ଭୁବନେଶ୍ୱର ୧୭/୦୬: ଦେଶର ଉଭୟ ପଶ୍ଚିମ ଏବଂ ପୂର୍ବ ଭାଗରେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଯୋଗୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି। ଆଗକୁ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ରହିଛି।
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସକାଳ ସାଢ଼େ ୫ଟାରେ ଦକ୍ଷିଣ-ପଶ୍ଚିମ ବାଂଲାଦେଶ ପାର୍ଶ୍ଵବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ୨୪ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହେବା ସହ ଉତ୍ତର-ପଶ୍ଚିମ ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି। ଲଘୁଚାପ ଯୋଗୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ଯୋଡ଼ା #ଲଘୁଚାପ ପ୍ରଭାବରେ #ମୌସୁମୀ ସକ୍ରିୟ!!
— usd (@usd0705) June 17, 2025
ଦେଶର ଉଭୟ ପଶ୍ଚିମ ଏବଂ ପୂର୍ବ ଭାଗରେ #ଦୁଇଗୋଟି #ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି l
ପଶ୍ଚିମ ଭାଗରେ ଲଘୁଚାପଟି ଦକ୍ଷିଣ ଗୁଜରାଟ ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳ ଏବଂ ପୂର୍ବ ଭାଗରେ ଦକ୍ଷିଣପଶ୍ଚିମ ବାଂଲାଦେଶ ପାର୍ଶ୍ଵବର୍ତ୍ତୀ ଗାଙ୍ଗେୟ ପଶ୍ଚିମ ବଙ୍ଗ ଉପତ୍ୟାକା ରେ ସୃଷ୍ଟି ହୋଇଛି l pic.twitter.com/EYQ02i1Y9F
ସେହିଭଳି ଦେଶର ପଶ୍ଚିମ ଭାଗରେ ମଧ୍ୟ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଦକ୍ଷିଣ ଗୁଜରାଟ ଏବଂ ତା’ର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ରହିଛି ।
ଏପଟେ ମଙ୍ଗଳବାର ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଝାରସୁଗୁଡ଼ା, ଦେବଗଡ଼, ବାଲେଶ୍ୱର, ଯାଜପୁର, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ ଓ ବରଗଡ଼ର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ । କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ପବନ ଆଶଙ୍କା ରହିଛି । ୧୮ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ କେନ୍ଦୁଝର ଏବଂ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହୋଇପାରେ । ୧୯ରୁ ବର୍ଷା ପରିମାଣ କମିପାରେ ।