ପ୍ରମୂଖ ଖବର
  • ଏସଆଇଆର ଲଢେଇ, ନିର୍ବାଚନ କମିଶନଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବ ଆଣିପାରେ ବିରୋଧୀ
  • ||
  • ବିଜାପୁର ଜିଲ୍ଲାରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ : ଜଣେ ଡିଆରଜି ଯବାନ ସହିଦ, ୩ ଗୁରୁତର
  • ||
  • ଭିଜିଲାନ୍ସ ଜାଲରେ ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରା,ଏକକାଳୀନ ୮ ସ୍ଥାନରେ ଚାଲିଛି ଚଢ଼ାଉ
  • ||
  • ମୋହନା : ବିଷାକ୍ତ ଛତୁ ଖାଇ ଦୁଇ ପରିବାରର ୮ ସଦସ୍ୟ ଗୁରୁତର
  • ||
  • ତାମିଲନାଡୁ କପଡ଼ା ଶିଳ୍ପକୁ ଟ୍ରମ୍ପ ଟାରିଫ୍‌ ଝଟକା, ୨୦ ହଜାର ଫ୍ୟାକ୍ଟ୍ରିରେ ୩୦ ଲକ୍ଷ ଛଟେଇ ଆଶଙ୍କା
  • ||
  • ଏସିଆ କପ୍ ପାଇଁ ପାକିସ୍ତାନ ଦଳ ଘୋଷଣା, ବାବର-ରିଜୱାନ ବାଦ୍, ସେପ୍ଟେମ୍ୱର ୯ରୁ ଆରମ୍ଭ ହେବ ଟୁର୍ଣ୍ଣାମେଣ୍ଟ
  • ||
  • ବ୍ରହ୍ମପୁର : MKCG ମେଡିକାଲରେ ଅଗ୍ନିକାଣ୍ଡ, ସର୍ଟସର୍କିଟ୍‌ରୁ ମୁଖ୍ୟ ପରୀକ୍ଷାଗାର ସହ ବାୟୋ କେମିକାଲ୍ ସେକ୍ସନରେ ଲାଗିଲା ନିଆଁ
  • ||
  • ନାଇଜେରିଆରେ ଭୟଙ୍କର ବୋଟ୍ ଟ୍ରାଜେଡି : ମଝି ନଈରେ ଓଲଟିଲା ବୋଟ୍, ୧୦ ଉଦ୍ଧାର ୪୦ ନିଖୋଜ
  • ||
  • ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବଣଭୋଜି ବେଶ, ସନ୍ଧ୍ୟା ଧୂପ ପରେ ହେବ ଅର୍ଘାସୁର ଓ ବକାସୁର ବଦ୍ଧ ନୀତି
  • ||
  • ମାଲକାନଗିରିକୁ ରେଡ୍ ଆଲର୍ଟ, ଆଜି ପାଇଁ ଜିଲ୍ଲାରେ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା କଲେ ଜିଲ୍ଲାପାଳ
  • ||
  • ସୋମବାର ଅବପାତ ରୂପ ନେବ ଲଘୁଚାପ: ଦକ୍ଷିଣ ଓଡ଼ିଶାରେ ଅତି ଭୀଷଣ ବର୍ଷା ସମ୍ଭାବନା, ୩ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ
  • ||

ସୋମବାର ଅବପାତ ରୂପ ନେବ ଲଘୁଚାପ: ଦକ୍ଷିଣ ଓଡ଼ିଶାରେ ଅତି ଭୀଷଣ ବର୍ଷା ସମ୍ଭାବନା,୩ ଜିଲ୍ଲାକୁ ଆଲର୍ଟ

Published By : Manoj | August 18, 2025 7:34 AM

ଭୁବନେଶ୍ୱର,୧୮/୦୮: ସୋମବାର ଦକ୍ଷିଣ ଓଡ଼ିଶାର କିଛି  ଜିଲ୍ଲାରେ ଅତି ଭୀଷଣ ବର୍ଷା ହୋଇପାରେ । କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁରର ବିକ୍ଷିପ୍ତ ସ୍ଥାନରେ ଭୀଷଣରୁ ଅତି ଭୀଷଣ ବର୍ଷା ହେବ ବୋଲି ପାଣିପାଗ  ବିଭାଗ ସତର୍କ କରାଇଛି ।ଏହି ତିନି ଜିଲ୍ଲା  ପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି କରିଛି । 




ପଶ୍ଚିମ କେନ୍ଦ୍ରୀୟ ପାଶ୍ୱର୍ବର୍ତ୍ତୀ ଉତ୍ତର  ପଶ୍ଚିମ ବଙ୍ଗୋପସାଗର ଓ ଏହାକୁ  ଲାଗିଥିବା ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ  ଓଡ଼ିଶା ଉପକୂଳରେ ଥିବା ସମୁଦ୍ର ଉପରେ  ଥିବା ଘୂର୍ଣ୍ଣିବଳୟ ରବିବାର ଅପରାହ୍ନରେ  ଲଘୁଚାପରେ ପରିଣତ ହୋଇଛି । ଏହା  ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୪ ଘଣ୍ଟାରେ ଅବପାତରେ ପରିଣତ  ହେବ ।୧୯ ତାରିଖ(ମଙ୍ଗଳବାର) ସକାଳୁ  ଏହା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ ବୋଲି ପାଣିପାଗ  ବିଭାଗ ପୂର୍ବାନୁମାନ କରିଛି । 

ସୋମବାର କଳାହାଣ୍ଡି, ରାୟଗଡ଼ା ଓ  ଗଜପତିରେ ପ୍ରବଳରୁ ଅତିପ୍ରବଳ ବର୍ଷା  ହୋଇପାରେ । ଗଞ୍ଜାମ, କନ୍ଧମାଳ, ବୌଦ୍ଧ,  ସୋନପୁର, ବଲାଙ୍ଗୀର, ନୂଆପଡ଼ା ଓ  ନବରଙ୍ଗପୁରରେ ପ୍ରବଳ ବର୍ଷା ସମ୍ଭାବନା ଅଛି ।  ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ବହୁ  ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ  ବୋଲି ଆକଳନ କରାଯାଇଛି । ମଙ୍ଗଳବାର  କୋରାପୁଟ, ମାଲକାନଗିରି, ନବରଙ୍ଗପୁର,  କଳାହାଣ୍ଡି, ନୂଆପଡ଼ା ଓ ବଲାଙ୍ଗୀରରେ ପ୍ରବଳ  ବର୍ଷା ସମ୍ଭାବନା ଅଛି । 

ରବିବାର ରାଜ୍ୟର ବିକ୍ଷିପ୍ତ ଅଞ୍ଚଳରେ  ବର୍ଷା ହୋଇଛି । ପାରଳାଖେମୁଣ୍ଡିରେ ୨୦,  ଜଗତସିଂହପୁରରେ ୧୪.୨, ଭବାନୀପାଟଣାରେ ୧୩.୮, ତାଳଚେରରେ ୧୩.୪, ଦାରିଙ୍ଗିବାଡ଼ିରେ  ୧୨, ନୟାଗଡ଼ରେ ୧୦, ଚାନ୍ଦବାଲିରେ ୯.୫  ଓ ବଲାଙ୍ଗୀରରେ ୭.୫ ମିମି ବର୍ଷା ହୋଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.