ଭୁବନେଶ୍ୱର,୨୯/୦୭: ମଙ୍ଗଳବାର  କାଁ ଭାଁ କିଛି ସ୍ଥାନରେ ବର୍ଷା ହୋଇପାରେ ।  ମୟୂରଭଞ୍ଜରେ ଅଧିକ ବର୍ଷା ସମ୍ଭାବନା ଅଛି । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର  ଅନେକ ସ୍ଥାନରେ ବର୍ଷା ହୋଇପାରେ ବୋଲି  ପାଣିପାଗ ବିଭାଗ ଆକଳନ କରିଛି । 

ମଙ୍ଗଳବାର ସୁନ୍ଦରଗଡ଼, ଝାରସୁଗୁଡ଼ା,  ବରଗଡ଼, ସମ୍ବଲପୁର, ଦେବଗଡ଼,  ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର,  ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା,  ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ  ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ୩୦  ତାରିଖରୁ ରାଜ୍ୟରେ ବର୍ଷା କମିବ । କ୍ୱଚିତ୍‌  କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି  ପାଣିପାଗ ବିଭାଗ ଆକଳନ କରିଛି ।