ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ରାଜ୍ୟରେ ଉପରମୁହାଁ ପାରଦ, ଆଭ୍ୟନ୍ତରୀଣ ଓଡ଼ିଶାରେ ୩ରୁ ୫ ଡିଗ୍ରୀ ବଢ଼ିବ: ସବୁ ଜିଲ୍ଲାପାଳଙ୍କୁ ସତର୍କ କଲେ ଏସ୍‌ଆରସି

Published By : Prameya | March 10, 2025 7:45 AM

ଭୁବନେଶ୍ୱର,୧୦/୦୩:  ସୋମବାରଠାରୁ ରାଜ୍ୟରେ ତାତି ବଢ଼ିବ ।  ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା  ୩ରୁ ୫ ଡିଗ୍ରୀ ସେଲସିୟସ୍‌ ବଢ଼ିପାରେ । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର,  ସୋନପୁର, ବୌଦ୍ଧ ଓ ବଲାଙ୍ଗୀରରେ ତାତି  ୪୦ ଡିଗ୍ରୀ ଟପିବ ବୋଲି ପାଣିପାଗ ବିଭାଗ  ପୂର୍ବାନୁମାନ କରିଛି । ଏହାକୁ ନେଇ ସବୁ  ଜିଲ୍ଲାପାଳଙ୍କୁ ସତର୍କ କରାଇଛନ୍ତି ସ୍ୱତନ୍ତ୍ର  ରିଲିଫ କମିଶନର(ଏସ୍‌ଆରସି) । 

ରବିବାର ବୌଦ୍ଧ ସବୁଠୁ ତତଲା  ପାଲଟିଥିଲା । ଏଠାରେ ଦିନ ତାପମାତ୍ରା  ୩୮.୫ ଡିଗ୍ରୀ ରେକର୍ଡ ହୋଇଥିଲା ।  ଟିଟିଲାଗଡ଼ରେ ୩୮, ଝାରସୁଗୁଡ଼ା ଓ  ବଲାଙ୍ଗୀରରେ ୩୭.୪, ସୋନପୁରରେ  ୩୭.୨, ଭବାନୀପାଟଣାରେ ୩୭  ଡିଗ୍ରୀ ରେକର୍ଡ ହୋଇଛି । ରାଜଧାନୀ ଭୁବନେଶ୍ୱରରେ ୩୪ଡିଗ୍ରୀ ଓ କଟକରେ  ୩୩ ଡିଗ୍ରୀ ରହିଥିଲା । 

ଆସନ୍ତା ୪ରୁ ୫ ଦିନ ଯାଏ ଦିନବେଳା  ତାତି କ୍ରମଶଃ ୩ରୁ ୫ଡିଗ୍ରୀ ବଢ଼ିପାରେ  ବୋଲି ଆକଳନ କରାଯାଇଛି । ସେହିଭଳି  ରାତି ତାପମାତ୍ରା ବି ୨ରୁ ୪ ଡିଗ୍ରୀ  ବଢ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ  କୁହାଯାଇଛି । ସବୁ ଜିଲ୍ଲାପାଳଙ୍କୁ ସତର୍କ  କରାଇବା ସହ ଗ୍ରୀଷ୍ମ ପ୍ରବାହର ମୁକାବିଲା  ପାଇଁ ପ୍ରସ୍ତୁତ୍‌ ରହିବାକୁ ଏସ୍‌ଆରସି  ନିର୍ଦ୍ଦେଶ ଦେଇଛନ୍ତି । ବରିଷ୍ଠ ନାଗରିକ,  ଶିଶୁ ଓ ଅସୁସ୍ଥ ବ୍ୟକ୍ତି ଖରାରେ ବାହାରକୁ  ନ ବାହାରିବାକୁ ପରାମର୍ଶ ଦିଆଯାଇଛି ।  

୧୦ ତାରିଖରେ ସମ୍ବଲପୁର,  ସୋନପୁର, ଟିଟିଲାଗଡ଼, ଭବାନୀପାଟଣାରେ  ତାତି ୪୦ ଡିଗ୍ରୀ ରହିବ । ସୁନ୍ଦରଗଡ଼ ଓ  ଝାରସୁଗୁଡ଼ାରେ ୩୯ ଡିଗ୍ରୀ, ନୂଆପଡ଼ା,  ରାଉରକେଲା, ସୁନ୍ଦରଗଡ଼ ଓ ମାଲକାନଗିରି,  ବାରିପଦା ଓ ପାରଳାଖେମୁଣ୍ଡିରେ ୩୮,  ଫୁଲବାଣୀରେ ୩୭ ଡିଗ୍ରୀ ରହିବ ବୋଲି  ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । 

୧୧ ତାରିଖ(ମଙ୍ଗଳବାର)  ବରଗଡ଼, ସୋନପୁର, ବଲାଙ୍ଗୀର, ବୌଦ୍ଧ, ଟିଟିଲାଗଡ଼ରେ  ତାତି ୪୧ ଡିଗ୍ରୀ ଛୁଇଁବ । ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ  ୪୦ଡିଗ୍ରୀ, ଢେଙ୍କାନାଳ, ସମ୍ବଲପୁର, ରାଉରକେଲା ଓ  ନୂଆପଡ଼ା, ପାରଳାଖେମୁଣ୍ଡିରେ ତାପମାତ୍ରା ୩୯ଡିଗ୍ରୀ  ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ୧୨  ତାରିଖରେ ଅଧିକାଂଶ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ  ଉପରେ ରହିବ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.