ପ୍ରମୂଖ ଖବର
  • ବୟକଟ୍ ଇଣ୍ଡିଆରୁ ୱେଲକମ୍ ମୋଦି, ମାଳଦ୍ଵୀପ ବିମାନ ବନ୍ଦରରେ ମୋଦିଙ୍କୁ ସ୍ଵାଗତ କଲେ ମୁଇଜ୍ଜୁ
  • ||
  • ଉପରାଷ୍ଟ୍ରପତି ନିର୍ବାଚନ ପ୍ରକ୍ରିୟା ଆରମ୍ଭ : ରିଟର୍ଣ୍ଣିଂ ଏବଂ ଆସିଷ୍ଟାଣ୍ଟ ରିଟର୍ଣ୍ଣିଂ ଅଫିସରଙ୍କୁ ନିଯୁକ୍ତ କଲେ ନିର୍ବାଚନ ଆୟୋଗ
  • ||
  • ଅଶ୍ଳୀଳ କଣ୍ଟେଣ୍ଟ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ : ୨୫ ଭିଡିଓ ପ୍ଲାଟଫର୍ମକୁ ବ୍ୟାନ୍ କଲେ କେନ୍ଦ୍ର ସରକାର
  • ||
  • ବଳଙ୍ଗା ନାବାଳିକା ପୋଡ଼ି ଘଟଣାରେ ନୂଆ ଟୁଇଷ୍ଟ, ପୀଡ଼ିତାଙ୍କ ସାଙ୍ଗ କିଣିଥିଲେ ରୁପା ମୁଦି
  • ||
  • ଖୋଲିଲା ହୀରାକୁଦ ଡ୍ୟାମ୍‌ର ଆଉ ୪ଟି ଗେଟ୍‌, ବାମ ପାର୍ଶ୍ୱରେ ୮ଟି ଏବଂ ଡାହାଣ ପାର୍ଶ୍ୱରେ ୪ଟି ଗେଟ୍ ଦେଇ ଜଳ ନିଷ୍କାସିତ
  • ||
  • ଜୟପୁର: ଭିଜିଲାନ୍ସ ପଞ୍ଝାରେ ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ, ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ୬ଟି ସ୍ଥାନରେ ରେଡ୍
  • ||
  • ବିକାଶ ହେବ ୬ ବୟନଶିଳ୍ପ ପାର୍କ, ଆଜି ‘ଓଡ଼ିଶା ଟେକ୍ସ ୨୦୨୫’କୁ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • କାମ୍ବୋଡିଆ-ଥାଇଲାଣ୍ଡ ଭୟଙ୍କର ଯୁଦ୍ଧ, ଆକାଶରୁ ବର୍ଷୁଛି ବୋମା, ଗୁଳିମାଡ଼ରେ ୧୩ ଥାଇ ନାଗରିକଙ୍କ ମୃତ୍ୟୁ
  • ||
  • ଭାରତ-ବ୍ରିଟେନ୍‌ ମୁକ୍ତ ବାଣିଜ୍ୟ ରାଜିନାମା ସ୍ୱାକ୍ଷର, ଶସ୍ତା ହେବ ବ୍ରିଟେନ୍‌ ହ୍ୱିସ୍କି, କାର୍‌, ସଫ୍ଟଡ୍ରିଙ୍କ, ଫୁଟ୍‌ୱେର୍‌
  • ||
  • ମଣିପୁରରେ ଆଉ ୬ ମାସ ବଢ଼ିଲା ରାଷ୍ଟ୍ରପତି ଶାସନ, ସଂସଦରେ ପ୍ରସ୍ତାବକୁ ମଞ୍ଜୁରୀ, ଅଗଷ୍ଟ ୧୩ରୁ ଲାଗୁ
  • ||
  • ଅବପାତ ରୂପ ନେବ ଲଘୁଚାପ, ୩୦ ଯାଏ ପ୍ରବଳ ବର୍ଷିବ, ସମୁଦ୍ର ଅଶାନ୍ତରୁ ଥିବାରୁ ମତ୍ସ୍ୟଜୀବୀଙ୍କୁ ବାରଣ
  • ||

ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ, ୩ ଦିନ ପ୍ରବଳ ବର୍ଷିବ: ୪ ଜିଲ୍ଲାକୁ ଅରେଞ୍ଜ, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

Published By : Prameya | July 24, 2025 7:35 AM

ଭୁବନେଶ୍ୱର,୨୪/୦୭:  ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ  ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଗୁରୁବାର  ଉତ୍ତର ବଙ୍ଗୋପସାଗରରେ ଲଘୁଚାପ  ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ  ଆସନ୍ତା ଦୁଇ ଦିନ ରାଜ୍ୟରେ ପ୍ରବଳ  ବର୍ଷା ହେବ । କିଛି ସ୍ଥାନରେ ଅତିପ୍ରବଳ  ବର୍ଷା ହେବ । ପାଣିପାଗ ବିଭାଗ  (ଆଇଏମ୍‌ଡି) ଏହି ପୂର୍ବାନୁମାନ କରିଛି । 

ଗୁରୁବାର ମୟୂରଭଞ୍ଜ, କେନ୍ଦୁଝର,  ମାଲକାନଗିରି ଓ କୋରାପୁଟରେ  ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା  ଅଛି । ଏହି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ସୁନ୍ଦରଗଡ଼,  ଦେବଗଡ଼, ବାଲେଶ୍ୱର, ଭଦ୍ରକ,  କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ  ଓ ଅନୁଗୁଳରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ । ଉପକୂଳ ଓଡ଼ିଶା ଓ  ଦକ୍ଷିଣ ଓଡ଼ିଶାର ଗୋଟିଏ ବା ଦୁଇଟି  ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା  ସମ୍ଭାବନା ଅଛି।

ଶୁକ୍ରବାର (୨୫ ତାରିଖ) ମୟୂରଭଞ୍ଜ ଓ କେନ୍ଦୁଝରରେ  ଅତି ଭୀଷଣ ବର୍ଷା ହୋଇପାରେ । ଏହି ଦୁଇ ଜିଲ୍ଲାକୁ  ରେଡ୍‌ ୱାର୍ଣ୍ଣିଂ ଦିଆଯାଇଛି । ବାଲେଶ୍ୱର, ଭଦ୍ରକ,  ଯାଜପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦ୍ରାପଡ଼ା,  ଜଗତସିଂହପୁର ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ପାଇଁ  ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଆଭ୍ୟନ୍ତରୀଣ ଓଡ଼ିଶାର  ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆକଳନ  କରାଯାଇଛି । ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି  ସହ ବର୍ଷା ହୋଇପାରେ ।

 ଶନିବାର (୨୬ ତାରିଖ) ମୟୂରଭଞ୍ଜ, କେନ୍ଦୁଝର  ଓ ସୁନ୍ଦରଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା  ଅଛି । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି  ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୨୭ ତାରିଖରେ  ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ଭାରି ବର୍ଷା ଆଶଙ୍କା  ଅଛି । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ  ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି  ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି । 

ବୁଧବାର ଭୁବନେଶ୍ୱରରେ ପ୍ରବଳ ବର୍ଷା  ହୋଇଛି । ଦାରିଙ୍ଗିବାଡ଼ିରେ ୬୨ମିମି, ଛତ୍ରପୁରରେ  ୪୨.୬, ଖୋର୍ଦ୍ଧାରେ ୨୧, ପାରଳାଖେମୁଣ୍ଡିରେ ୨୦.୪,  ରାୟଗଡ଼ାରେ ୧୭.୪, ପୁରୀରେ ୧୧.୮, କଟକ  ଓ ଗୋପାଳପୁରରେ ୫.୨, ଟିଟିଲାଗଡ଼ରେ ୫,  ମାଲକାନଗିରିରେ ୩.୨ମିମି ବର୍ଷା ରେକର୍ଡ ହୋଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.