ପ୍ରମୂଖ ଖବର
  • ମହାକାଶକୁ ଉଡ଼ାଣ ଭରିବେ ଶୁଭାଂଶୁ ଶୁକ୍ଳା; ୬ ଥର ଘୁଞ୍ଚିଲା ପରେ ଆସନ୍ତାକାଲି ଲଞ୍ଚ ହେବ ଆକ୍ସିଓମ୍‌-୪ ମିଶନ୍
  • ||
  • ଗଞ୍ଜାମ: ୨ ଦଳିତଙ୍କୁ ଲଣ୍ଡା କରି ଆଣ୍ଠେଇ ଚଲାଇବା ମାମଲା, ଘଟଣାସ୍ଥଳକୁ ଯାଇ ଅନୁଧ୍ୟାନ କରିବ କଂଗ୍ରେସର ଫ୍ୟାକ୍ଟ ଫାଇଣ୍ଡିଂ ଟି
  • ||
  • ବୁଧବାର BMC କର୍ପୋରେସନ ବୈଠକ: ଏକାଧିକ ପ୍ରସ୍ତାବରେ ବାଜିବ ମୋହର, ଉଠିବ ଜଳବନ୍ଦୀ ଓ ଡେଙ୍ଗୁ ପ୍ରସଙ୍ଗ
  • ||
  • ପାଟନାରେ ପୂର୍ବାଞ୍ଚଳ ଶକ୍ତି ମନ୍ତ୍ରୀ ସମ୍ମିଳନୀ, ଆଜି ଯୋଗ ଦେବେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ
  • ||
  • ମହାପ୍ରଭୁଙ୍କୁ ଲାଗି ହେବା ପୂର୍ବରୁ ଦଶମୂଳ ମୋଦକ ଚୋରି, ମାରା ମହୌଷଧି ଶ୍ରୀଜିଉଙ୍କୁ ଲାଗି ହେଲା କିପରି ?
  • ||
  • ଗୋପାଳପୁର ଗଣଦୁଷ୍କର୍ମ ମାମଲା, ୬ ଅଭିଯୁକ୍ତଙ୍କୁ ଦିନିକିଆ ରିମାଣ୍ଡରେ ନେବ କ୍ରାଇମ୍‌ବ୍ରାଞ୍ଚ
  • ||
  • କେନ୍ଦୁଝର: ଟ୍ରକ୍ ପଛରେ ପିଟିହେଲା କନ୍ୟାଯାତ୍ରୀ ବସ୍, ଜଣେ ମୃତ ୧୩ ଗୁରୁତର
  • ||
  • ଇରାନ୍-ଇସ୍ରାଏଲ୍ ଯୁଦ୍ଧ ନେଇ ଟ୍ରମ୍ପ୍‌ଙ୍କ ବଡ଼ ଘୋଷଣା, ୧୨ ଦିନ ପରେ ସମ୍ପୂର୍ଣ୍ଣ ଅସ୍ତ୍ରବିରତି ଘୋଷଣା
  • ||
  • ଘୂର୍ଣ୍ଣିବଳୟ ପ୍ରଭାବରେ ଲଗାଣ ବର୍ଷା: ସପ୍ତାହେ ଯାଏ ପ୍ରବଳ ଛେଚିବ,୨୫ରେ ୩ଟି,୨୬ରେ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ଘୂର୍ଣ୍ଣିବଳୟ ପ୍ରଭାବରେ ଲଗାଣ ବର୍ଷା: ସପ୍ତାହେ ଯାଏ ପ୍ରବଳ ଛେଚିବ,୨୫ରେ ୩ଟି,୨୬ରେ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

Published By : Prameya | June 24, 2025 7:52 AM

ଭୁବନେଶ୍ୱର, ୨୪/୦୬: ଆସନ୍ତା ୭ ଦିନ ରାଜ୍ୟରେ  ପ୍ରବଳ ବର୍ଷା ହେବ । କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ  ବର୍ଷା ହୋଇପାରେ । ବିଜୁଳି ଓ ଘଡ଼ଘଡ଼ି ବି ହେବ । ସପ୍ତାହେ ଯାଏ ଲଗାଣ ବର୍ଷା ସ୍ଥିତି ରହିବ । ଆଞ୍ଚଳିକ ପାଣିପାଗ କେନ୍ଦ୍ର  ନିର୍ଦ୍ଦେଶକ ମନୋରମା ମହାନ୍ତି ଏଭଳି ପୂର୍ବାନୁମାନ କରିଛନ୍ତି । 

ଆସନ୍ତା ୨୭ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି)  ମଧ୍ୟ ଆକଳନ କରିଛି । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଆନ୍ଧ୍ରପ୍ରଦେଶ ଉପକୂଳ ଓ ଦକ୍ଷିଣ ଓଡ଼ିଶା ଉପରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ଲଘୁଚାପ ରୂପ ନେଇପାରେ । ଏହା ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା  ହୋଇପାରେ । ସେହିଭଳି ଏକ ଟ୍ରଫଲାଇନ୍‌ ଉତ୍ତରପ୍ରଦେଶର ଦକ୍ଷିଣରୁ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଦେଇ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା  ଯାଏ ଲମ୍ବିଛି । ଏହି ଦୁଇଟି ସିଷ୍ଟମ୍‌ ପ୍ରଭାବରେ ରାଜ୍ୟରେ ଆଗାମୀ ୭ଦିନ ଯାଏ ବର୍ଷା ଲାଗି ରହିବ ବୋଲି ଶ୍ରୀମତୀ ମହାନ୍ତି କହିଛନ୍ତି ।  

ମଙ୍ଗଳବାର(୨୪ ତାରିଖ) ମୟୂରଭଞ୍ଜ,  କେନ୍ଦୁଝର, ସୁନ୍ଦରଗଡ଼, ନବରଙ୍ଗପୁର, କଳାହାଣ୍ଡି,  ରାୟଗଡ଼ା, ଗଜପତି, କନ୍ଧମାଳ, ଝାରସୁଗୁଡ଼ା, ସମ୍ବଲପୁର ଓ ଦେବଗଡ଼ର କିଛି ସ୍ଥାନରେ ଅଧିକ  ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ, ଯାଜପୁର,  କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ,  ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ବରଗଡ଼, ଅନୁଗୁଳ,  ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା,  ବଲାଙ୍ଗିର, କୋରାପୁଟ ଓ ମାଲକାନଗିରିର ଗୋଟିଏ  ଦୁଇଟି ସ୍ଥାନରେ ବର୍ଷା ହୋଇପାରେ । 

୨୫ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ ଓ  ବାଲେଶ୍ୱରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ  ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହି  ୩ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।  ସେହିଭଳି ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି  ଓ କନ୍ଧମାଳରେ ପ୍ରବଳ ବର୍ଷା ହୋଇପାରେ । 

୨୬ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ,  ଅନୁଗୁଳ, ଢେଙ୍କାନାଳ ଓ ଯାଜପୁରରେ ପ୍ରବଳରୁ  ଅତିପ୍ରବଳ ବର୍ଷା ଆଶଙ୍କା ଅଛି । ଏହି ୫ଟି ଜିଲ୍ଲାକୁ  ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ପୁରୀ, ଖୋର୍ଦ୍ଧା,  ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା,  ବରଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା,  ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର,  ରାୟଗଡ଼ା, କୋରାପୁଟ ଓ ମାଲକାନଗିରିଲର କିଛି  ସ୍ଥାନରେ ବର୍ଷା ସମ୍ଭାବନା ଅଛି । 

୨୭ ଓ ୨୮ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶା  ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଅଧିକ ବର୍ଷା  ହୋଇପାରେ । ସୋମବାର ସକାଳରୁ ସନ୍ଧ୍ୟା ଭିତରେ  ଦାରିଙ୍ଗିବାଡିରେ ପ୍ରବଳ ବର୍ଷା ହୋଇଛି । ଏଠାରେ  ୬୭ମିମି ବର୍ଷା ରେକର୍ଡ ହୋଇଛି । ବଲାଙ୍ଗିରରେ  ୪୫.୪, କୋରାପୁଟରେ ୨୩, ଗୋପାଳପୁରରେ  ୨୧.୯, ଢେଙ୍କାନାଳରେ ୧୪, ନବରଙ୍ଗପୁରରେ  ୧୨.୪ ମିମି ବର୍ଷା ରେକର୍ଡ ହୋଇଛି । ଆଜିସୁଦ୍ଧା  ରାଜ୍ୟରେ ୧୩୫.୭ମିମି ମୌସୁମୀ ବର୍ଷା ହୋଇଛି ।  ଏହି ସମୟ ଭିତରେ ୧୪୬.୧ମିମି ବର୍ଷା ହେବା  କଥା । ରାଜ୍ୟରେ ମୋଟ ୭% ନିଅଣ୍ଟିଆ ବର୍ଷା ହୋଇଛି  ବୋଲି ପାଣିପାଗ ବିଭାଗ ସୂତ୍ରରୁ ଜଣାପଡ଼ିଛି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.