ଭୁବନେଶ୍ୱର,୦୨/୦୮: ଶନିବାର ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି  ସହ ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ,  ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼,  ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ,  କେନ୍ଦୁଝର ଓ ମୟୂରଭଞ୍ଜରେ ବର୍ଷା ସମ୍ଭାବନା ଅଛି । 

୩ ତାରିଖରେ ଆଭ୍ୟନ୍ତରୀଣ  ଓ ଉତ୍ତର ଓଡ଼ିଶାରେ ବର୍ଷା ହୋଇପାରେ । ୪ ଓ ୫ ତାରିଖରେ ମଧ୍ୟ କାଁ ଭାଁ  କିଛି ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।