ପ୍ରମୂଖ ଖବର
  • ପୁରୀ ଶରଧାବାଲି ଦଳାଚକଟା ଘଟଣା : ମୁଖ୍ୟମନ୍ତ୍ରୀଙ୍କୁ ତଦନ୍ତ ରିପୋର୍ଟ ଦେଲେ ଉନ୍ନୟନ କମିଶନର
  • ||
  • ଟ୍ରମ୍ପଙ୍କ ‘ଭାରତର ମୃତ ଅର୍ଥନୀତି’ ମନ୍ତବ୍ୟକୁ ସମର୍ଥନ କଲେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ
  • ||
  • ରାଜ୍ୟରେ ଆଗାମୀ ୨ ଦିନ ପ୍ରବଳ ବର୍ଷା ସମ୍ଭାବନା, ୨୦ ଜିଲ୍ଲା ଆଲର୍ଟ ଜାରି
  • ||
  • ଶରଧାବାଲି ଦଳାଚକଟା ଘଟଣା, ମୁଖ୍ୟମନ୍ତ୍ରୀ ରିପୋର୍ଟ ପ୍ରଦାନ କଲେ ଉନ୍ନୟନ କମିଶନ, ଖୁବ୍‌ଶୀଘ୍ର ସାମ୍ନାକୁ ଆସିବ ଅସଲ କାରଣ
  • ||
  • କଳାହାଣ୍ଡି : ନୂତନ ଧାନ ମଣ୍ଡିକୁ ବିରୋଧ; ତହସିଲଦାରଙ୍କୁ ଦାବିପତ୍ର ଦେଲେ ଶିଉନି ଗ୍ରାମବାସୀ
  • ||
  • ଜୟପୁରରେ ସୁଭଦ୍ରାର ତୃତୀୟ କିସ୍ତି ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ, କୋଟିଏରୁ ଊର୍ଦ୍ଧ୍ବ ହିତାଧିକାରୀଙ୍କ ଖାତାକୁ ଯିବ ଟଙ୍କା
  • ||
  • ମାଲେଗାଓଁ ବିସ୍ଫୋରଣ ମାମଲା : ସାଧ୍ଵୀ ପ୍ରଜ୍ଞାଙ୍କ ସମେତ ସମସ୍ତ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ, ଏନଆଇଏ କୋର୍ଟଙ୍କ ନିଷ୍ପତ୍ତି
  • ||
  • ହାତୀ ଆକ୍ରମଣରେ ୩ ମୃତ୍ୟୁ ଘଟଣା : ମୃତକଙ୍କ ପରିବାରକୁ ମିଳିବ କ୍ଷତିପୂରଣ, କାର୍ଯ୍ୟରେ ଅବହେଳା ଅଭିଯୋଗରେ ୨ ନିଲମ୍ବିତ
  • ||
  • ଆମେରିକାରେ ଏଫ୍-୩୫ ଯୁଦ୍ଧ ବିମାନ କ୍ରାସ୍, ପାରାସୁଟରେ ବାହାରି ଅଳ୍ପକେ ଜୀବନ ବଞ୍ଚାଇଲେ ଫାଇଲଟ୍
  • ||
  • ଢେଙ୍କାନାଳରେ ହାତୀ ଆତଙ୍କ; ଦେଢଶୂର ଓ ଭାଇବୋହୂ ସମେତ ୩ଙ୍କୁ ଦଳିଦେଲା ଦନ୍ତା
  • ||
  • ଆଜି ବସିବ କେନ୍ଦ୍ର କ୍ୟାବିନେଟ୍ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଉଚ୍ଚ ଶିକ୍ଷା ବିଭାଗର କଡ଼ା ନିର୍ଦ୍ଦେଶ, ଏଣିକି ସି ବକ୍ସ ପୋର୍ଟାଲରେ ଅପଲୋଡ୍‌ ହେବ ଯୌନ ନିର୍ଯାତନା ଅଭିଯୋଗ
  • ||
  • ଗୁରୁବାରଠୁ ଇଣ୍ଡିଆ- ଇଂଲଣ୍ଡ ପଞ୍ଚମ ଟେଷ୍ଟ, ସିରିଜ ବରାବର ପାଇଁ ଶେଷ ସୁଯୋଗ, ଅର୍ଶଦୀପ କରିପାରନ୍ତି ପଦାର୍ପଣ, ଫେରିବେ ଆକାଶଦୀପ
  • ||

ରାଜ୍ୟରେ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ଓ ବର୍ଷା ସମ୍ଭାବନା, ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ

Published By : Manoj | July 31, 2025 7:24 AM

ଭୁବନେଶ୍ୱର,୩୧/୦୭: ରାଜ୍ୟରେ ବର୍ଷା ଲାଗି ରହିଛି । ଅଧିକାଂଶ  ସ୍ଥାନରେ ସ୍ୱାଭାବିକ ପରିମାଣର ବର୍ଷା ହୋଇଛି । ୭ ଜିଲ୍ଲାରେ ଅତ୍ୟଧିକ ବର୍ଷା  ହୋଇଛି । କିନ୍ତୁ ୪ଟି ଜିଲ୍ଲାରେ ବର୍ଷା ଏବେ ବି ନିଅଣ୍ଟିଆ ରହିଛି । ପୁରୀ, ଗଞ୍ଜାମ, ଗଜପତି ଓ କଳାହାଣ୍ଡିରେ ନିଅଣ୍ଟିଆ ବର୍ଷା ହୋଇଛି। ପୁରୀରେ  ୩୪%, ଗଞ୍ଜାମରେ ୨୪%, କଳାହାଣ୍ଡିରେ ୨୦% ଓ ଗଜପତିରେ ୩% ନିଅଣ୍ଟିଆ  ବର୍ଷା ହୋଇଛି । 

୭ ଜିଲ୍ଲାରେ ଅତ୍ୟଧିକ ବର୍ଷା ହୋଇଛି । ମୟୂରଭଞ୍ଜ ଓ  କେନ୍ଦୁଝରରେ ୪୯% ବର୍ଷା ହୋଇଥିବା ବେଳେ ଦେବଗଡ଼ରେ ୪୮%, ବୌଦ୍ଧରେ  ୩୮%, ଝାରସୁଗୁଡ଼ା ଓ ସୋନପୁରରେ ୩୧%, ସମ୍ବଲପୁରରେ ୨୪% ବର୍ଷା  ହୋଇଛି । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ  ଏବଂ ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ  ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ସୋଆ ଜଳବାୟୁ ଓ ପାଣିପାଗ  କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ କହିଛନ୍ତି । 

ଗୁରୁବାର ୩ଟି ଜିଲ୍ଲାରେ ଅଧିକ  ବର୍ଷା ସମ୍ଭାବନା ଅଛି । ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା  ହୋଇପାରେ । ସେହିଭଳି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଘଡ଼ଘଡ଼ି ଓ  ବର୍ଷା ସହିତ ୩୦ରୁ ୪୦ କିମି ବେଗରେ ପବନ ବୋହିପାରେ ବୋଲି ପାଣିପାଗ  ବିଭାଗ ପୂର୍ବାନୁମାନ କରିଛି  । 

ବୁଧବାର ଭଦ୍ରକରେ ସର୍ବାଧିକ ୪୩ମିମି ବର୍ଷା  ହୋଇଛି । ଚାନ୍ଦବାଲିରେ ୨୪.୪ମିମି, ଯାଜପୁରରେ ୨୫, କେନ୍ଦୁଝରରେ ୮.୮, କେନ୍ଦ୍ରାପଡ଼ାରେ ୬ମିମି ଓ ବାରିପଦାରେ ୫.୮ ମିମି ବର୍ଷା ହୋଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.