ପ୍ରମୂଖ ଖବର
  • ଭୁବନେଶ୍ୱର : ଫିଲ୍ମ ପ୍ରଯୋଜକ ନିରଞ୍ଜନ ରଣା ଗିରଫ, ଜମି ଦେବା ନାଁରେ ଠକେଇ ଅଭିଯୋଗ
  • ||
  • କୋଣାର୍କ : ୨ବାଇକ୍ ମୁହାଁମୁହିଁ ଧକ୍କା; ଜଣେ ମୃତ, ଜଣେ ଗୁରୁତର
  • ||
  • ସାଧାରଣ ଲୋକଙ୍କ ସହ ପୂଜା ମଣ୍ଡପ ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ମା'ଙ୍କୁ ନେଇ ରାଜନୀତି ନକରିବାକୁ ପରାମର୍ଶ
  • ||
  • ସମ୍ୱଲପୁର : ପୋଲିସକୁ ଆକ୍ରମଣ କରି ହାତ ପାପୁଲି ଛିଣ୍ଡାଇଥିବା ଅଭିଯୁକ୍ତକୁ ଏନକାଉଣ୍ଡର, ପାଲଟା ଆକ୍ରମଣରେ ବୁର୍ଲା ଏସଆଇ ଆହତ
  • ||
  • ଗୋପ ବସ୍ତିରେ ଜମିଜମାକୁ ନେଇ ଦୁଇ ପରିବାର ଭିତରେ ହଣା କଟା, ୫ ଗୁରୁତର
  • ||
  • ଢେଙ୍କାନାଳ : ନିର୍ମାଣଧୀନ ହୋଟେଲ ଛାତ ଭୁଶୁଡିବା ଘଟଣା; ତଦନ୍ତ ପାଇଁ ସ୍ବତନ୍ତ୍ର ପ୍ରଶାସନିକ ଟିମ ଗଠନ
  • ||
  • ଯାଜପୁର : ଅଶ୍ଳୀଳ ନୃତ୍ୟକୁ ବିରୋଧ, ନିଶା ମହାରଣାଙ୍କୁ ଚେୟାର ମାଡ
  • ||
  • କଳାହାଣ୍ଡି :ନର୍ଲା ରେଞ୍ଜ ପରିତ୍ୟକ୍ତ କୂଅରେ ପଡ଼ିଲା ଦନ୍ତା ହାତୀ: ସୁରକ୍ଷିତ ଉଦ୍ଧାର କଲା ବନ ବିଭାଗ
  • ||
  • କେନ୍ଦ୍ରାପଡା : ବାଇକ୍ ଆରୋହୀଙ୍କ ଉପରେ ମାଡ଼ିଗଲା ଟ୍ୟାଙ୍କର, ୨ ମୃତ
  • ||
  • ଆଜି ମହାମାୟାଙ୍କ ମହାସପ୍ତମୀ ପୂଜା, ପୂଜା ମଣ୍ଡପରେ ବ୍ୟାପକ ସୁରକ୍ଷା ଆୟୋଜନ
  • ||
  • ଗୁରୁବାର ଠାରୁ ହାଇକୋର୍ଟଙ୍କ ଦଶହରା ଅବକାଶ, ୨୧ ତାରିଖରେ ଖୋଲିବ କୋର୍ଟ
  • ||
  • ଆଉ ନାହାନ୍ତି ଶିଳ୍ପରତ୍ନ ରତନ ଟାଟା, ଶିଳ୍ପରତ୍ନଙ୍କୁ ହରାଇ ଦେଶ ଓ ଦେଶବାସୀ ସ୍ତବ୍ଧ
  • ||
  • ଖୋଲିଲା ଶିମିଳିପାଳ ଜାତୀୟ ଉଦ୍ୟାନ, ଜଙ୍ଗଲ ସଫାରୀ ପାଇଁ କରିବାକୁ ହେବ ପ୍ରି ବୁକିଙ୍ଗ
  • ||
  • ଭୁବନେଶ୍ୱର : ରାସ୍ତାରେ ବୁଲିଲା ୮ ଫୁଟର ଅଜଗର, ଲୋକେ ଆତଙ୍କିତ
  • ||

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସମ୍ଭାବନା, ୬ରେ ନେବ ଲଘୁଚାପ ରୂପ: ଓଡ଼ିଶା ଉପରେ ପଡିବନି ପ୍ରଭାବ

ଭୁବନେଶ୍ୱର,୩୦/୦୯: ଆସନ୍ତା ଅକ୍ଟୋବର ୬ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ ।  ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଥାଇଲାଣ୍ଡରେ ମଧ୍ୟ ଆଉ ଏକ ଲଘୁଚାପ ସୃଷ୍ଟି  ହୋଇପାରେ । କିନ୍ତୁ ଓଡ଼ିଶା ଉପରେ ଏହାର  ପ୍ରଭାବ ରହିବନି। ବରିଷ୍ଠ ପାଣିପାଗ ବିଶେଷଜ୍ଞ  ପ୍ରଫେସର ଡ. ସୁରେନ୍ଦ୍ରନାଥ ପଶୁପାଳକ ଏହି  ପୂର୍ବାନୁମାନ କରିଛନ୍ତି । 

ଡ. ପଶୁପାଳକ କହିଛନ୍ତି, ଅକ୍ଟୋବର ୨  ତାରିଖରେ ପଶ୍ଚିମବଙ୍ଗର ଉତ୍ତରରେ ଏକ  ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ପରବର୍ତ୍ତୀ  ତିନିଦିନରେ ବାଂଲାଦେଶ ଓ ଉତ୍ତର  ପୂର୍ବ ଭାରତରେ ବର୍ଷା ସମ୍ଭାବନା ଅଛି ।  ଅକ୍ଟୋବର ୬ ତାରିଖରେ ପଶ୍ଚିମ କେନ୍ଦ୍ରୀୟ  ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି  ହୋଇପାରେ। ଏହା ଆନ୍ଧ୍ରପ୍ରଦେଶ ଓ  ତେଲଙ୍ଗାନାକୁ ମୁହାଁଇ ତାମିଲନାଡୁ ଓ ଦକ୍ଷିଣ  ଆନ୍ଧ୍ରରେ ବର୍ଷା କରାଇପାରେ । 

ଅକ୍ଟୋବର ୬  ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର  ଓ ସଂଲଗ୍ନ ଥାଇଲାଣ୍ଡ ଉପକୂଳରେ ଏକ  ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହା ପ୍ରଭାବରେ  ପୂର୍ବ ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟି  ହେବ । ଫଳରେ ତାମିଲନାଡୁରେ ବର୍ଷା  ହେବ ବୋଲି ସେ ପ୍ରାଥମିକ ଆକଳନ କରିଛନ୍ତି । ତେବେ ଏହା ବିଶେଷ ଘନୀଭୂତ  ହେବନି । ଓଡ଼ିଶାରେ ବିଶେଷ ବର୍ଷା ନାହିଁ ।  ଧାନ କ୍ଷେତରେ ପାଣି ବାନ୍ଧି ରଖନ୍ତୁ । ଓଦା ମାଟିରେ ଶୀଘ୍ର ରବି ଫସଲ ଲଗାନ୍ତୁ ବୋଲି  ସେ ପରାମର୍ଶ ଦେଇଛନ୍ତି ।

  • PrameyaOdia
  • prameya
  • Weather update
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.