ପ୍ରମୂଖ ଖବର
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

୧୮ ଯାଏ କାଳବୈଶାଖୀ ପ୍ରଭାବରେ ବର୍ଷା ସମ୍ଭାବନା, ଆଜି ୮ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ନେଇ ଆଲର୍ଟ

Published By : Prameya | April 13, 2025 7:07 AM

ଭୁବନେଶ୍ୱର,୧୪/୦୪: ଆସନ୍ତା ୧୮ ତାରିଖ ଯାଏ ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି  ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ରବିବାର ବାଲେଶ୍ୱର,  ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ ଓ  କେନ୍ଦୁଝରରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୩୦ରୁ ୪୦କିମି ବେଗରେ  ପବନ ବି ବହିବ । ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା  ସମ୍ଭାବନା ଅଛି ।

୧୪ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରେ  ଘଡ଼ଘଡ଼ି ଓ ବର୍ଷା ସହିତ ୪୦ରୁ ୫୦କିମି ବେଗରେ ପବନ ବହିବାର ସମ୍ଭାବନା  ଅଛି । କେନ୍ଦୁଝର ଓ ମୟୂରଭଞ୍ଜରେ ଭାରୀ ବର୍ଷା ହୋଇପାରେ । ଶନିବାର  ସକାଳରୁ ସନ୍ଧ୍ୟା ଭିତରେ ବାରିପଦାରେ ୪୦ମିମି ବର୍ଷା ହୋଇଛି। ଖୋର୍ଦ୍ଧା,  ନୟାଗଡ଼, ଦାରିଙ୍ଗିବାଡ଼ି ଓ ଅନୁଗୁଳରେ ମଧ୍ୟ ବର୍ଷା ହୋଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.