ପ୍ରମୂଖ ଖବର
  • ପାରାଦୀପ ଜିରୋ ପଏଣ୍ଟ ପାଖରେ ଗଚ୍ଛିତ ପାଇପରେ ଭୟଙ୍କର ଅଗ୍ନିକାଣ୍ଡ
  • ||
  • ରାଜଧାନୀରୁ ୫ କ୍ୱିଣ୍ଟାଲ ଗଞ୍ଜେଇ ଜବତ, ୨ ଗିରଫ
  • ||
  • ରାଉରକେଲାରେ ପୋଲିସ ଡିଜି ୱାଇବି ଖୁରାନିଆ, ରାଉରକେଲାରେ ଚାଲିଛି ସମୀକ୍ଷା ବୈଠକ
  • ||
  • ପହଲଗାମ ଆତଙ୍କୀ ହମ୍‌ଲା ପରେ ରାଜଧାନୀରେ ହାଇଆଲର୍ଟ, ଭୁବନେଶ୍ୱର ରେଲ୍‌ ୱେ ଷ୍ଟେସନ୍‌ରେ ଫ୍ଲାଗ୍ ମାର୍ଚ୍ଚ
  • ||
  • ରାଜଧାନୀରେ ଦୁର୍ବୃତ୍ତଙ୍କ ଆତଙ୍କରାଜ, ଟଙ୍କା ମାଗିବାରୁ ଦହିବରା ବେପାରୀଙ୍କୁ ନିସ୍ତୁକ ପିଟିଲେ
  • ||
  • ସମ୍ୱଲପୁର : ପାଣିରେ ବୁଡ଼ି ଜୀବନ ହାରିଥିଲେ ଭିସୁଟ୍‌ ଛାତ୍ରୀ: ୧୦୦ ଜଣଙ୍କ ଉପରେ ସର୍ବକାଳୀନ ଛାତ୍ର କାର୍ଯ୍ୟାନୁଷ୍ଠାନ
  • ||
  • ଚଳିବନି ପାକ୍ ପ୍ରୋପାଗଣ୍ଡା, ଭାରତରେ ୧୬ ପାକିସ୍ତାନୀ ୟୁଟ୍ୟୁବ୍ ଚ୍ୟାନେଲ୍ ବ୍ୟାନ୍
  • ||
  • ମେ ୨ରୁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା, ୧୨ ଯାଏ ୩ଟି ସିଫ୍ଟରେ ହେବ ଏକ୍ସଜାମ୍
  • ||
  • ବାଙ୍ଗିରିପୋଷି-ପୁରୀ ସୁପରଫାଷ୍ଟ ଟ୍ରେନ୍‌ରେ ଏଲଏଚବି କୋଚ୍‌ର ଶୁଭାରମ୍ଭ
  • ||
  • କେନ୍ଦୁଝର : ବାଇକ୍‌କୁ ଧକ୍କା ଦେଲା ଆଡିସନାଲ୍‌ CSOଙ୍କ ବୋଲେରୋ, ବାଇକ୍‌ ଚାଳକ ମୃତ
  • ||
  • ସୋମବାର ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୭ ତମ ଜନ୍ମଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ବିଜେଡି ନେତା ଓ କର୍ମୀ
  • ||
  • ଅନୁଗୁଳ : ୫୫ କେଜିରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ, ୨ ଗିରଫ
  • ||
  • IPL 2025: ଆଜି ରାଜସ୍ଥାନ- ଗୁଜରାଟ ଲଢ଼େଇ, ରୟାଲ୍ସ ପାଇଁ ‘କର ବା ମର’
  • ||
  • ତାତି କମିଲା, ଆହୁରି କମିବ: ଆଜି ଘଡ଼ଘଡ଼ି ସହ କୁଆପଥର ବର୍ଷା ଆଶଙ୍କା,୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||
  • ସୁନ୍ଦରଗଡ଼ : ବସ୍‌ ଓଲଟି ଜଣେ ମୃତ, ୫ ରୁ ଉର୍ଦ୍ଧ୍ୱ ଗୁରୁତର
  • ||

ଏକ ସମୃଦ୍ଧ ଓଡିଶା ଗଠନ କରି ବରପୁତ୍ରମାନଙ୍କ ସ୍ୱପ୍ନକୁ ନିଶ୍ଚୟ ପୂରଣ କରିବୁ : ମୁଖ୍ୟମନ୍ତ୍ରୀ

Published By : Prameya | April 1, 2025 5:34 PM

ଭୁବନେଶ୍ୱର,୧/୪ : ରାଜ୍ୟ ସରକାର ପ୍ରଥମ ଥର ପାଇଁ ସ୍ୱତନ୍ତ୍ର ଓଡିଶା ଗଠନର ମୁଖ୍ୟ ବିନ୍ଧାଣି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜନ୍ମ ମାଟି ସତ୍ୟଭାମାପୁରରେ ଆୟୋଜନ କରିଛନ୍ତି ରାଜ୍ୟସ୍ତରୀୟ ଓଡିଶା ଦିବସ କାର୍ଯ୍ୟକ୍ରମ ।  ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ କହିଛନ୍ତି ଯେ, ମଧୁବାବୁଙ୍କ ଜନ୍ମମାଟି ସତ୍ୟଭାମାପୁର ହେଉଛି ଆମ ପାଇଁ ଏକ ପବିତ୍ର ସ୍ଥାନ, ଏକ ତୀର୍ଥ । ଏ ସ୍ଥାନକୁ ଓଡିଆ ଜାତୀୟତା ଭାବର ଏକ କେନ୍ଦ୍ର ସ୍ଥଳ ଭାବେ ବିକଶିତ କରାଯିବ ।  

ମୁଖ୍ୟମନ୍ତ୍ରୀ କହିଲେ ଯେ, ଆଜି ଦିନଟି ହେଉଛି ଓଡ଼ିଆ ଅସ୍ମିତାର ଦିବସ। ଓଡ଼ିଆ ସ୍ୱାଭିମାନର ଦିବସ। ଓଡ଼ିଆ ଅସ୍ମିତା, ଓଡ଼ିଆ ସ୍ୱାଭିମାନକୁ ଗୁରୁତ୍ୱ ଦେଇ ଓଡ଼ିଶାବାସୀ ଯେଉଁ ପରିବର୍ତ୍ତନ ଆଣିଥିଲେ, ତାକୁ ସମ୍ମାନ ଦେଇ, ଆଜି ଆମେ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ମୁଖ୍ୟ ବିନ୍ଧାଣି ମଧୁବାବୁଙ୍କ ଗାଁ’ମାଟିରେ ‘ଓଡ଼ିଶା ଦିବସ’ ପାଳନ କରୁଛୁ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉତ୍କଳ ଗୌରବ ‘ମଧୁସୂଦନ ଦାସଙ୍କ ଜନ୍ମ ସ୍ଥାନର ସମନ୍ୱିତ ବିକାଶ କାର୍ଯ୍ୟକ୍ରମ(Integrated Development of Madhusudan Das’ Birth Place)’ର ଭିତ୍ତିପ୍ରସ୍ତର ରଖିଥିଲେ । ୨୧ କୋଟି ଟଙ୍କା ବିନିଯୋଗରେ ବିକଶିତ ହେଉଥିବା ଏହି କାର୍ଯ୍ୟକ୍ରମରେ ମଧୁବାବୁଙ୍କ ଜନ୍ମ ସ୍ଥାନର ଉନ୍ନତିକରଣ ସହିତ ବ୍ୟାଖ୍ୟାନ କେନ୍ଦ୍ର ନିର୍ମାଣ, ଏନ୍ତୁଡିଶାଳର ଉନ୍ନତିକରଣ, ପ୍ରତିମୂର୍ତ୍ତି ନିର୍ମାଣ, ଅତିଥି ଭବନ, ପାଠାଗାର ଏବଂ ସେଠାରେ ଥିବା ଜଳାଶୟରେ ଲାଇଟ ଆଣ୍ଡ ସାଉଣ୍ଡ ସିଷ୍ଟମ ସ୍ଥାପନ ଆଦି କରାଯିବ । 

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ପାଇଁ ଆମର ବରପୁତ୍ର ମାନେ ଯେଉଁ ତ୍ୟାଗ ଓ ସଂଗ୍ରାମ କରିଯାଇଛନ୍ତି, ସେ ଋଣକୁ ଆମେ କେବେ ବି ସୁଝି ପାରିବୁ ନାହିଁ। ତେବେ, ଏକ ସମୃଦ୍ଧ ଓଡିଶା ଗଠନ କରି ସେମାନଙ୍କ ସ୍ୱପ୍ନକୁ ନିଶ୍ଚୟ ପୂରଣ କରିବୁ । ମଧୁବାବୁଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସାଢ଼େ ଚାରି କୋଟି ଓଡ଼ିଶାବାସୀ ଯେତେବେଳେ ଏକଜୁଟ ହୋଇ ଏକ ସମୃଦ୍ଧ ଓଡ଼ିଶା ଗଠନ ପାଇଁ ଆଗେଇ ଚାଲିବେ, ସେତେବେଳେ ପୃଥିବୀର କୌଣସି ଶକ୍ତି ତାଙ୍କୁ ଅଟକେଇ ପାରିବେ ନାହିଁ। ସାଢ଼େ ଚାରି କୋଟି ଓଡ଼ିଆଙ୍କ ସ୍ୱପ୍ନ ପୂରଣ ହେବ। ଲକ୍ଷ୍ୟ ସଫଳ ହେବ। ଓଡିଶାର ଏହି ମହା ପରିବର୍ତ୍ତନର ଯାତ୍ରାରେ ସମସ୍ତେ ସାମିଲ ହୋଇ ସମୃଦ୍ଧ ଓଡ଼ିଶାର ମହାନ ଲକ୍ଷ୍ୟକୁ ହାସଲ କରିବା ପାଇଁ ସଂକଳ୍ପବଦ୍ଧ ହୋଇ କାମ କରିବାକୁ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଆହ୍ୱାନ ଦେଇଥିଲେ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.