ପ୍ରମୂଖ ଖବର
  • ଚନ୍ଦନେଶ୍ଵର: କଟକଣା ନମାନିବା ପଡ଼ିଲା ମହଙ୍ଗା, ୨ବୋଟ ସହ ମାଲିକକୁ ଧରିଲା ପୁଲିସ
  • ||
  • ମାଲକାନିରି: ପୁଣି ୧୭ ମାଓବାଦୀଙ୍କ ଆତ୍ମସମର୍ପଣ, ୫୦ ହଜାର ଚେକ୍ ପ୍ରଦାନ କଲେ ଏସ୍‌ପି
  • ||
  • ପାକିସ୍ତାନରେ ଭୂକମ୍ପ ଝଟକା , ରେକ୍ଟର ସ୍କେଲରେ ୪.୨ ତୀବ୍ରତା ରେକର୍ଡ
  • ||
  • ବହୁର୍ଚ୍ଚିତ ନବ ଦାସ ହତ୍ୟା ଘଟଣା, ଗାନ୍ଧି ଛକ ଫଣ୍ଡିରେ କ୍ରାଇମ୍‌ବ୍ରାଞ୍ଚ ଖୋଳତାଡ଼
  • ||
  • ୩ ବର୍ଷ ପରେ ଅଙ୍କିତାଙ୍କୁ ମିଳିଲା ନ୍ୟାୟ; ୩ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ
  • ||
  • 'ପାକିସ୍ତାନ କାଶ୍ମୀରକୁ ଭୁଲିବନି କି ଛାଡ଼ିବନି '; ପାକ୍‌ ସେନାମୁଖ୍ୟ ଆସିମ୍‌ ମୁନୀରଙ୍କ ମୁହଁଫୁଟାଣି
  • ||
  • ସୁନ୍ଦରଗଡ଼ : ପ୍ଲାଣ୍ଟରେ ଶ୍ରମିକଙ୍କ ଉପରେ ମାଡ଼ିଗଲା ଆଇରନ୍‌ ବୋଝେଇ ଟ୍ରକ୍, କ୍ଷତିପୂରଣ ଦାବିରେ ଉତ୍ତେଜନା
  • ||
  • ରାୟଗଡ଼ା :ଯୁବ ବ୍ୟବସାୟୀଙ୍କ ଘରୁ ଚୋରି, ଲକ୍ଷାଧିକ ଟଙ୍କା ସହ ଅଳଙ୍କାର ଲୁଟି ନେଲେ ଦୁର୍ବୃତ୍ତ
  • ||
  • ସିକ୍କିମ ଦୁର୍ଘଟଣାରେ ବିଜେପି ନେତ୍ରୀ ଇତିଶ୍ରୀ ଜେନାଙ୍କ ପରିବାର ନିଖୋଜ
  • ||
  • ସମ୍ୱଲପୁର : ବସ୍‌କୁ ପଛରୁ ପିଟିଲା କୋଇଲା ବୋଝେଇ ଟ୍ରକ୍‌, ୨୦ ଆହତ
  • ||
  • ସିକ୍କିମରେ ଟୁରିଷ୍ଟ ଗାଡି ଦୁର୍ଘଟଣାରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ଯାତ୍ରୀଙ୍କ ସୁରକ୍ଷା ଓ ଚିକିତ୍ସା ପରିଚାଳନା ପାଇଁ ଓଡ଼ିଶାରୁ ଯିବ ଟିମ୍
  • ||
  • ନୟାଗଡ଼ : ବାଣୁଆ ଗୁଳିରେ ଆମ୍ୱ ଗୋଟାଳି ମୃତ, ଶିକାରୀକୁ ଅଟକ ରଖିଲେ ଗ୍ରାମବାସୀ
  • ||
  • ଶୁକ୍ରବାର ବିଏମ୍‌ସି ବୈଠକ: ଉଠିବ ବିଧାୟକଙ୍କ ପାଇଁ ଏସ୍‌ଓପି ଦାବି, ବିଜେଡି କର୍ପୋରେଟର ହୋ ହଲ୍ଲା କରିବେ
  • ||
  • ବଲାଙ୍ଗୀର : ବଜ୍ରାଘାତରେ ଯୁବକଙ୍କ ମୃତ୍ୟୁ
  • ||
  • IPL 2025: ଆଜି ମୁମ୍ବାଇ-ଗୁଜରାଟ ଏଲିମିନେଟର ଲଢ଼େଇ, ପରାଜିତ ଦଳ ହେବ ବିଦା
  • ||
  • ‘ଅପରେସନ ସିଲ୍ଡ’, ଆଜି ପାକିସ୍ତାନ ସୀମାରେ ଦ୍ୱିତୀୟ ନାଗରିକ ସୁରକ୍ଷା ମକ୍‌ଡ୍ରିଲ
  • ||
  • ଅନୁଗୁଳ : ଭିଜିଲାନ୍ସ ପଞ୍ଝାରେ RD ବିଭାଗର ମୁଖ୍ୟଯନ୍ତ୍ରୀ, ଏକକାଳୀନ ୪ଟି ସ୍ଥାନରେ ଚଢାଉ
  • ||
  • ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କର ଦେହାନ୍ତ, ରାଜ୍ୟର ପ୍ରଥମ ବିଜେପି MLA ଥିଲେ
  • ||
  • ଗଭୀର ଅବପାତ ପଳେଇଲା, ବଡ଼ ବର୍ଷା ହେଲାନି: ଆଜିଠୁ କମିବ ବର୍ଷା, ଜୁନ୍ ୧ରୁ ୩ ଯାଏ ବଢ଼ିବ ତାପମାତ୍ରା
  • ||
  • ପାଣି ଟାଙ୍କିରେ ପଡ଼ି ନାବାଳିକା ମୃତ୍ୟୁ ଘଟଣା: ରାତି ଅଧରେ ହେଲା ଶବ ବ୍ୟବଚ୍ଛେଦ
  • ||

ମୁଣ୍ଡିପଦର ବେତ୍ରାସାହିରେ ପାନୀୟ ଜଳ ସମସ୍ୟା, ଗ୍ରାମ୍ୟ ଜଳ ଯୋଗାଣ ଓ ମେଗାଜଳ ପ୍ରକଳ୍ପରୁ ମିଳୁନି ପାଣି

Published By : Rasmita Pradhan | May 27, 2025 1:07 PM

ସାହାଜପାଲ, ୨୭/୦୫ : ବୌଦ୍ଧ ସଦର ବ୍ଲକ ମୁଣ୍ଡିପଦର ଗ୍ରାମପଞ୍ଚାୟତ ବେତ୍ରାସାହିରେ ପାନୀୟ ଜଳ ସମସ୍ୟା ଅଭିଯୋଗ । ଗ୍ରାମ୍ୟ ଜଳ ଯୋଗାଣ ଓ ମେଗାଜଳ ପ୍ରକଳ୍ପରେ ମିଳୁନି ମୁନ୍ଦେ ପିଇବା ପାଣି। କେଉଁଠି ପାଣି ଆସୁଛି ତ ଆଉ କେଉଁଠି ବିଶୁଦ୍ଧ ପାନୀୟ ଜଳରୁ ବଞ୍ଚିତ ହେଉଛନ୍ତି ଲୋକେ । ଏନେଇ ବାରମ୍ବାର ଅଭିଯୋଗ କରିଛନ୍ତି ସ୍ଥାନୀୟ ବାସିନ୍ଦା, ହେଲେ ଫଳ ଶୂନ୍ୟ । 

ବୌଦ୍ଧ ଜିଲ୍ଲା ମୁଣ୍ଡିପଦର ଗ୍ରାମପଞ୍ଚାୟତ ବେତ୍ରାସାହିବାସୀ ବର୍ଷ ବର୍ଷ ଧରି ପାନୀୟ ଜଳ ସମସ୍ୟା ଭୋଗୁଛନ୍ତି। ବିଶୁଦ୍ଧ ପିଇବା ପାଣି ଏମାନଙ୍କ ପାଇଁ ସାତ ସପନ। ଗାଁରେ ୧୨ ବର୍ଷ ହେଲା ଗ୍ରାମ୍ୟଜଳ ଯୋଗାଣ ପ୍ରକଳ୍ପ ରହିଛି, ମାତ୍ର ଏଥିରେ ଠିକ୍ ଭାବେ ପାଇବା ପାଣି ଆସୁପାରୁନାହିଁ । ଏଲ୍ ଆଣ୍ଡ୍ ଟି କମ୍ପାନୀ ତରଫରୁ ଏକ ମେଗା ଜଳ ଯୋଗାଣ ପ୍ରକଳ୍ପ ରହିଛି । ମାତ୍ର  ଏଥିରେ କେଉଁଠି ପାଣି ପହଞ୍ଚୁଛି, ତ ପୁଣି କେଉଁଠି ପାଣି ବିନା ଡହଳ ବିକଳ ହେଉଛନ୍ତି ଲୋକେ । ପୂର୍ବ ସରକାରରେ କେବଳ ପ୍ରତିଶ୍ରୁତି ମିଳିଲା, ହେଲେ ପାଣି ମିଳିଲା ନାହିଁ ବୋଲି ବେତ୍ରାସାହିବାସୀ ଅଭିଯୋଗ କରିଛନ୍ତି । ଏନେଇ ସେମାନେ ସ୍ଥାନୀୟ ସରପଞ୍ଚ, ଏଲ୍ ଆଣ୍ଡ୍ ଟି କମ୍ପାନୀ ଏବଂ ବ୍ଲକ୍ ପ୍ରଶାସନ ନିକଟରେ ବାରମ୍ବାର ଅଭିଯୋଗ କରିଛନ୍ତି, ହେଲେ କୌଣସି ସୁଫଳ ମିଳୁନଥିବା ଲୋକେ କହିଛନ୍ତି । ତେଣୁ ତୁରନ୍ତ ରାଜ୍ୟ ସରକାର ଏ ଦିଗରେ ଦୃଷ୍ଟି ଦେବାକୁ ଦାବି କରିଛନ୍ତି ବେତ୍ରାସାହିବାସୀ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.