ପ୍ରମୁଖ ଖବର
  • ଡିସେମ୍ବର ୯ରେ ଡବ୍ଲ୍ୟୁପିଏଲ୍‌-୨ ଅକ୍ସନ୍: ନିଲାମ ତାଲିକାରେ ୧୬୫ ଖେଳାଳି, ଡଟିନ, ୱାଟ୍‌ ଓ ଆଟାପଟୁଙ୍କ ଉପରେ ନଜର
  • ||
  • ଭୁବନେଶ୍ୱର: ସୋମବାରଠାରୁ ସଂସଦର ଶୀତ ଅଧିବେଶନ: ବିଜେଡି ଉଠାଇବ ବିଧାନ ପରିଷଦ, ପିଏମ୍‌ଏୱାଇ ପ୍ରସଙ୍ଗ
  • ||
  • ନିଶ୍ଚିନ୍ତକୋଇଲି: ଦୁର୍ଦ୍ଦାନ୍ତ ଅପରାଧୀକୁ ପୋଲିସର ଏନକାଉଣ୍ଟର, ଅଭିଯୁକ୍ତ ନାଁରେ ରହିଛି ୫୩ଟି ମାମଲା
  • ||
  • ମଧ୍ୟପ୍ରଦେଶ ଟ୍ରେଣ୍ଡିଂରେ ବିଜେପିକୁ ବହୁମତ, ମୁଖ୍ୟମନ୍ତ୍ରୀ ଶିବରାଜଙ୍କୁ ଭେଟିବାକୁ ପହଞ୍ଚିଲେ ସିନ୍ଧିଆ
  • ||
  • ଭୁବନେଶ୍ୱର: ରାଜ୍ୟରେ ଉତ୍ପାତିଆ ଦନ୍ତା ହାତୀ ହେବେ ସାବାଡ୍‌, ଖୁବ୍‌ଶୀଘ୍ର ହାତୀଙ୍କ ‘ପାଠଶାଳା’ରେ ହେବ କୁମ୍‌କୀ ପ୍ରଶିକ୍ଷଣ ଟ୍ରେନିଂ
  • ||
  • ଭୁବନେଶ୍ୱର: ବାତ୍ୟା ‘ମିଗଜାଉମ୍’ର ରୂପ ନେଲା ଗଭୀର ଅବପାତ, ଓଡ଼ିଶାରେ ପ୍ରବଳ ବର୍ଷା ସହ ପବନ ଆଶଙ୍କା
  • ||
  • ଭୁବନେଶ୍ୱର: OAS ସ୍ତରରେ ଛୋଟ ଧରଣର ଅଦଳବଦଳ: ୧୧ ଓଏଏସ୍ ଅଧିକାରୀଙ୍କ ବଦଳି
  • ||
  • ଫୁଲବାଣୀ: ସାଙ୍ଗମାନଙ୍କ ସହ ଭଉଣୀକୁ ଗଣଦୁଷ୍କର୍ମ ମାମଲା: ହତ୍ୟା ଅଭିଯୋଗରେ ଭାଇ ସମେତ ୪ ଗିରଫ
  • ||
  • ଆଜି ପଞ୍ଚମ ଟି-ଟ୍ୱେଣ୍ଟି: ଚିନ୍ନାସ୍ୱାମୀରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ମୁକାବିଲା, ବଳକାଙ୍କୁ ମିଳିବ ସୁଯୋଗ
  • ||
  • ଭୁବନେଶ୍ୱର: ମାଡ଼ି ଆସୁଛି ବାତ୍ୟା: ବର୍ଷା ଧରି ଓଡ଼ିଶାରେ ପଶିବ, ଉଜାଡ଼ି ଦେବ ଅମଳ ମୁହାଁ ଫସଲ, ୧୩ ଜିଲ୍ଲାକୁ ବର୍ଷା ଆଲର୍ଟ
  • ||

ଆସୁଛି ଲଘୁଚାପ, ଆସନ୍ତା ୨୪ ଘଣ୍ଟାରେ ବଙ୍ଗୋପସାଗରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର ୧୩/୧୦: ଆସୁଛି ଆଉ ଏକ ଲଘୁଚାପ। ଆଗକୁ ବଡ଼ ବର୍ଷା ଆଶଙ୍କା। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର। ପାଣିପାଗ ବିଭାଗର ଆକଳନ ସମ୍ଭାବ୍ୟ ଲଘୁଚାପ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଘନୀଭୂତ ହୋଇ ୧୬ ତାରିଖବେଳକୁ କେନ୍ଦ୍ରୀୟ ଓ ଓ ପାଶ୍ୱର୍ବର୍ତ୍ତୀ ଦକ୍ଷିଣ ବଙ୍ଗୋପସାଗରରେ ଅବପାତ ରୂପ ନେଇପାରେ । 

୧୫ ତାରିଖରେ ଦକ୍ଷିଣ ଉପକୂଳ ଓଡ଼ିଶାର ଅଳ୍ପ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ଏହାବାଦ୍‌ ମାଲାକନଗିରି, କୋରାପୁଟ, ରାୟଗଡ଼ାରେ ବି ଅଳ୍ପ କେତେକ ଜାଗାରେ ବର୍ଷା ହୋଇପାରେ । ଉତ୍ତର ଉପକୂଳ ଅଞ୍ଚଳରେ ଗୋଟିଏ ଦୁଇଟି ଜାଗାରେ ବର୍ଷା ସମ୍ଭାବନା ଅଛି । ବାକି ଅଞ୍ଚଳରେ ପାଗ ଶୁଖିଲା ରହିବ ।

୧୬ ତାରିଖରେ ଉପକୂଳ ଓଡ଼ିଶାର ଅଳ୍ପ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ମାଲକାନଗିରିର ସ୍ଥାନେ ସ୍ଥାନେ ବର୍ଷା ସମ୍ଭାବନା ଅଛି । ୧୭ ତାରିଖରେ ଉତ୍ତର ଉପକୂଳ ଓଡ଼ିଶାର ଅଳ୍ପ କିଛି  ସ୍ଥାନ ସମେତ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ଖୋର୍ଦ୍ଧା, ପୁରୀରେ  ମଧ୍ୟ ବର୍ଷା ହୋଇପାରେ । ଦକ୍ଷିଣ ଉପକୂଳ ଓଡ଼ିଶା ସମେତ କନ୍ଧମାଳ, ବୌଦ୍ଧ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ସୁନ୍ଦରଗଡ଼ରେ ମଧ୍ୟ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବା ଆଇଏମଡି ଆକଳନ କରିଛି । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ ।


  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.