପାଲଟା ଟାରିଫ ଲଗାଇପାରେ ଭାରତ, କିଛି ସାମଗ୍ରୀ ଉପରେ ଲାଗୁ ହୋଇପାରେ ୫୦% ଶୁଳ୍କ
  • ||
  • ରାଇଘର ନର୍ସିଂ ଛାତ୍ରୀ ମୃତ୍ୟୁ ଘଟଣା, ନ୍ୟାୟ ଦାବିରେ ବିଜେଡ଼ି ପକ୍ଷରୁ ୧୨ ଘଣ୍ଟିଆ ହରତାଳ
  • ||
  • ଓଟିଇଟି ପ୍ରଶ୍ନପତ୍ର ଲିକ୍‌, ଆଜିଠୁ ୨ ଦିନିଆ ରିମାଣ୍ଡରେ ୨ ଅଭିଯୁକ୍ତ
  • ||
  • ଆଜି ଆରବସାଗରରେ ଭାରତ-ପାକିସ୍ତାନର ସମରାଭ୍ୟାସ, ଦୁଇ ଦେଶର ନୌସେନା ଦେଖାଇବେ ଶକ୍ତି
  • ||
  • ୧୩ରେ ଲଘୁଚାପ, କାଲିଠୁ ବଡ଼ ବର୍ଷା: ତିନି ଦିନ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ଆଲର୍ଟ ଜାରି
  • ||

'ବୈତରଣୀରେ ଆଉ ବଢିବନି ଜଳସ୍ତର, ନାହିଁ ବନ୍ୟା ଆଶଙ୍କା'

Published By : Rasmita Pradhan | July 31, 2025 12:53 PM

ଭୁବନେଶ୍ଵର, ୩୧/୦୮ : ବୈତରଣୀରେ ନାହିଁ ବନ୍ୟା ଆଶଙ୍କା। ଏବେ ଆଖୁଆପଦାଠାରେ ଜଳସ୍ତର ୧୮.୨୯ ମିଟର ରହିଛି। ବିପଦ ସଙ୍କେତ ଠାରୁ ଟିକେ କମ୍ କିନ୍ତୁ ସତର୍କ ସଙ୍କେତ ଉପରେ ପ୍ରବାହିତ ହେଉଛି । ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ର ଶେଖର ପାଢ଼ୀ ଏନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି, କେନ୍ଦ୍ରୀୟ ଜଳ ଆୟୋଗଙ୍କ ସୂଚନା ଅନୁଯାୟୀ ବୈତରଣୀରେ ଆଉ ଜଳସ୍ତର ବଢିବ ନାହିଁ। ତେଣୁ ବନ୍ୟା ହେବାର କୌଣସି ସମ୍ଭାବନା ନାହିଁ। ତଥାପି ଆମେ ପ୍ରସ୍ତୁତ ଅଛୁ। ଜିଲ୍ଲା ପ୍ରଶାସନ ଠାରୁ ଆରମ୍ଭ କରି ବିଭାଗ ପର୍ଯ୍ୟନ୍ତ ସତର୍କ ଅଛନ୍ତି । ଅନ୍ୟ କେଉଁଠାରେ ବି ବନ୍ୟା ପରିସ୍ଥିତି ନାହିଁ। 

ଚନ୍ଦ୍ର ଶେଖର ପାଢ଼ୀ ପୁଣି କହିଛନ୍ତି ଯେ, ବ୍ରାହ୍ମଣୀ, ବୁଢାବଳଙ୍ଗ ଏବଂ ମହାନଦୀରେ ବିପଦ ସଙ୍କେତ ତଳେ ଜଳସ୍ତର ରହୁଛି। ଏବେ ହୀରାକୁଦରେ ୮ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି। ହୀରାକୁଦ ଡ୍ୟାମ୍‌ରେ ୪ ଲକ୍ଷ ୩ କ୍ୟୁସେକ୍ ଜଳ ପ୍ରବାହିତ ହେଉଛି। ରେଙ୍ଗାଲିରେ ୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି। 

ଏହି ଖବରଟିକୁ ପଢନ୍ତୁ- ଫୁଲୁଛି ବୈତରଣୀ, ସତର୍କ ସଙ୍କେତ ଉପରେ ବନ୍ୟାଜଳ ପ୍ରବାହିତ

ଗତକାଲିଠୁ ଭଦ୍ରକରେ ଲଗାଣ ବର୍ଷା ଲାଗି ରହିଛି। ପ୍ରବଳ ବର୍ଷା ଯୋଗୁ ପୁଣି ବୈତରଣୀ ନଦୀର ଜଳସ୍ତର ବୃଦ୍ଧି ପାଇଛି। ନଦୀ ବଢୁଥିବାରୁ ଲୋକେ ଆତଙ୍କିତ ହୋଇ ରହିଛନ୍ତି। ହେକ୍ଟର ହେକ୍ଟର ଚାଷ ଜମି ଜଳମଗ୍ନ ହୋଇଛି। ଚାଷୀଙ୍କ ପରିବା ଫସଲ ମଧ୍ୟ ନଷ୍ଟ ହୋଇଛି। ଗତକାଲି ମୁଖ୍ୟମନ୍ତ୍ରୀ ମଧ୍ୟ ଆକାଶମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରିଥିଲେ। ଏବେ ବି ଲୋକମାନେ ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.