ପ୍ରମୂଖ ଖବର
  • ନୂଆଦିଲ୍ଲୀ : ୪୦ ଦିନିଆ ପାରୋଲରେ ବାବା ରାମ ରହିମ୍, ଅଗଷ୍ଟ ୧୫ରେ ପାଳିବେ ଜନ୍ମଦିନ
  • ||
  • ଖଲ୍ଲିକୋଟ :ମାଟିଆ ସାହି ଛକ ନିକଟରେ ୨ ଯୁବକଙ୍କ ତଣ୍ଟି କାଟିଲେ ଦୁର୍ବୃତ୍ତ, ଗୁରୁତର ଅବସ୍ଥାରେ ବ୍ରହ୍ମପୁର ଏମ୍‌କେସିଜିରେ ଭର୍ତ୍ତି
  • ||
  • ବଳପୂର୍ବକ କ୍ଷମତା କବଜା ଅଭିଯୋଗରେ ବ୍ରାଜିଲ୍ ପୂର୍ବତନ ରାଷ୍ଟ୍ରପତି ବୋଲୋସୋନାରୋ ଗୃହବନ୍ଦୀ
  • ||
  • କଟକ: ବିଳମ୍ବିତ ରାତିରେ କଟକ ନୂଆ ବଜାରରେ ଗୁଳିମାଡ଼, ଯୁବକ ଗୁରୁତର
  • ||
  • ୧୩ରେ ଘୂର୍ଣ୍ଣିବଳୟ, ୧୪ରୁ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ଅନୁମାନ: ରାଜ୍ୟରେ ଏବେ ମୌସୁମୀ ନିଷ୍କ୍ରିୟ
  • ||

୧୩ରେ ଘୂର୍ଣ୍ଣିବଳୟ, ୧୪ରୁ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ଅନୁମାନ: ରାଜ୍ୟରେ ଏବେ ମୌସୁମୀ ନିଷ୍କ୍ରିୟ

Published By : Manoj | August 5, 2025 7:25 AM

ଭୁବନେଶ୍ୱର,୦୫/୦୮: ଆସନ୍ତା  ୧୪ ତାରିଖରୁ ରାଜ୍ୟରେ ଲଘୁଚାପ ବର୍ଷା ହୋଇପାରେ । ୧୩ ତାରିଖରେ ଏକ ଘୂର୍ଣ୍ଣିବଳୟ  ସୃଷ୍ଟି ହେବ । ପରେ ଏହା ଲଘୁଚାପ ରୂପ ନେବ । ଏହାର ପ୍ରଭାବରେ ୧୭ ତାରିଖ ଯାଏ  ପ୍ରବଳ ବର୍ଷା ଲାଗି ରହିବ । ବରିଷ୍ଠ ପାଣିପାଗ  ବିଶେଷଜ୍ଞ ପ୍ରଫେସର ଡ. ସୁରେନ୍ଦ୍ରନାଥ  ପଶୁପାଳକ ଏହି ପୂର୍ବାନୁମାନ କରିଛନ୍ତି । ରାଜ୍ୟରେ ଏବେ ମୌସୁମୀ ନିଷ୍କ୍ରିୟ ଅଛି ।  ଆସନ୍ତା ୧୩ ତାରିଖରେ ଓଡ଼ିଶା ସଂଲଗ୍ନ ଉତ୍ତର  ପଶ୍ଚିମ ବଙ୍ଗୋପସାଗର ବା ଏହାର ଦକ୍ଷିଣରେ  ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ପରବର୍ତ୍ତୀ  ୨୪ରୁ ୪୮ ଘଣ୍ଟାରେ ଏହା ଲଘୁଚାପ ରୂପ  ନେବ । ଏହା ବର୍ଷା କରାଇବ । କେନ୍ଦ୍ରୀୟ  ଓଡ଼ିଶା ଓ ଦକ୍ଷିଣ ଉପକୂଳରେ ମଧ୍ୟମ  ପରିମାଣର ବର୍ଷା ହୋଇପାରେ । ପଶ୍ଚିମ  ଓଡ଼ିଶାରେ ପ୍ରବଳ ବର୍ଷା ହେବ । ଦକ୍ଷିଣ  ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା ଅଛି । 

ବଙ୍ଗୋପସାଗରୀୟ ଲଘୁଚାପ ବା ମୌସୁମୀ  ଟ୍ରଫ୍‌ ଠିକ୍‌ ସ୍ଥାନରେ ସ୍ଥାନିତ ହେଲେ ରାଜ୍ୟରେ  ଭଲ ବର୍ଷା ହୋଇଥାଏ । କିନ୍ତୁ ବର୍ତ୍ତମାନ ମୌସୁମୀ ଟ୍ରଫ୍‌ ଉତ୍ତରାଭିମୁଖୀ ହୋଇଛି ।  ଏବେ ହିମାଳୟ ଅଞ୍ଚଳରେ ବର୍ଷା ହେଉଛି । ୧୪  ତାରିଖ ଭିତରେ ବଙ୍ଗୋସାଗରରେ ଲଘୁଚାପ ସୃଷ୍ଟିର ସମ୍ଭାବନା ନାହିଁ । ଆସନ୍ତା ୧୦  ଦିନ ଯାଏ କେବଳ ପରିଚଳନ ଜନିତ ସ୍ୱଳ୍ପ ବର୍ଷା  ହୋଇପାରେ । ବିସ୍ତୃତ ଅଞ୍ଚଳରେ ଅଧିକ ବର୍ଷା ସମ୍ଭାବନା  ନାହିଁ ବୋଲି ଡ. ପଶୁପାଳକ ପୂର୍ବାନୁମାନ କରିଛନ୍ତି । 

ରାଜ୍ୟର ସବୁ ସ୍ଥାନରେ ପର୍ଯ୍ୟାପ୍ତ ପରିମାଣର  ବର୍ଷା ହେଉନଥିବାରୁ ଅନେକ ସ୍ଥାନରେ ତଳି ରୁଆ ହୋଇପାରୁନି । ୬ ଓ ୭ ତାରିଖରେ ସ୍ୱଳ୍ପ ବର୍ଷା ଯୋଗୁ  କିଛି ସ୍ଥାନରେ ତଳି ବଞ୍ଚିଯିବ । ଜନ୍ମାଷ୍ଟମୀ ପରେ ବାକି  ଥିବା ରୁଆ, ବେଉଷଣ କରନ୍ତୁ । ଆଗକୁ ସମୟ ଅଛି  ଓ ବର୍ଷା ବି ହେବ। ଚାଷୀମାନେ କୌଣସି ଆଶଙ୍କା  ପ୍ରକାଶ ନ କରିବାକୁ ସେ ପରାମର୍ଶ ଦେଇଛନ୍ତି । ୬  ତାରିଖରେ କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହୋଇପାରେ । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ  ଓଡ଼ିଶାରେ ସ୍ୱଳ୍ପ ବର୍ଷା ସମ୍ଭାବନା ଅଛି । ୭ ତାରିଖରେ  କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ସମ୍ବଲପୁର ଓ  ଝାରସୁଗୁଡ଼ାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି  ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.