ଭୁବନେଶ୍ୱର,୨୯/୦୭: ମଙ୍ଗଳବାର କାଁ ଭାଁ କିଛି ସ୍ଥାନରେ ବର୍ଷା ହୋଇପାରେ । ମୟୂରଭଞ୍ଜରେ ଅଧିକ ବର୍ଷା ସମ୍ଭାବନା ଅଛି । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।
Warnings over the State.
— Meteorological Centre, Bhubaneswar (@mcbbsr) July 28, 2025
Day-1 : Thunderstorm/Lightning & Gusty Surface Wind warnings
Day-2 : Heavy Rainfall with Thunderstorm/Lightning & Gusty Surface Wind warnings.
Day-3 to Day-5 : No warning.#thunderstorm #Odisha #heavyrain #WeatherUpdate pic.twitter.com/v7dWlxhEe9
ମଙ୍ଗଳବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ୩୦ ତାରିଖରୁ ରାଜ୍ୟରେ ବର୍ଷା କମିବ । କ୍ୱଚିତ୍ କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।