ଭୁବନେଶ୍ୱର,୦୫/୦୪: ଆସନ୍ତା ୧୦ ତାରିଖ ଯାଏ  ରାଜ୍ୟରେ ହାଲୁକା ବର୍ଷ ସମ୍ଭାବନା ଅଛି । ଶନିବାର ଉପକୂଳ  ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ଓ ଘଡ଼ଘଡ଼ି ହୋଇପାରେ ।  ୩୦ରୁ ୪୦କିମି ବେଗରେ ପବନ ବି ବହିପାରେ ବୋଲି  ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । 

ଶନିବାର ପୁରୀ,  ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ  ଓ ମାଲକାନଗିରିରେ ବର୍ଷା ଓ ଘଡ଼ଘଡ଼ି ଆଶଙ୍କା ଅଛି । ଏହି ସବୁ  ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ରବିବାର ଗଞ୍ଜାମ,  ଗଜପତି ଓ ରାୟଗଡ଼ାରେ ବର୍ଷା ସହିତ ଘଡ଼ଘଡ଼ି ହୋଇପାରେ ।  ୭, ୮, ୯ ଓ ୧୦ ତାରିଖରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାର  କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି ।  

ଶୁକ୍ରବାର ରାଜ୍ୟର ସବୁ ସହରର ତାପମାତ୍ରା ୪୦ ଡିଗ୍ରୀ ତଳେ  ଅଛି । ପାରଳାଖେମୁଣ୍ଡିରେ ଦିନ ତାପମାତ୍ରା ସବୁଠୁ ଅଧିକ  ୩୮.୬ ଡିଗ୍ରୀ ସେଲସିୟସ୍‌ ରେକର୍ଡ ହୋଇଛି ।