ପ୍ରମୁଖ ଖବର
  • ଖୋର୍ଦ୍ଧା: ବେଗୁନିଆ ଥାନା ଅନ୍ତର୍ଗତ ଧଳାପଥର ବଜାରରେ ବାଇକକୁ ପିଟିଲା କାର, ଜଣେ ମୃତ ଓ ୫ ଗୁରୁତର
  • ||
  • କଟକରେ ବେଆଇନ ଗୁଟ୍‌ଖା କାରଖାନା ଠାବ: ଲକ୍ଷାଧିକ ଟଙ୍କାର କଞ୍ଚାମାଲ୍‌ ଜବତ, ମାଲିକ ସହ କର୍ମଚାରୀ ଗିରଫ
  • ||
  • ବରେଲି: ହାଇୱେରେ ଟ୍ରକକୁ ଧକ୍କା ଦେବା ପରେ ଜଳିଗଲା କାର୍, ଜିଅନ୍ତା ଜଳିଗଲେ ୮ ବରଯାତ୍ରୀ
  • ||
  • ମଦ ବ୍ୟବସାୟୀଙ୍କ ଘରେ ଆୟକର ଚଢ଼ଉ ଘଟଣା: ୪ ଦିନର ଚଢ଼ାଉରେ ଗଣା ସରିଲା ୧୮୮ କୋଟି, ବଳକା ଟଙ୍କା ଗଣିବାକୁ ଲାଗିବ ଆଉ ୨ ଦିନ
  • ||
  • ଆଜି ଦକ୍ଷିଣ ଆଫ୍ରିକା ଓ ଭାରତ ମଧ୍ୟରେ ପ୍ରଥମ ଟି-ଟ୍ୱେଣ୍ଟି ମୁକାବିଲା, ବିସ୍ଫୋରକ ବ୍ୟାଟିଂ ଉପରେ ଟିମ୍‌ ଇଣ୍ଡିଆର ଫୋକସ୍‌
  • ||
  • ଭୁବନେଶ୍ୱର: ରାଜ୍ୟରେ ବଦଳିଲା ପାଗ, ଖସିଲା ତାପମାତ୍ରା: ଆସନ୍ତା ୨ ଦିନରେ ୨ ଡିଗ୍ରୀ ଖସିବ ରାତି ପାରଦ
  • ||

ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା, ୩ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର,୦୬/୧୧: ଦକ୍ଷିଣ ଓଡ଼ିଶାରେ ବର୍ଷା ହେବ । ୭ ତାରିଖ ଯାଏ ବିଭିନ୍ନ ସ୍ଥାନରେ ବର୍ଷିବ । ଅନେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି ବି ହୋଇପାରେ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ପୂର୍ବାନୁମାନ କରିଛି । 

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ବର୍ଷା ହେଉଛି । ମାଲକାନଗିରିର କୋରୁକୁଣାରେ ଆଜି ୬୦ମିମି  ବର୍ଷା ହୋଇଛି । କୋରାପୁଟରେ ୫୩, ରେଢ଼ାଖୋଲରେ ୩୯, କନ୍ଧମାଳ  କୋଟଗଡ଼ରେ ୩୮, ଯାଜପୁରରେ ୩୫.୫, ନୟାଗଡ଼ ଭାପୁରରେ ୩୪ମିମି ବର୍ଷା  ହୋଇଛି । ରବିବାର ଟିଟିଲାଗଡ଼ରେ ସର୍ବାଧିକ ୩୫.୫ ମିମି ବର୍ଷା ରେକର୍ଡ ହୋଇଛି । 

୬ ତାରିଖରେ ଦକ୍ଷିଣ ଉପକୂଳ ଓଡ଼ିଶା, କୋରାପୁଟ, ମାଲକାନଗିରି, ରାୟଗଡ଼ା ଜିଲ୍ଲାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ୭ରେ ଗଜପତି,  ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ  ଧରଣର ବର୍ଷା ହୋଇପାରେ । ଆଗାମୀ ୨ ଦିନ ଯାଏ ରାତି ତାପମାତ୍ରାରେ  ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ । ଏହାପରେ ରାତି ତାପମାତ୍ରା ତଳକୁ  ଖସିବ ବୋଲି ଆକଳନ କରାଯାଇଛି ।

  • prameyanews
  • PrameyaOdia
  • prameya
  • Weather update
  • Copyright © 2022 - Summa Real Media Private Limited. All Rights Reserved.