ପ୍ରମୂଖ ଖବର
  • ରାଉରକେଲା : ହୋଟେଲ ରୁମ୍‌ରେ ଜୀବନ୍ତ ଜଳିଗଲେ ଯୁବତୀ, ହତ୍ୟା ଅଭିଯୋଗ କଲେ ପରିବାର ଲୋକେ
  • ||
  • ବାରିପଦାରେ ଗଣେଶ ଭସାଣି ବେଳେ ଅଘଟଣ, ସୁବର୍ଣ୍ଣରେଖା କେନାଲରେ ଭାସିଗଲେ ୪ ଛାତ୍ର
  • ||
  • ମୋହନା : ପୋଖରୀରେ ବୁଡ଼ି ନାବାଳକ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଆସ୍କା : ଟ୍ରାକ୍ଟରକୁ ଧକ୍କା ଦେଲା ମାଲ୍‌ ବୋଝେଇ ଟ୍ରକ୍‌, ଟ୍ରାକ୍ଟର ଡ୍ରାଇଭର ମୃତ
  • ||
  • ପୁରୀ ବେଳାଭୂମିରେ ଖୋଲିବନି ମଦ କ୍ୟାବିନ୍, ଅବକାରୀ ନୀତିରେ ପରିବର୍ତ୍ତନ କଲେ ରାଜ୍ୟ ସରକାର
  • ||
  • ଭୁବନେଶ୍ୱର ବିମାନ ବନ୍ଦରରୁ ପୁଣି ମିଳିଲା ସୁନା,୨୪ କିଲୋର ସୁନା ଅଳଙ୍କାର ଜବତ କଲା ସିଟି ଜିଏସ୍‌ଟି
  • ||
  • ଖୋର୍ଦ୍ଧା : ନାଳରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, କାରଣ ଅସ୍ପଷ୍ଟ
  • ||
  • ସମ୍ବଲପୁର : ନିଶାସକ୍ତ ଅବସ୍ଥାରେ ସାଙ୍ଗ ସାଜିଲା ଶତ୍ରୁ, ବାଡ଼ିରେ ପିଟିପିଟି ହତ୍ୟା କଲା ସାଙ୍ଗ
  • ||
  • ୩ ମାସ ପାଇଁ କୁକୁଡ଼ା ଚାଷ ବନ୍ଦ:ପୁରୀ ଜିଲ୍ଲାରେ ୧୪୧ଟି କୁକୁଡ଼ା ଫାର୍ମ ସିଲ୍‌
  • ||
  • ସୁନ୍ଦରଗଡ଼ : ସୁଭଦ୍ରା ଫର୍ମ ପୂରଣ ବେଳେ ଟଙ୍କା ମାଗିବା ପଡ଼ିଲା ମହଙ୍ଗା, ଜନସେବା କେନ୍ଦ୍ରର ପରିଚାଳକଙ୍କୁ ବାନ୍ଧିଲା ପୋଲିସ
  • ||
  • କଳାହାଣ୍ଡି ଗଡ଼ଜାତର ନୂଆଁଖାଇ,୧୦ଟାରୁ ୧୨ଟା ୪୦ ମିନିଟ୍‌ ମଧ୍ୟେ ସର୍ବସାଧାରଣ ନୂଆଁ ଖାଇବେ
  • ||
  • ସୋର : ଏମିତି ବି ଆସେ ମୃତ୍ୟୁ, ବାଇକରୁ ଓହ୍ଲାଇଲା ବେଳେ ଚାଳିଗଲା ଜୀବନ
  • ||
  • ସଫଳ ମହିଳା ହେବେ "ସୁଭଦ୍ରା ଅପା', ଆଜିଠୁ ପ୍ରତି ବ୍ଲକ୍‌ ଓ ପଞ୍ଚାୟତରେ "ସୁଭଦ୍ରା ସ୍ୱାଗତ ସପ୍ତାହ'
  • ||
  • ୧୭ରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ, ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ, ଆଜି ଜନତା ମଇଦାନ ଯାଞ୍ଚ
  • ||
  • ଭୁବନେଶ୍ୱର : ଆଉଟ୍ ହାଉସରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ,କାରଣ ଅସ୍ପଷ୍ଟ
  • ||
  • ପୁରୁଷ ହକି ଏସିଆନ୍‌ ଚାମ୍ପିଅନ୍ସ ଟ୍ରଫ: ଦ. କୋରିଆକୁ ହରାଇଲା ଟିମ୍ ଇଣ୍ଡିଆ, ଶନିବାର ଭାରତ- ପାକ୍ ଲଢ଼େଇ
  • ||
  • ଲଘୁଚାପ ନେବ ଅବପାତ ରୂପ: ଆଜି କଳାହାଣ୍ଡିକୁ ଅରେଞ୍ଜ, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ୧୬ ଯାଏ ପ୍ରବଳ ବର୍ଷା
  • ||

ଆମର ଖେଳାଳୀମାନେ ଯେପରି ବିଶ୍ବସ୍ତରରେ ଶୀର୍ଷରେ ରହିବେ, ତାହା ଆମେ ସୁନିଶ୍ଚିତ କରିବୁ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧/୮ :  ଭୁବନେଶ୍ବର ଆଜି ଥିଲା ଉତ୍ସବ ମୁଖରିତ । ବିଶ୍ବ ବିଜୟୀ ଭାରତୀୟ ହକି ଦଳର ହିରୋ ମାନଙ୍କୁ ଆଜି ଦିଆଯାଇଥିଲା ଭବ୍ୟ ସମ୍ବର୍ଦ୍ଧନା। ପ୍ୟାରିସ ଅଲମ୍ପିକ୍‌ସରେ ଭାରତୀୟ ହକି ଦଳର ଐତିହାସିକ ବିଜୟ ପରେ ଆଜି ସମସ୍ତ ଖେଳାଳୀ ଓ ସହାୟକ ସଦସ୍ୟ ଭୁବନେଶ୍ବରରେ ପହଞ୍ଚିବା ପରେ ସେମାନଙ୍କୁ ଉଚ୍ଛସିତ ସ୍ବାଗତ କରାଯାଇଥିଲା ଏବଂ ଲୋକସେବା ଭବନର କନ୍‌ଭେନସନ ହଲ୍‌ ଠାରେ ଏକ ବର୍ଣ୍ଣାଢ୍ୟ କାର୍ଯ୍ୟକ୍ରମରେ ଖେଳାଳୀ ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । କାର୍ଯ୍ୟକ୍ରମରେ ଭାରତୀୟ ଦଳର ପ୍ରତ୍ୟେକ ଖେଳାଳୀଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ୧୫ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ପ୍ରଦାନ କରିଥିଲେ । ଓଡିଆ ଖେଳାଳୀ ଅମିତ୍‌ ରୋହିଦାସଙ୍କୁ ସ୍ବତନ୍ତ୍ର ଭାବେ ୪ କୋଟି ଟଙ୍କା ପୁରସ୍କାର ପ୍ରଦାନ କରାଯାଇଥିଲା । ଟିମ୍‌ର ଗୋଲକିପର ଶ୍ରୀ ପି.ଆର. ଶ୍ରୀଜେସ୍‌ଙ୍କୁ ସ୍ବତନ୍ତ୍ର ଭାବେ ୫୦ ଲକ୍ଷ ଟଙ୍କା ପୁରସ୍କାର ପ୍ରଦାନ କରାଯାଇଥିଲା । ସେହିପରି ୪ ଜଣ ସପୋର୍ଟିଂ ଷ୍ଟାଫ୍‌ ପ୍ରତ୍ୟେକଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ପ୍ରଦାନ କରାଯାଇଥିଲା ।

କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ “ଭାରତୀୟ ହକି ଦଳର ଏହି କାଂସ୍ୟ ପଦକ, ଏକ ଦୃଢନିଷ୍ଠ ସ୍ୱର୍ଣ୍ଣିମ ଭବିଷ୍ୟତର ଶୁଭାରମ୍ଭ ପାଇଁ ଆହ୍ୱାନ ପ୍ରଦାନ କରିଛି। ଭାରତୀୟ ହକିର ପୁନର୍ଜନ୍ମରେ ଓଡିଶାର ମହତ୍ବପୂର୍ଣ୍ଣ ଭୂମିକା ପାଇଁ ମୁଁ ଗର୍ବିତ । ଓଡିଶା ସବୁ ସମୟରେ ଭାରତୀୟ ହକି ଦଳ ସହିତ ଜଣେ ସୁଖଦୁଃଖର ସାଥି ଭଳି ରହିଆସିଛି ।”  ମୁଖ୍ୟମନ୍ତ୍ରୀ କହିଥିଲେ ଯେ  ଲସ୍‌ ଏଞ୍ଜେଲେସ୍‌ ଅଲମ୍ପିକ୍‌ସ ସହିତ ଜାତୀୟ ହକି ଦଳର ଆଗାମୀ ସମସ୍ତ ଅଭିଯାନରେ ଦଳ ପ୍ରତି ଓଡିଶା ଏବଂ ଓଡିଶାବାସୀଙ୍କର ଦୃଢ ସମର୍ଥନ ଜାରି ରହିବ। ସେ କହିଥିଲେ ଯେ ଆମ ସରକାର ସଂପୂର୍ଣ୍ଣ ଭାବରେ ଆମର ଖେଳାଳୀ ମାନଙ୍କ ସହିତ ଅଛନ୍ତି। ଆଗାମୀ ଦିନରେ ସେମାନେ ଯେପରି ଆହୁରି ବଡ ସଫଳତା ହାସଲ କରିବେ, ସେଥିପାଇଁ ସେମାନଙ୍କୁ ସବୁପ୍ରକାର ସୁବିଧା ଓ ପ୍ରୋତ୍ସାହନ ଦିଆଯିବ। ହକିର ବିକାଶ ପାଇଁ ଆମେ ଆହୁରି ନୂଆ ନୂଆ ପଦକ୍ଷେପ ନେବୁ। ଆମର ଖେଳାଳୀ ମାନେ ଯେପରି ବିଶ୍ବସ୍ତରରେ ଶୀର୍ଷରେ ରହିବେ, ତାହା ଆମେ ସୁନିଶ୍ଚିତ କରିବୁ।

ଶେଷରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଥିଲେ ଯେ, ଆମର କ୍ରୀଡ଼ାବିତମାନେ ହେଉଛନ୍ତି ଆମ ପ୍ରେରଣାର ଉତ୍ସ।  ସୁଦୃଢ ସମାଜ ନିର୍ମାଣର ଆଧାର। ଖେଳାଳୀମାନେ ହେଉଛନ୍ତି, ଆମ ରାଜ୍ୟ ଓ ଦେଶର ଭବିଷ୍ୟତ। ଆପଣମାନେ ନିଜର ଚମତ୍କାର ପ୍ରଦର୍ଶନ ମାଧ୍ୟମରେ, ଆମ ଦେଶ ଓ ରାଜ୍ୟ ପାଇଁ ଗର୍ବ ଓ ଗୌରବ ଆଣିବେ ଏହାହିଁ ମୋର ଆଶା ଓ ବିଶ୍ୱାସ। କାର୍ଯ୍ୟକ୍ରମରେ ସ୍ବାଗତ ଭାଷଣ ଦେଇ କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଥିଲେ ଯେ, ଯାହା ବିଶ୍ବ ପାଇଁ କାଂସ୍ୟ, ତାହା ଆମ ପାଇଁ ସ୍ବର୍ଣ୍ଣ। ଟୋକିଓରୁ ପ୍ୟାରିସ ପର୍ଯ୍ୟନ୍ତ ଆମ ଖେଳାଳୀମାନେ ଆମକୁ ଯେଉଁଭଳି ଗର୍ବ ଅନୁଭବ କରିବାକୁ ଦେଇଛନ୍ତି, ସେଥିପାଇଁ ଆମେ ସମସ୍ତେ ସେମାନଙ୍କ ପ୍ରତି କୃତଜ୍ଞ।

ଭାରତୀୟ ହକି ଟିମ୍‌ର ଗୋଲକିପର ପି.ଆର୍‌. ଶ୍ରୀଜେସ୍‌ କହିଥିଲେ ଯେ ଓଡିଶା ହେଉଛି ମୋର ଦ୍ବିତୀୟ ଘର । ଓଡିଶା  ହକି ପାଇଁ ଯେଉଁ ପ୍ରୋତ୍ସାହନ ଦେଇଛି, ତାହା ଆଜି ସମସ୍ତଙ୍କ ପାଇଁ ଉଦାହରଣ ହୋଇଛି । ଭୁବନେଶ୍ବର ଓ ରାଉରକେଲାରେ ଆମକୁ ଯେଉଁ ସ୍ନେହଶ୍ରଦ୍ଧା ମିଳୁଛି, ତାହା ଆଉ କେଉଁଠି ମିଳେ ନାହିଁ ବୋଲି ସେ କହିଥିଲେ । ଏହି ସମ୍ବର୍ଦ୍ଧନା ସଭାରେ ଭାରତୀୟ ଦଳର ଉପସ୍ଥିତ ଥିବା ଖେଳାଳୀମାନେ ହେଲେ, କ୍ୟାପଟେନ୍‌ ହରମନ୍‌ପ୍ରୀତ୍ ସିଂହ, ମନପ୍ରୀତ ସିଂହ, ବିବେକ ସାଗର, ହାର୍ଦ୍ଦିକ ସିଂହ, ସୁଖଜିତ ସିଂହ, ସମଶେର ସିଂହ, ମନଦୀପ ସିଂହ, ଜର୍‌ମନପ୍ରୀତ ସିଂହ, ଗୁରୁଜାନ୍ତ ସିଂହ, ରାଜକୁମାର ପାଲ୍‌, ଲଳିତ କୁମାର ଉପାଧ୍ୟାୟ, ସୁମିତ, ସଂଞ୍ଜୟ, ଅଭିଷେକ, ଅମିତ ରୋହିଦାସ ଏବଂ ପି.ଆର୍‌ ଶ୍ରୀଜେସ୍ । ସେମାନଙ୍କ ସହିତ ୪ ଜଣ ସପୋର୍ଟିଂ ଷ୍ଟାଫ ମଧ୍ୟ ଉପସ୍ଥିତ ଥିଲେ। ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଭାରତୀୟ ହକି ଦଳକୁ ବାଲୁକା କଳାର ଏକ ପୋଟ୍ରେଟ୍‌ ଉପହାର ଦେଇଥିଲେ। ହକି ଇଣ୍ଡିଆ ତରଫରୁ ମଧ୍ୟ ଶ୍ରୀ ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ।

କାର୍ଯ୍ୟକ୍ରମରେ କ୍ରୀଡା ଓ ଯୁବସେବା ବିଭାଗର ପ୍ରମୁଖ ଶାସନ ସଚିବ ଭାସ୍କରଜ୍ୟୋତି ଶର୍ମା ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଉପ-ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କୀ ଏବଂ ବିଭିନ୍ନ ବିଭାଗର ଉଚ୍ଚପଦସ୍ଥ ଅଧିକାରୀ ଓ କ୍ରୀଡାବିତ୍‌ମାନେ ଉପସ୍ଥିତ ଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.