ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ରବିବାରଠୁ ତାତିରେ ବିରତି: ୨ ତାରିଖ ଯାଏ ବର୍ଷା ସହ ଘଡ଼ଘଡ଼ି ସମ୍ଭାବନା, ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

Published By : Prameya | April 27, 2025 7:33 AM

ଭୁବନେଶ୍ୱର,୨୭/୦୪: ଆଜିଠୁ ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବର୍ଷା ହେବ । ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଦକ୍ଷିଣ ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ଝଡ଼ ବର୍ଷା ଆଶଙ୍କା ଅଛି । ୫୦ରୁ ୬୦ କିମି  ବେଗରେ ପବନ ବହିପାରେ । ବର୍ଷା ଯୋଗୁ ତାତିରେ ସାମୟିକ ବିରତି ଲାଗିପାରେ । ପାଣିପାଗ ବିଶେଷଜ୍ଞ  ଏଭଳି ପୂର୍ବାନୁମାନ କରିଛନ୍ତି । 

ରବିବାର ମୟୂରଭଞ୍ଜ, ବାଲେଶ୍ୱର,କେନ୍ଦୁଝର, କୋରାପୁଟ ଓ ଗଞ୍ଜାମରେ କୁଆପଥର ବର୍ଷା ଓ ଘଡ଼ଘଡ଼ି ସହ  ୫୦ରୁ ୬୦କିମି ବେଗରେ ପବନ  ବହିପାରେ । ଏହି ସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ପୁରୀ,  ଖୋର୍ଦ୍ଧା, ନୟାଗଡ଼, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର,  ରାୟଗଡ଼ା ଓ ମାଲକାନଗିରିରେ ବର୍ଷା ଓ ଘଡ଼ଘଡ଼ି ସହ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ଅଛି । ଉପକୂଳ ଓଡ଼ିଶା ସମେତ ରାଜ୍ୟର  ଅନ୍ୟ ଅଞ୍ଚଳରେ ବି କାଳବୈଶାଖୀ ବର୍ଷା ହୋଇପାରେ ବୋଲି ସୋଆ ଜଳବାୟୁ  ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ ପୂର୍ବାନୁମାନ କରିଛନ୍ତି । 

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ୨୮ ତାରିଖ (ସୋମବାର)  ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକର ବିଭିନ୍ନ ସ୍ଥାନରେ କୁଆପଥର ସହିତ  ପ୍ରବଳ ବର୍ଷା ହୋଇପାରେ । ଏହି ୩ ଜିଲ୍ଲାରେ ବର୍ଷା ସହିତ ୫୦ରୁ ୬୦  କିମି ବେଗରେ ପବନ ବହିବାର ଆଶଙ୍କା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି  ହୋଇଛି । ସେହିଭଳି ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, କେନ୍ଦୁଝର  ଓ ଜଗତ୍‌ସିଂହପୁରରେ ଘଡ଼ଘଡି ସହିତ ପ୍ରବଳ ବର୍ଷା ହୋଇପାରେ ।  ୪୦ରୁ ୫୦ କିମି ବେଗରେ ପବନ ବହିବ । ପୁରୀ, ଖୋର୍ଦ୍ଧା, ନୟାଗଡ଼,  ଗଜପତି, ଗଞ୍ଜାମ, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼,  ସମ୍ବଲପୁର, ଦେବଗଡ଼ ଓ ଅନୁଗୁଳରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି । 

୨୯ ଓ ୩୦ ତାରିଖରେ ଉତ୍ତର ଓଡ଼ିଶା, ଦକ୍ଷିଣ ଓଡ଼ିଶା  ସମେତ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା  ହୋଇପାରେ । ୧ ଓ ୨ ତାରିଖରେ ମଧ୍ୟ କାଁ ଭାଁ କିଛି ସ୍ଥାନରେ ବର୍ଷା  ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଆସନ୍ତା ଦୁଇ  ଦିନ ପରେ ରାଜ୍ୟର ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା ୨ରୁ ୫  ଡିଗ୍ରୀ ଯାଏ କମିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । 

ରବିବାର ଅପରାହ୍ନରେ କଟକ, ଖୋର୍ଦ୍ଧା, ଗଜପତି, ଗଞ୍ଜାମ, କନ୍ଧମାଳ,  ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ ଓ ଅନୁଗୁଳରେ କାଳବୈଶାଖୀ ପ୍ରଭାବରେ  ବର୍ଷା ହୋଇଛି । ଝାରସୁଗୁଡ଼ାର ଦିନ ତାପମାତ୍ରା ସବୁଠୁ ଅଧିକ ୪୪.୭ ଡିଗ୍ରୀ  ସେଲସିୟସ୍‌ ଥିଲା । ବୌଦ୍ଧରେ ୪୪.୫, ସମ୍ବଲପୁରରେ ୪୩, ବଲାଙ୍ଗୀର ଓ  ସୋନପୁରରେ ୪୨.୨, ରାଉରରେଲାରେ ୪୨.୧, ସୁନ୍ଦରଗଡ଼ ଓ ଟିଟିଲାଗଡ଼ରେ  ୪୨ ଡିଗ୍ରୀ, ହୀରାକୁଦରେ ୪୧.୯ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.