ପ୍ରମୂଖ ଖବର
  • ଧାମି ସରକାରଙ୍କ ବଡ଼ ନିଷ୍ପତ୍ତି,ଉତ୍ତରାଖଣ୍ଡର ସବୁ ସ୍କୁଲ୍‌ରେ ଗୀତା ପାଠ ବାଧ୍ୟତାମୂଳକ
  • ||
  • ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା : କ୍ରାଇମବ୍ରାଞ୍ଚ କରିବ ତଦନ୍ତ
  • ||
  • କଂଗ୍ରେସର ଓଡିଶା ବନ୍ଦ ଡାକରା ଯୋଗୁ ଗୁରୁବାର ବନ୍ଦ ରହିବ ପେଟ୍ରୋଲ ପମ୍ପ
  • ||
  • ଆସନ୍ତା ୨୧ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
  • ||
  • କଂଗ୍ରେସର ଓଡ଼ିଶା ବନ୍ଦ ଡାକରା, ଶାନ୍ତି ଶୃଙ୍ଖଳାରେ ବନ୍ଦକୁ ସମର୍ଥନ କରିବାକୁ ଭକ୍ତଙ୍କ ଅପିଲ୍
  • ||
  • ମୟୂରଭଞ୍ଜ : ଅନ୍ଧ ବିଶ୍ୱାସ ଓ ତନ୍ତ୍ର ପୂଜା ପାଇଁ ଘରେ ରଖିଥିଲେ ବାଘ ଛାଲ, ୭ ଅଭିଯୁକ୍ତ ଗିରଫ
  • ||
  • ଗୁରୁବାର ମହାପ୍ରଭୁଙ୍କର ବନକଲାଗି ନୀତି, ସନ୍ଧ୍ୟା ସାଢେ ୬ଟାରୁ ରାତି ୧୧ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ
  • ||
  • ଜଳେଶ୍ବର: ବିଜୁ ଜନତା ଦଳ ପକ୍ଷରୁ ବାଲେଶ୍ୱର ଜିଲ୍ଲା ବନ୍ଦ ଡାକରା, ଦିନ ୨ଟା ପର୍ଯ୍ୟନ୍ତ ଚକଅଖ ବନ୍ଦ
  • ||
  • ନୂଆପଡ଼ା: ମର୍ଣ୍ଣିଙ୍ଗ ୱାକ କରିବା ବେଳେ ଅଘଟଣ; ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ,୨ ଗୁରୁତର
  • ||
  • ମୟୂରଭଞ୍ଜ: ରକ୍ତ ସମ୍ପର୍କରେ ରକ୍ତ ଛିଟା; ବୃଦ୍ଧ ବାପା ଓ ମାଆଙ୍କୁ ହତ୍ୟାକଲା ମଦ୍ୟପ ପୁଅ
  • ||
  • ଗଞ୍ଜାମ : ଭାରସାମ୍ୟ ହରାଇ ଘରେ ପଶିଲା କାର୍; ଜଣେ ମୃତ, ୪ଆହତ
  • ||
  • ଓଡ଼ିଶା ବନ୍ଦ ପାଇଁ ଟିଏଲ୍‌ଟି ନିଯୁକ୍ତି ପରୀକ୍ଷା ସ୍ଥଗିତ, ୧୮ରେ ହେବ ପରୀକ୍ଷା
  • ||
  • ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା, ୧୯ ଯାଏ ଢାଳିବ
  • ||
  • ଆମେରିକାର ଟାରିଫ୍‌ ଛାଟରେ ଚିନ୍ତାରେ ଏସୀୟ ଦେଶ : ପୋଷାକ ରପ୍ତାନିରେ ଲାଭ ଉଠାଇପାରିବ ଭାରତ
  • ||
  • ନୂଆପଡ଼ା : ମର୍ଣ୍ଣିଙ୍ଗ ୱାକ କରିବା ବେଳେ ଅଘଟଣ; ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ,୨ ଗୁରୁତର
  • ||

ତାତି କମିଲା, ଆହୁରି କମିବ: ଆଜି ଘଡ଼ଘଡ଼ି ସହ କୁଆପଥର ବର୍ଷା ଆଶଙ୍କା,୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

Published By : Prameya | April 28, 2025 7:37 AM

ଭୁବନେଶ୍ୱର,୨୮/୦୪: କାଳବୈଶାଖୀ ପ୍ରଭାବରେ ପୂରା ରାଜ୍ୟରେ ପାଗ ବଦଳିବା ଯୋଗୁ ତାତି  ତଳମୁହାଁ ହୋଇଛି । କିଛିଟା ଆଶ୍ୱସ୍ତି ମିଳିଛି । ସୋମବାର ୯ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।  ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ, ଗଜପତି,  ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁରରେ  କୁଆପଥର ସହ ବର୍ଷା ଓ ଘଡ଼ଘଡ଼ି ହୋଇପାରେ । 

ରବିବାର ସକାଳ ସାଢ଼େ ୧୧ଟା ବେଳକୁ ଝାରସୁଗୁଡ଼ାରେ ତାପମାତ୍ରା  ଥିଲା ୪୧.୮ ଡିଗ୍ରୀ । ରବିବାର ସେ ସମୟରେ ତାତି  ୩୨ ଡିଗ୍ରୀକୁ ଖସି ଆସିଥିଲା । ସମ୍ବଲପୁରରେ ୩୯.୪  ଡିଗ୍ରୀରୁ ୨୯.୮ ଡିଗ୍ରୀକୁ ଖସିଥିଲା । ହୀରାକୁଦରେ  ୩୮.୨ ଡିଗ୍ରୀରୁ ୨୯.୬ ଡିଗ୍ରୀ ଓ ରାଉରକେଲାରେ  ୩୮.୮ରୁ ୨୯.୪ ଡିଗ୍ରୀକୁ ଖସି ଯାଇଥିଲା ।  

ଆଗକୁ ଦିନ ତାପମାତ୍ରା ଆହୁରି କମିପାରେ ବୋଲି  ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆସନ୍ତା ୨୪  ଘଣ୍ଟାରେ ଦିନର ତାତି ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ଖସିବ ।  ସୋମବାର ୯ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।  ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁରରେ  କୁଆପଥର ସହ ବର୍ଷା ଓ ଘଡ଼ଘଡ଼ି ହୋଇପାରେ ।  ପବନର ଝଟ୍‌କା ୫୦ରୁ ୬୦ କିମି ବେଗ ଯାଏ ଛୁଇଁପାରେ  ବୋଲି ମଧ୍ୟ ପାଣିପାଗ ବିଭାଗ ସତର୍କ କରାଇଛି । 

କେବଳ ଏହି ୯ଟି ଜିଲ୍ଲା ନୁହେଁ, ବାକି ଜିଲ୍ଲାରେ  ବି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି । ଯାଜପୁର,  କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଦେବଗଡ଼,  ଅନୁଗୁଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼,  ଗଞ୍ଜାମ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର,  କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ  ମାଲକାନଗିରିରେ କାଳବୈଶାଖୀ  ପ୍ରଭାବରେ ଘଡ଼ଘଡ଼ି  ସହ ବର୍ଷା ହୋଇପାରେ ।  ଜୋର୍‌ରେ ପବନ  ବହିବା ସହ ପବନର  ଝଟ୍‌କା ୪୦ରୁ ୫୦  କିମି ଯାଏ ଛୁଇଁପାରେ ବୋଲି ପାଣିପାଗ ବିଭାଗ  ସତର୍କ କରାଇଛି । 

ଶନିବାର  ଝାରସୁଗୁଡ଼ାରେ ୪୪.୭ ଡିଗ୍ର ତାପମାତ୍ରା ରେକର୍ଡ ହେବା ସହ ରାଜ୍ୟର ସବୁଠୁ  ଉତ୍ତପ୍ତ ସହର ପାଲଟିଥିଲା । ରବିବାର ଏଠାରେ ତାପମାତ୍ରା ୩୫ ଡିଗ୍ରୀକୁ ଖସିଛି । ଭୁବନେଶ୍ୱରର  ଦିନ ତାପମାତ୍ରା ସର୍ବାଧିକ ୩୮.୧ ଡିଗ୍ରୀ ରହିଛି ।  ସବୁ ସ୍ଥାନର ତାପମାତ୍ରା ୪୦ ଡିଗ୍ରୀ ଭିତରେ ରହିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.