ଭୁବନେଶ୍ୱର,୧୪/୦୪: ଆସନ୍ତା ୧୮ ତାରିଖ ଯାଏ ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି  ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ରବିବାର ବାଲେଶ୍ୱର,  ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ ଓ  କେନ୍ଦୁଝରରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୩୦ରୁ ୪୦କିମି ବେଗରେ  ପବନ ବି ବହିବ । ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା  ସମ୍ଭାବନା ଅଛି ।

୧୪ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରେ  ଘଡ଼ଘଡ଼ି ଓ ବର୍ଷା ସହିତ ୪୦ରୁ ୫୦କିମି ବେଗରେ ପବନ ବହିବାର ସମ୍ଭାବନା  ଅଛି । କେନ୍ଦୁଝର ଓ ମୟୂରଭଞ୍ଜରେ ଭାରୀ ବର୍ଷା ହୋଇପାରେ । ଶନିବାର  ସକାଳରୁ ସନ୍ଧ୍ୟା ଭିତରେ ବାରିପଦାରେ ୪୦ମିମି ବର୍ଷା ହୋଇଛି। ଖୋର୍ଦ୍ଧା,  ନୟାଗଡ଼, ଦାରିଙ୍ଗିବାଡ଼ି ଓ ଅନୁଗୁଳରେ ମଧ୍ୟ ବର୍ଷା ହୋଇଛି ।