ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ଭାରସାମ୍ୟ ହରାଇ ଓଲଟିଲା ପାଣି ଟ୍ୟାଙ୍କର୍‌, ଡ୍ରାଇଭର୍‌ ଏବଂ ହେଲପର୍‌ ଆହତ

Published By : Harapriya Sethi | January 25, 2025 9:01 AM

ଭୁବନେଶ୍ୱର,୨୫/୦୧: ରାମ ମନ୍ଦିର ଟ୍ରାଫିକ ପୋଷ୍ଟରେ ଭାରସାମ୍ୟ ହରାଇ ଓଲଟିଲା ପାଣି ଟ୍ୟାଙ୍କର । ଏହି ଦୁର୍ଘଟଣାରେ ହେଲପର୍‌ ସହ ଡ୍ରାଇଭର୍‌ ଆହତ ହୋଇଥିବାରୁ ଉଭୟଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ଏବଂ ପୋଲିସ ପହଞ୍ଚି ଗାଡକୁ ଉଦ୍ଧାର କରିବାକୁ ଉଦ୍ୟମ ଚଳାଇଛି । ରାଜଧାନୀ ଭୁବନେଶ୍ୱରର ରାମ ମନ୍ଦିର ଟ୍ରାଫିକ ପୋଷ୍ଟଠାରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ଶନିବାର ସକାଳୁ ଏକ ପାଣି ଟ୍ୟାଙ୍କର୍‌ ରାସ୍ତାରେ ଯିବା ବେଳେ ରାମ ମନ୍ଦିର ଟ୍ରାଫିକ ପୋଷ୍ଟଠାରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା । ଏହି ଦୁର୍ଘଟଣା କାରଣରୁ ଗାଡି ଚଳାଉଥିବା ଡ୍ରାଇଭର୍‌ ଏବଂ ହେଲପର୍‌ ଆହତ ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପୋଲିସ ଏବଂ ଅଗ୍ନିଶମ ବାହିନୀ ପହଞ୍ଚି ଗାଡିଟିକୁ ଉଦ୍ଧାର କରିବାକୁ ଚେଷ୍ଟା ଚଳାଇଛନ୍ତି । ଏହା ସହ ଆହତ ହୋଇଥିବା ଡ୍ରାଇଭର ଏବଂ ହେଲପର୍‌ଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଛି ପୋଲିସ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.