ଭୁବନେଶ୍ୱର,୦୬/୦୨: ରାଜ୍ୟର ତୋଡ ଦେଖାଇଲାଣି ତାତି । ୧୦ ସହରରେ ତାତି ୩୫ ଡିଗ୍ରୀ ସେଲସିୟସ୍‌ ଟପିଛି । ଆସନ୍ତା ୪ରୁ ୫ ଦିନ ଯାଏ  ଦିନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବନି ବୋଲି ଭାରତୀୟ ପାଣିପାଗ  ବିଭାଗ ପୂର୍ବାନୁମାନ କରିଛି । 

୬ ତାରିଖରେ ଭଦ୍ରକ, ଜଗତ୍‌ସିଂହପୁର, ଯାଜପୁର,  କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ନୟାଗଡ଼, ଅନୁଗୁଳ ଓ ଢ଼େଙ୍କାନାଳରେ ଘନ କୁହୁଡ଼ି ଦୃଶ୍ୟମାନ ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ୭ ତାରିଖରେ  କଟକ, ଖୋର୍ଦ୍ଧା, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ନୟାଗଡ଼ ଓ ଗଞ୍ଜାମରେ ଘନ କୁହୁଡ଼ି  ଦେଖାଯିବ ବୋଲି ପୂର୍ବାନୁମାନ କରାଯାଇଛି । 

ବୁଧବାର ମାଲକାନଗିରି  ଓ ବଲାଙ୍ଗିରରେ ତାତି ସବୁଠୁ ଅଧିକ ୩୬ ଡିଗ୍ରୀ ରେକର୍ଡ ହୋଇଛି । ସମ୍ବଲପୁର,  ହୀରାକୁଦ ଓ ଝାରସୁଗୁଡ଼ାରେ ୩୫.୯, ଭବାନୀପାଟଣା ଓ ସୁନ୍ଦରଗଡ଼ରେ  ୩୫.୫, ସୋନପୁରରେ ୩୫.୨, ଅନୁଗୁଳରେ ୩୫.୧ ଓ ପାରଳାଖେମୁଣ୍ଡିରେ  ୩୫ ଡିଗ୍ରୀ ରେକର୍ଡ ହୋଇଛି । ଭୁବନେଶ୍ୱର, ତାଳଚେର ଓ ବୌଦ୍ଧରେ ୩୩.୮,  କୋରାପୁଟରେ ୩୩.୨, ଫୁଲବାଣୀରେ ୩୨.୯, ଯାଜପୁରରେ ୩୨.୮, ବାରିପଦାରେ  ୩୨.୬, ଛତ୍ରପୁରରେ ୩୨.୭, କେନ୍ଦୁଝରରେ ୩୨.୩, କଟକ ଓ ପୁରୀରେ ୩୧.୮,  ଦାରିଙ୍ଗିବାଡ଼ିରେ ୩୧.୫ଡିଗ୍ରୀ ରେକର୍ଡ ହୋଇଛି।