PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ : ଭଗବାନ ଚିତ୍ରଗୁପ୍ତଙ୍କ ଚରିତ୍ରକୁ ମଜାଳିଆ ଢଙ୍ଗରେ ଚିତ୍ରଣ କରିବାକୁ ନେଇ ଅଭିନେତା ଅଜୟ ଦେବଗନଙ୍କ ସମେତ କେତେକଙ୍କ ନାଁରେ ଏତଲା
  • ||
  • ଖୋର୍ଦ୍ଧା : ଆୟକର ଅଧିକାରୀ ସୁମନ ସୁନ୍ଦର ସାହୁଙ୍କ ବାସଭବନରେ ସିବିଆଇ ରେଡ୍, ଖୋର୍ଦ୍ଧାର ଶାନ୍ତି ଜୁଏଲର୍ସ ମାଲିକଙ୍କ ଠାରୁ ନେଉଥିଲେ ସୁନା ଓ ଟଙ୍କା
  • ||
  • ସମ୍ବଲପୁର : ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକର ଗୋବିନ୍ଦପୁରକୁ ପ୍ରଥମ ‘ପକ୍ଷୀଗ୍ରାମ’ ମାନ୍ୟତା, ଯୋଜନାରେ ସାମିଲ ହେବେ ୩ ଗାଁ
  • ||
  • ଭୁବନେଶ୍ବର : ବରମୁଣ୍ଡା ବସ ଷ୍ଟାଣ୍ଡରୁ ୫୦କେଜି ଗଞ୍ଜେଇ ଜବତ, ୪ ଗଞ୍ଜେଇ ଚୋରା ଚାଲାଣକାରୀ ଗିରଫ
  • ||
  • ଭୁବନେଶ୍ୱର : ହସ୍ପିଟାଲରୁ ଡିସଚାର୍ଜ ହେଲେ ଓଲିଉଡ ଷ୍ଟାର ବାବୁସାନ ମହାନ୍ତି, ଗତ କିଛି ଦିନ ହେବ ଅସୁସ୍ଥ ହୋଇ ଭୁବନେଶ୍ୱରର ଘରୋଇ ମେଡିକାଲରେ ହେଉଥିଲେ ଚିକିତ୍ସିତ
  • ||
  • କଟକ : କଟକ ପାରାଦୀପ ରାସ୍ତା ସୋମପୁର ବଜାର ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଗ୍ୟାରେଜ ଉପରେ ମାଡିଗଲା ଟ୍ରକ
  • ||
  • ଯାଜପୁର : କୁଆଖିଆ ଥାନା ଅନ୍ତର୍ଗତ ବସଷ୍ଟାଣ୍ଡ ନିକଟରେ ଯାଜପୁର ଅବକାରୀ ବିଭାଗ ଚଢ଼ାଉ, ୮୦ ଗ୍ରାମ ବ୍ରାଉନସୁଗାର ଜବତ
  • ||

ପୂଜାକୁ ବର୍ଷା ଭିଜାଇବା ଆଶଙ୍କା: ଆସୁଛି ଦୁଇଟି ଘୂର୍ଣ୍ଣିବଳୟ, ୨୮ରୁ ଭାରୀ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୩/୦୯: ଦୁଇ ବର୍ଷ ପରେ କଟକଣାମୁକ୍ତ ପୂଜା ହେବ । ଏହାକୁ ଧୂମ୍‌ଧାମରେ ପାଳିବାକୁ ଜୋର୍‌ଦାର ପ୍ରସ୍ତୁତି ଚାଲିଛି। ସାରା ରାଜ୍ୟ ପୂଜାକୁ ଅପେକ୍ଷା କରି ରହିଛି । ଠିକ୍‌ ସେତିକି ବେଳେ ବର୍ଷା ଭୟ ଘାରିଲାଣି । ପୂଜାକୁ ବର୍ଷା ଭିଜାଇବା ଆଶଙ୍କା ଆସିଲାଣି। ଆଗ ପଛ ହୋଇ ଦୁଇଟି ଘୂର୍ଣ୍ଣିବଳୟ ଆସୁଛି । ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର(ଆଇଏମ୍‌ଡି) ଏଭଳି ପୂର୍ବାନୁମାନ କରିଛି ।

ଆଇଏମ୍‌ଡି ଆକଳନ କହୁଛି, ୨୬ ତାରିଖରେ ପୁଣି ଏକ ଘୂର୍ଣ୍ଣିବଳୟ ହୋଇପାରେ । ଉତ୍ତର ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଉପକୂଳରେ ଏହା ସୃଷ୍ଟି ହେବାର ସମ୍ଭାବନା ଅଛି । ଏହା ଘନୀଭୂତ ହୋଇ ଲଘୁଚାପ ରୂପ ନେଇପାରେ । ଏହା ଓଡ଼ିଶା ଭିତରକୁ ପଶିବାର ସଙ୍କେତ ବି ଦେଖାଉଛି ।

ଅକ୍ଟୋବର ୧ ବା ୨ ତାରିଖରେ ଉତ୍ତର ଆନ୍ଧ୍ର ଉପକୂଳରେ ଆଉ ଏକ ଘୂର୍ଣ୍ଣିବଳୟ ହୋଇପାରେ । ଏହା ଉତ୍ତର ପଶ୍ଚିମ ଦିଗକୁ ମୁହାଁଇବା ସମ୍ଭାବନା ଅଧିକ । ରାଜ୍ୟରେ ବର୍ଷା ସମ୍ଭାବନା ନେଇ ଆଇଏମ୍‌ଡି ହେଲା, ୨୩ରୁ ୨୯ ତାରିଖ ଭିତରେ ବର୍ଷା ହୋଇପାରେ । ତେବେ ବର୍ଷା ପରିମାଣ ସ୍ୱାଭାବିକଠାରୁ କମ୍‌ ରହିବ । ୨୮ ଓ ୨୯ ତାରିଖ ବେଳକୁ କିଛି ସ୍ଥାନରେ ଭାରୀ ବର୍ଷା ହୋଇପାରେ । ୩୦ରୁ ୬ ତାରିଖ ଭିତରେ ସ୍ୱାଭାବିକ ପାଖାପାଖି ବର୍ଷା ହେବ । ଠାଏ ଠାଏ ସ୍ଥାନରେ ଭାରୀ ବର୍ଷା ସମ୍ଭାବନା ଅଛି ।

ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ଡ. ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ଆସନ୍ତା ୨୫ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ହୋଇପାରେ । ଏହା ୨୯ ଯାଏ ସକ୍ରିୟ ରହିବ । ଏହି ଘୂର୍ଣ୍ଣିବଳୟ ଲଘୁଚାପ ରୂପ ନେବାର ସଙ୍କେତ ଏବେ ଦେଖାଯାଉନି । ଘୂର୍ଣ୍ଣିବଳୟ ପ୍ରଭାବରେ କମ୍‌ ବର୍ଷା ହେବ । ଦକ୍ଷିଣ ଓଡିଶାରେ ଅଧିକ ବର୍ଷା ହୋଇପାରେ ।

ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ ଅନୁସାରେ, ଶୁକ୍ରବାର ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡି ସହ ବର୍ଷା ସମ୍ଭାବନା ରହିଛି । ୨୬ ତାରିଖ ଯାଏ ପାଗ ଶୁଖିଲା ରହିବ । ଆଜି ନବରଙ୍ଗପୁରରେ ୨୨.୬ ମିଲିମିଟର ବର୍ଷା ହୋଇଛି । ଭଦ୍ରକ ଓ ରାୟଗଡ଼ାରେ ସାମାନ୍ୟ ବର୍ଷା ହୋଇଛି ।