ପ୍ରମୂଖ ଖବର
  • ସାଲେପୁର : ଝରକା ଚାଡ଼ି ୩ ଘରୁ ଚୋରି, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଗଞ୍ଜାମ : ୧୧କେଭି ତାର ଲାଗି ଜଣେ ମୃତ, ଜଣେ ଗୁରୁତର
  • ||
  • ବାଲେଶ୍ଵର : ବାଇକ୍‌କୁ ଧକ୍କା ଦେଲା ମାଲବାହୀ ଟ୍ରକ୍; ଜଣେ ମୃତ,୨ ଗୁରୁତର
  • ||
  • ସୁନ୍ଦରଗଡ଼ : ପୂଜା ଦେଖିବାକୁ ଆସିଥିବା ବେଳେ ଯୁବତୀଙ୍କୁ ଗଣଦୁଷ୍କର୍ମ, ୩ ଅଟକ
  • ||
  • ଉଦଳା : ସରକାରୀ ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ , ଚିକିତ୍ସା ଅଭାବରୁ ଚାଲିଗଲା ଶିଶୁକନ୍ୟାର ଜୀବନ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ବ୍ରହ୍ମପୁର : ନକଲି ଗୁଟଖା କମ୍ପାନିରେ ଚଢାଉ; ନକଲି ଗୁଟଖା, ଗୁଟଖା ସାମଗ୍ରୀ ଏବଂ ମେସିନ ଠାବ
  • ||
  • ଦିଗପହଣ୍ଡି : ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା,୧୦ ଘଣ୍ଟା ପରେ ମୃତଦେହ ଉଦ୍ଧାର
  • ||
  • ଆସ୍କା : ଟ୍ରକ୍‌କୁ ପିଟିଲା ପିକଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଗୁରୁବାରଠୁ ଭାରତ- ବାଂଲାଦେଶ ପ୍ରଥମ ଟେଷ୍ଟ: ଚିପକ୍‌ରେ ରାଜୁତି କରିବେ ସ୍ପିନର୍‌, ଫେରିବେ ପନ୍ତ ଏବଂ ରାହୁଲ
  • ||
  • ମୋହନାରେ ଟ୍ରକ୍‌-ବାଇକ୍‌ ଧକ୍କା, ୨ ବାଇକ୍‌ ଆରୋହୀ ମୃତ
  • ||
  • ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼; ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ
  • ||
  • ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୧୦୦ ଦିନର ସଫଳତା ସମାବେଶ ଓ ପ୍ରଦର୍ଶନୀରେ ଯୋଗଦେବେ
  • ||
  • ୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଆହୁରି ବିଗିଡ଼ିପାରେ ବାଲେଶ୍ୱର, ମୟୂରଭଞ୍ଜ ସ୍ଥିତି
  • ||

ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ବର୍ଷା ନେଇ ୧୮ ଜିଲ୍ଲାକୁ ୟେଲୋ ଆଲର୍ଟ, ବର୍ଷାରେ ଭିଜିବ ଗଣେଶ ପୂଜା

ଭୁବନେଶ୍ୱର,୦୬/୦୯: ଉତ୍ତର ଆନ୍ଧ୍ର ପ୍ରଦେଶରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ଗୁରୁବାର ଲଘୁଚାପରେ ପରିଣତ ହୋଇଛି । ଗୁରୁବାର ଅପରାହ୍ନ ୪ଟାରେ ବିଶାଖାପାଟଣା  ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏହା ସକ୍ରିୟ ରହିଛି । ପ୍ରଭାବରେ  ରାଜ୍ୟରେ ୭ରୁ ୯ ତାରିଖ ମଧ୍ୟରେ ଦକ୍ଷିଣ ଉପକୂଳ ଓ ଦକ୍ଷିଣ ଆଭ୍ୟନ୍ତରୀଣ  ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏପରି ଆକଳନ କରିଛନ୍ତି ବରିଷ୍ଠ ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ର ନାଥ ପଶୁପାଳକ । 

ଶୁକ୍ରବାର ଠାରୁ ବର୍ଷା ଜାରି ରହିବ । ୭ ତାରିଖ ଗଣେଶ ପୂଜା ଦିନ ଉପକୂଳ  ଓଡିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଘଡ଼ଘଡ଼ି ସହ ବର୍ଷା ନେଇ ୧୮  ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ସେଥିମଧ୍ୟରେ ରହିଛି ବାଲେଶ୍ୱର,  ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼,  ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି,  ନୂଆପଡ଼ା ଓ ବଲାଙ୍ଗିର । ସେହିପରି ୯ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବଜ୍ରପାତ ନେଇ  ସତର୍କତା ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା  ହୋଇପାରେ । 

ଶୁକ୍ରବାର ଦକ୍ଷିଣ ଉପକୂଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ  ୧୨ଟି ଜିଲ୍ଲାକୁ ବଜ୍ରପାତ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି । ଗୁରୁବାର ସକାଳ  ସମୟରେ ଟୁଇନ୍‌ ସିଟିରେ ପ୍ରବଳ ଖରା ଅନୁଭବ ହୋଇଥିଲେ ମଧ୍ୟ ଅପରାହ୍ନରେ  ଘଡ଼ଘଡ଼ି ବିଜୁଳି ସହ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି । ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ବର୍ଷା  ହେଲେ ମଧ୍ୟ ଗରମ ଗୁଳୁଗୁଳି ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର କହିଛି । 

ଶ୍ରୀ  ପଶୁପାଳକ ବର୍ଷାକୁ ଆଖି ଆଗରେ ରଖି କୃଷି ପରାମର୍ଶ ଜାରି କରିଛନ୍ତି । ସେ କହିଛନ୍ତି,  ଏହି ସମୟରେ ଅଳସୀ, ମୁଗ, ବିରି, ରାଶି ଆଦି ପ୍ରାକ- ରବି ଫସଲ ଲଗାନ୍ତୁ । ଧାନରେ  ଶୀର୍ଷ ସାର ପ୍ରୟୋଗ କରିବାକୁ ହେଲେ ପାଣି ବାନ୍ଧି ରଖିବାକୁ ପରାମର୍ଶ ଦେଇଛନ୍ତି ।

  • PrameyaOdia
  • prameya
  • Weather update
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.