ଭୁବନେଶ୍ୱର,୦୯/୧୦: ଗୁରୁବାର  ଉପକୂଳ ଓଡ଼ିଶାରେ ଭାରି ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ାରେ  ଅଧିକ ବର୍ଷା ସମ୍ଭାବନା ଅଛି । ଉପକୂଳ ଓଡ଼ିଶାର ଅନ୍ୟ ସ୍ଥାନରେ  ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୯ରୁ ୧୧ ତାରିଖ ଯାଏ ରାଜ୍ୟର  ବିକ୍ଷିପ୍ତ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭାରତୀୟ  ପାଣିପାଗ ବିଭାଗ(ଆଇଏମ୍‌ଡି) ଆକଳନ କରିଛି । ଯାଜପୁର, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼,  ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ  ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

ସେହିଭଳି ୧୦ ତାରିଖରେ  ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ  ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହା ପ୍ରଭାବରେ  ଶୁକ୍ରବାର ଗଞ୍ଜାମ ଓ ଗଜପତିରେ ଭାରୀ ବର୍ଷା ହୋଇପାରେ ।  ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା  ସମ୍ଭାବନା ଅଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା,  କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ଼,  ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ,  ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ,  ନୂଆପଡ଼ା ସମେତ ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ୧୧ରେ  ମଧ୍ୟ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି  ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ  କରିଛି ।

ବୁଧବାର ଭୁବନେଶ୍ୱରରେ ସର୍ବାଧିକ ୪୦.୯ ମିମି ବର୍ଷା  ହୋଇଛି । ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାରେ ମଧ୍ୟାହ୍ନରୁ ନେଇ ଅପରାହ୍ନ ଯାଏ ଘନଘନ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଛି ।